"ସାରଳା ଦାସ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେ "ଢ" ତଳେ ବିନ୍ଦୁ ବହୁପ୍ରଚଳିତ ବନାନ (via JWB)
ଟିକେ ବନାନ (via JWB)
୨୬ କ ଧାଡ଼ି:
ଓଡ଼ିଆ ପଦ୍ୟ ରଚନାରେ ଏହାଙ୍କର ଲେଖା ପ୍ରାଚୀନ ବୋଧ ହେଉଥିବାରୁ ଏହାଙ୍କୁ ଆଦିକବି ବୋଲି ଲୋକେ କହନ୍ତି । ପଞ୍ଚଦଶ ଶତାବ୍ଦୀର ଲୋକ ପୁରୀ [[ଜଗନ୍ନାଥ ମନ୍ଦିର|ଜଗନ୍ନାଥଙ୍କ ଦେଉଳ]] ବେଢା ମଧ୍ୟସ୍ଥ କଳ୍ପବଟ ମୂଳେ ବସି ତାଙ୍କ ମହାଭାରତ ରଚନା କରିଥିଲେ । ପୁରୀ ମୁକ୍ତିମଣ୍ଡପର ପଣ୍ଡିତମାନେ ସନ୍ତୁଷ୍ଟ ହୋଇ ତାଙ୍କୁ 'ଶୂଦ୍ରମୁନି' ଉପାଧି ଦେଇଥିଲେ ।<ref>{{cite web |url= http://dsal.uchicago.edu/cgi-bin/philologic/getobject.pl?c.40:8749.praharaj |title=ପୂର୍ଣ୍ଣଚନ୍ଦ୍ର ଓଡ଼ିଆ ଭାଷାକୋଷ |first=ଗୋପାଳ ଚନ୍ଦ୍ର |last= ପ୍ରହରାଜ |work=dsal.uchicago.edu|quote=ପୁରୀ ମୁକ୍ତିମଣ୍ଡପର ପଣ୍ଡିତମାନେ ସନ୍ତୁଷ୍ଟ ହୋଇ ତାଙ୍କୁ 'ଶୂଦ୍ରମୁନି' ଉପାଧି ଦେଇଥିଲେ |accessdate=11 April 2013}}</ref>
 
ସେ ସମୟରେ ଓଡ଼ିଶାରେ କପିଳେନ୍ଦ୍ର ଦେବ ରାଜା ଥିଲେ । ରାଜା ତାଙ୍କ କବିତ୍ୱରେ ସନ୍ତୁଷ୍ଟ ହୋଇ ତାଙ୍କୁ 'ପରିଡ଼ା' ଉପାଧି ଦେଇଥିଲେ । ତାଙ୍କ ବଂଶଧରମାନେ ସେହି 'ପରିଡ଼ା' ଉପାଧିକୁ 'ପରିଜା' ବୋଲି ଏବେ ବ୍ୟବହାର କରୁଅଛନ୍ତି । ତାଙ୍କ ନାମ ଅନୁସାରେ ଝଙ୍କଡ଼ର ଉତ୍ତର-ପଶ୍ଚିମରେ 'ସାରଳା' ନାମରେ ଗୋଟିଏ଼ ଗ୍ରାମ ବସିଥିଲା । ସେ ଗ୍ରାମକୁ ବର୍ତ୍ତମାନ 'ବଡ଼ବଡ଼଼ ସାରୋଳ' ବୋଲାଯାଏ ।
 
କବି ନିରକ୍ଷର ଥାଇ ଜୀବନର ପ୍ରଥମ ଅବସ୍ଥାରେ ଚାଷବାସ ଓ ମୂଲିଆ କାମ କରୁଥିଲେ । ମହାଭାରତ ଲେଖି ସାରି ସେ ବୁଢ଼ାନଦୀ କୂଳରେ ଗୋଟିଏ ମଠ ସ୍ଥାପନ କରି ସେହିଠାରେ ଶେଷ ଜୀବନ କଟାଇଲେ । ତାଙ୍କୁ ଲୋକେ 'ମୁନିଗୋସାଇଁ' ବୋଲି ଡାକୁଥିଲେ ଓ ଏବେ ମଧ୍ୟ ସେହି ଆଶ୍ରମକୁ ସ୍ଥାନୀୟ ଲୋକେ ମୁନି ଗୋସାଈଁ ମଠ କହନ୍ତି। ମାଘ ଶୁକ୍ଳ ସପ୍ତମୀ ଦିନ ସେ ପରଲୋକ ଗମନ କରିଥିଲେ ।
୫୮ କ ଧାଡ଼ି:
'''ମହାଭାରତ'''
 
ବ୍ୟାସଦେବଙ୍କ ଲିଖିତ ସଂସ୍କୃତ ମହାଭାରତର କଥାବସ୍ତୁକୁ ନେଇ ଆଦିକବି ସାରଳା ଦାସ ଓଡ଼ିଆରେ ମହାଭାରତ ଲେଖିଛନ୍ତି । ସଂସ୍କୃତରୁ ସିଧା ସିଧା ଅନୁବାଦ ନ କରି କବି ତାଙ୍କର ଦୃଷ୍ଟିଭଙ୍ଗୀ ଓ ମୌଳିକ ବିଚାରବୋଧର ପ୍ରକାଶ କରିଛନ୍ତି । ଓଡ଼ିଆ ଘରର ଚାଲିଚଳଣୀ, ରୀତିନୀତି, ଖାଦ୍ୟପେୟ,ବେଶଭୁଷା, ପୁଣ୍ୟପର୍ବ, ଯାନିଯାତ୍ରା, କଥାବାର୍ତ୍ତା ସବୁକିଛି ତାଙ୍କ ମହାଭାରତରେ ଫୁଟି ଉଠିଛି । କେତେକ ସ୍ଥାନରେ ସେ ମୂଳ ସଂସ୍କୃତ ମହାଭାରତର ଘଟଣାକୁ ସଂକ୍ଷିପ୍ତ କରିଛନ୍ତି ତ କେଉଠି ଛୋଟ ଘଟଣାକୁ ବଡବଡ଼ କରି ବର୍ଣ୍ଣନା କରିଛନ୍ତି । ସେହିପରି ମୂଳ ମହାଭାରତର କେତେକ ଘଟଣାକୁ ସେ ସମ୍ପୁର୍ଣ ଛାଡ଼ି ଦେବାବେଳେ କିଛି ଘଟଣା ସେ ନିଜ ମନରୁ ବର୍ଣ୍ଣନା କରିଛନ୍ତି । କବି ''ଶାହାଡ଼ାଗଛର ମାହାତ୍ମ୍ୟ'', ''ଶାନ୍ତନୁଙ୍କ ସହ ଗଙ୍ଗାଙ୍କ ବିବାହ'', ''ସିନ୍ଧିଚୋର କଥା'', ''ସତ୍ୟ ଆମ୍ବ କଥା'', ''ବାବନାଭୁତ କଥା'', ''ଗାନ୍ଧାରିଙ୍କ ସନ୍ତାନଲାଭ କଥା'', ''ଧୃତରାଷ୍ଟ୍ରଙ୍କ ଶହେ ପୁଅଙ୍କ ନାମକରଣ'', ''ଅଳସୁଆ କାହାଣୀ'', ''ସିଂହ-ଶୃଗାଳ କଥା'', ''ସିଂହ-ମଶା କଥା'', ''ତୁଳସୀବଣ ବାଘ'' ଓ ''ତୁଳାମୁହାଁଙ୍କ ଗଳ୍ପ'', ''କଳି ଅବତରଣ ପ୍ରସଙ୍ଗ'' ଓ ''ସୁହାଣୀ କନ୍ୟା ସହ ଯୁଧିଷ୍ଠିରଙ୍କ ବିବାହ'' କଥା - ଏମିତି କେତେସବୁ ଗପ ନିଜ ମନରୁ ସୃଷ୍ଟି କରିଛନ୍ତି ।
 
'''ଶାହଡ଼ାଗଛର ମାହାତ୍ମ୍ୟ'''
୭୯ କ ଧାଡ଼ି:
'''ବାବନାଭୁତ କଥା'''
 
