"ଦୂତୀବାହନ ଓଷା" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେ ମାନକ ବନାନ (via JWB)
ଟିକେ ମାନକ ବନାନ (via JWB)
୪୮ କ ଧାଡ଼ି:
ଆଶ୍ୱିନ କୃଷ୍ଣପକ୍ଷ ଅଷ୍ଟମୀକୁ ମୂଳାଷ୍ଟମୀ କୁହାଯାଏ । ଏହିଦିନ ଓଡ଼ିଶାର ବିଭିନ୍ନ ଅଞ୍ଚଳରେ ଦୂତିଆ ଓଷା ପାଳିତ ହୁଏ । ଦୂତିବାହାନ ଏହି ଓଷାର ଦେବତା । ପ୍ରଚଳିତ ଓଷା କଥା ଅନୁସାରେ ସେ ସୂର୍ଯ୍ୟଙ୍କର ପୁତ୍ର ଏବଂ ଜଣେ ବିଧବା ବ୍ରାହ୍ମଣୀ ଗର୍ଭରୁ ଜନ୍ମ ହୋଇଥିଲେ । ଏହି ପ୍ରସଙ୍ଗରେ ଦୁଇଟି କଥା ରହିଛି ।
===ପ୍ରଥମ ===
ଗରିବ ବ୍ରାହ୍ମଣୀଟିଏ ଥାଏ ବାଳୁତ କାଳରୁ ବିଧବା । ସାହା ଭରସା ହେବାକୁ ଦାସୀଟିଏ ରଖିଥାଏ। ସେମାନେ [[ଧାନ]]କୁଟି ଚଳନ୍ତି। ଆଶ୍ୱିନ ମାସ ପିତୃପକ୍ଷ ପଡ଼ିଲା । ରାଜା କୁଟୂତୁଣିମାନଙ୍କୁ ଡକାଇ ଧାନ ଦେଲେ ଏବଂ କୋଠ ଖନ୍ଦା କରି ଚାରିଦିନରେ [[ଚାଉଳ]] ଦେବାକୁ ବରାଦ ଦେଲେ । ମେଘ ଉଠାଇଲା । ଧାନ ଶୁଖାଇ ଚାଉଳ କରିଦେବା କଷ୍ଟ। ବ୍ରାହ୍ମଣୀଟି [[ସୂର୍ଯ୍ୟ]]ଦେବତାଙ୍କ ପାଖେ ଖରାକଲେ ଅଙ୍ଗଦାନ କରିବାକୁ ମାନସିକ କଲା। ସୂର୍ଯ୍ୟଦେବତା ତା’ଦାଣ୍ଡରେ ଖରାକଲେ । ନିର୍ଦ୍ଦିଷ୍ଟ ସମୟରେ ସେ ରାଜାଘରେ ଚାଉଳ ଦେଲା । କିନ୍ତୁ ସୂର୍ଯ୍ୟ ଦେବତା ନିର୍ଦ୍ଧାରିତ ରାତ୍ରିରେ ଅଙ୍ଗସଙ୍ଗ ପାଇଲେ ନାହିଁ । ବ୍ରାହ୍ମଣୀଟି ତା’ଦାସୀକୁ ତା’ସ୍ଥାନରେ ଶୁଆଇ ଦେଇ ଆତ୍ମଗୋପନ କଲା । ଦେବତା ଦାସୀ ଅଙ୍ଗ ସ୍ପର୍ଶ ନ କରି ନିରାଶ ହୋଇ ବାହୁଡିବା ବେଳେ ଲେଉଟିଆ ପଟାଳିରେ ପରିସ୍ରା କରି ଦେଇଗଲେ । ସେ ସେତେବେଳେ କାମାର୍ତ୍ତ ଅବସ୍ଥାରେ ଥିଲେ । ସେଠି ଇଚ୍ଛାଶାଗ ଉଠିଲା ମନକୁ ମନ, ଗହଳିଆ ହୋଇ ଉଠିଥିବା ଲେଉଟିଆ ଶାଗ ଖାଇ ବ୍ରାହ୍ମଣୀ ଗର୍ଭବତୀ ହେଲା । ବିଧବାର ଗର୍ଭବାସ ଏକ ଗର୍ହିତ ଅପରାଧ । ସେ ସେଥିପାଇଁ ରାଜରୋଷ ଏବଂ ସାମାଜିକ ବାସନ୍ଦର ସମ୍ମୁଖୀନ ହେଲା । ଆଶ୍ୱିନ କୃଷ୍ଣ ଅଷ୍ଟମୀ ଦିନ ତା’ର ପୁଅଟିଏ ହେଲା । ମିଥୁନ ଲଗ୍ନରେ ହୋଇଥିଲା । ତା’ର ନାମ ଦୂତିବାହାନ ରଖାଗଲା ‌। ପୁଅ କ୍ରମେ ବଡ ହୋଇ ଚାହାଳୀରେ ପଢିଲା । ଦିନେ ତା’ର ଖଡ଼ି ଗୋଟାଳି ଗଡିଗଡ଼ି ଯିବାରୁ ଜଣେ ସାଙ୍ଗକୁ ବଢ଼ାଇ ଦେବାକୁ ଅନୁରୋଧ କଲା। ସେ ପିଲାଟି ଦୋସାଧୁର ପୁଅ । ତାକୁ ଖଡ଼ି ଗୋଟାଳି ବଢ଼ାଇ ଦେବାକୁ କହୁଥିବା ରାଣ୍ଡୀ ବ୍ରାହ୍ମଣୀ ପୁଅକୁ ସେ ଅଣବାପୁଆ ବୋଲି କହି ଅପମାନିତ କଲା । ପୁଅ ଘରକୁ ଫେରି ତା’ର ଜନକ କିଏ ବୋଲି ଜାଣିବାକୁ ମାଆ ପାଖରେ ଦାବୀ କଲା । ମାଆ ସୂର୍ଯ୍ୟୋଦୟ ପର୍ଯ୍ୟନ୍ତ ଅପେକ୍ଷା କରିବାକୁ କହିଲେ । ରାତି ପାହିଲା । ଅରୁଣ ରଥରେ ବସି ସପ୍ତାଶ୍ୱ ବାହନ ସୂର୍ଯ୍ୟ ଆକାଶରେ ଦେଖାଦେଲେ । ମାଆ ଚିହ୍ନାଇ ଦେଇ କହିଲେ – “ଇଏ ତୋ ବାପା ।” ପୁଅ ଦୂତିବାହାନ ସୂର୍ଯ୍ୟଙ୍କୁ ଦେଖି ନମସ୍କାର କଲା । ସୂର୍ଯ୍ୟ ହାତ ବଢ଼ାଇ କୋଳକୁ ଟେକି ନେଲେ । କୋଳରେ ବସାଇ ନାନା ଅଳଙ୍କାର ପିନ୍ଧାଇ ଦେଲେ । ଆକାଶରୁ ନାନା ଅଳଙ୍କାର ପାଟଶାଢୀ ଖସିଲା । ଏହି ବିଚିତ୍ର ଦୃଶ୍ୟଦେଖି ବହୁ ସଂଖ୍ୟାରେ ଲୋକ ଜମିଗଲେ । ଉପସ୍ଥିତ ନରନାରୀ ବିସ୍ମିତ ହେଲେ । ପୁଅ ସୂର୍ଯ୍ୟଦେବଙ୍କୁ ପଚାରିଲା-“ବାପା ! ମୋର ମାଆ କାହିଁକି ଅସତୀ ବୋଲି ନିନ୍ଦା ପାଉଛନ୍ତି ? ଆପଣ ଯଦି ମୋର ବାପା ତେବେ ମୁଁ ଅଣବାବୁଆ ବୋଲି ଅପମାନିତ ହେଉଛି” ? ସୂର୍ଯ୍ୟଦେବ ଆଶ୍ୱସନା ଦେଇ କହିଲେ- “ତୋ ମାଆ ସତୀ । କିଛିଦିନ ପରେ ତୁ ଓ ତୋ ମାଆ ପୃଥିବୀରେ ପୂଜା ପାଇବ ।”
 
===ଦ୍ୱିତୀୟ ===