ତୁଙ୍ଗଭଦ୍ରା ନଦୀ କୁଳରେ ଜ୍ଞାନପୁର ନାମକ ଗାଁଟିଏ । ଗାଁକୁ ଲାଗି ଏକ ବଡବଡ଼ ଭୟଙ୍କର ମଶାଣୀ ଥାଏ, ଯାହାର ରାଜା ଥିଲା ବାବନାଭୁତ । ତା ଅଧୀନରେ ଥିବା ଭୁତ, ଡାହାଣୀ, ଚିରୁଗୁଣୀ ତାର ଆଦେଶ ପାଳନ୍ତି । ବାଟରେ ଯାଉଥିବା ଲୋକମାନଙ୍କୁ ସେମାନେ ଢେଲାପଥର ପକାଇ ହଇରାଣ କରନ୍ତି । ରାତିରେ ସେମାନଙ୍କୁ ଦେଖି କେହି ଯଦି ଭେଟଣା ହୋଇଗଲା, ତେବେ ରକ୍ତବାନ୍ତି କରି ମରି ଯାଉଥିଲା । ଭୁତମାନଙ୍କର ଏପରି ଉତ୍ପାତଯୋଗୁ ଗାଁ ଲୋକମାନେ ଡରିଡରି ବଡବଡ଼ କଷ୍ଟରେ ଦିନ ବିତାଉଥାନ୍ତି । ଦିନେ ସୋମରାଷ୍ଟ୍ର ଦେଶରୁ ଶୁଦ୍ରକ ରାଉଳ ବୋଲି ଜଣେ ବ୍ୟକ୍ତି ଆସି ସେ ଗାଁରେ ପହଙ୍ଚିଲେ, ତାଙ୍କୁ ଗୁଣି ଗାରୁଡି ଜଣାଥିଲା । ଲୋକମାନେ ରାଉଳଙ୍କୁ ପାଇ ଖୁସି ହେଲେ, ତାଙ୍କପାଇଁ ଘରଦ୍ୱାର କରିଦେଲେ । ରାଉଳଙ୍କର ଚାଷ କରିବାପାଇଁ ଜମି ଦରକାର ହେବାରୁ ସେ ସ୍ଥିର କଲେ ଯେ ବଡବଡ଼ ମଶାଣୀକୁ ଲାଗି ଯେଉଁ ଅନାବାଦୀ ଜମି ଅଛି, ତାକୁ ତାଡି ଚାଷ କରିବେ । ଚାଷଜମିରୁ ଯାହା ଉତ୍ପନ୍ନ କରିବେ ତାକୁ ବିକି ପରିବାର ପୋଷିବେ । ଗାଁଲୋକଙ୍କୁ ସେ ମନକଥା କହିବାରୁ ସେମାନେ ତାଙ୍କୁ ବାବନାଭୁତର ଉପଦ୍ରବ କଥା କହିଲେ ଓ ସେ ଜମିରେ ଚାଷ ନ କରିବାକୁ ପରାମର୍ଶ ଦେଲେ । ଶୁଦ୍ରକ କହିଲା - "ମୁଁ କେତେ ଭୁତ ପ୍ରେତଙ୍କୁ ସାବାଡ଼ କରିଦେଇଚି, ବାବନାଟା କେତେ ମାତ୍ର! ମୁଁ ଏବର୍ଷ ସେ ଜମିରେ ମାଘତିଳ ଚାଷ କରିବି । ମୋତେ ହଳ ଚାରିଟା ଯୋଗାଡ଼ କରିଦିଅ । ତେଣିକି ମୋ ଦାୟିତ୍ୱ । ତୁମେମାନେ ବ୍ୟସ୍ତ ହୁଅନାହିଁ । ମୁଁ କେବଳ ଚାଷ ଆରମ୍ଭ କରେ, ଦେଖିବ ବାବନା କିପରି ଏ ସ୍ଥାନ ଛାଡ଼ିଯାଉଛି ।"
ହଳ କାମ ଆରମ୍ଭ ହେବାରୁ ଭୁତମାନେ ଯାଇ ବାବନାଭୁତକୁ ଏକଥା ଜଣାଇଲେ । ବାବନା ଆଦେଶରେ ଶହ ଶହ ଭୁତ ତାଙ୍କର କିଳିକିଳା ନାଦରେ ହଳିଆମାନଙ୍କୁ ଭୟଭୀତ କଲେ । ଏକଥା ଶ୍ହୁଣି ଶୁଦ୍ରକ ରାଉଳ ସେଠି ପହଙ୍ଚିଯାଇ ତା ବିଦ୍ୟା ପ୍ରୟୋଗ କଲା, ଦଉଡି ଠେଙ୍ଗାରେ ଭୁତମାନଙ୍କୁ ପାନେ ଦେଲା । ଭୁତମାନେ ମୁକ୍ତିଦେବାକୁ ପ୍ରାର୍ଥନା କରିବାରୁ ରାଉଳ କହିଲା ଯଦି ତାକୁ ୬୦ପଉଟି ତିଳ ଦେବେ, ତେବେ ସେମାନଙ୍କୁ ମୁକ୍ତି ମିଳିବ । ସେମାନେ ରାଜି ହୋଇ ପଳାଇଗଲେ ଓ ବାବନାକୁ ସବୁ କହିଲେ । ବାବନାଭୁତ ସେ କଥାରେ ରାଜି ହେଲାନାହିଁ, ବରଙ୍ଗ୍ ତା କାମ କରିବାକୁ ବାହାରି ଗଲା । ରାଉଳ କିଛି ସମୟପରେ ଘରେ ପହନ୍ଚି ଦେଖିଲା ତା ପୁଅ ଖାଲି ନାଚିକୁଦି ଚିତ୍କାର କରୁଛି, ନାନା କଥା କହୁଛି । ରାଉଳ ଜାଣିଲା ତାକୁ ଭୁତ ଗ୍ରାସିଛି । ସେ ମନ୍ତ୍ର ପଢ଼ି ଭୁତକୁ ପିଟିଲା । ବାବନାଭୁତ ନାକ ଘଷି ରାଉଳକୁ ଷାଠିଏ ପଉଟି ତିଳ ଦେଲା ଓ ତାର ବଂଶ ଦଳବଳ ନେଇ କୁଅଡେ ଚାଲିଗଲା । ଲୋକମାନେ ରାଉଳକୁ ଧନ୍ୟ ଧନ୍ୟ କରି ଖୁସିରେ ରହିଲେ ।