"ଦୂତୀବାହନ ଓଷା" ପୃଷ୍ଠାର ସଂସ୍କରଣଗୁଡ଼ିକ ମଧ୍ୟରେ ତଫାତ
Content deleted Content added
ଟିକେ ବନାନ (via JWB) |
ଟିକେ ମାନକ ବନାନ (via JWB) |
||
୩୩ କ ଧାଡ଼ି:
== ପାଳନ ବିଧି ==
ଏହି ବ୍ରତର ଉପାସ୍ୟ ଦେବତା [[ଜିମୂତ ବାହନ]] । [[ଓଡ଼ିଆ ଭାଷା|ଓଡ଼ିଆ]] କବି [[ପୁରୁଷୋତ୍ତମ ଦାସ]]ଙ୍କ ରଚିତ "ଦୂତୀଆ ଓଷା କଥା"ରେ ଜିମୂତବାହନ [[ସୂର୍ଯ୍ୟ (ଦେବତା)|ସୂର୍ଯ୍ୟ]]ଙ୍କ ପୁଅ ବୋଲି ଅଭିହିତ କରାଯାଇଛି । କେବଳ ସଧବା ନାରୀମାନେ ଏହି ଓଷା କରିଥାନ୍ତି । ଜିଉଁତିଆର ପୂର୍ବ ଦିନ ଓଷା କାରିଣୀମାନେ ନଦୀ କିମ୍ବା ପୋଖରୀ ତୁଠକୁ ଭଲ ଭାବରେ ପରିଷ୍କାର କରିଦିଅନ୍ତି । ୧୦୮ ଅକ୍ଷତ ଅରୁଆ ଚାଉଳ, ୧୦୮ [[ଦୁବ]], ନାନାପ୍ରକାରର ଫୁଲ ଓ ଆଖୁ, [[କଦଳୀ]], କନ୍ଦମୂଳ, [[ନଡ଼ିଆ]], ଗଜା [[ମୁଗ]], [[
ଖୋଳାଯାଇ ଏକ [[ବିଲ]] ତିଆରି କରି ତହିଁରେ ବାଲି ଦେଇ ବେଦୀ ନିର୍ମାଣ କରାଯାଇଥାଏ । ବେଦୀର ପୂର୍ବ ପାଖରେ ସୂର୍ଯ୍ୟ ଓ ପଶ୍ଚିମ ପାଖରେ ଏକ କଦଳୀ ଗଛକୁ ଜିମୂତବାହନଙ୍କ ପ୍ରତୀକ ରୂପେ ପୂଜା କରାଯାଇଥାଏ । ଲେଉଟିଆ ଶାଗ ବ୍ୟତୀତ ଅନ୍ୟାନ୍ୟ ପନିପରିବାକୁ ନେଇ ବ୍ୟଞ୍ଜନ ପ୍ରସ୍ତୁତ କରି ଖିରିପିଠା ଇତ୍ୟାଦି ପ୍ରସ୍ତୁତ କରି ସନ୍ଧ୍ୟାରେ ସ୍ନାନ କରି ଗଙ୍ଗାମାତାଙ୍କୁ ପୂଜା କରି ରାତିରେ ଦୂତୀବାହନଙ୍କୁ ଫଳ ଭୋଗ ଦେଇ ଓଷାର ଉପାଖ୍ୟାନ ଶୁଣିଥା'ନ୍ତି ।<ref> ଦୁତୀବାହନ ଓଷା. ସମାଜ (ସେପ୍ଟେମ୍ବର ୨୭, ୨୦୧୩).ପୃ. ୨</ref> ଯଦି କେହି ଅପୁତ୍ରିକ ଥାଆନ୍ତି ତା'ହେଲେ ବାସ ଓ [[ଯୁଇ]] ଡାଳ ଆଣି ତାରି ପାଖରେ ପୋତି ରଖନ୍ତି । ବିଭିନ୍ନ ବର୍ଣ୍ଣର [[ମୁରୁଜ]] କରି ସୂର୍ଯ୍ୟ ଦେବତାଙ୍କର କାଳ୍ପନିକ ଚିତ୍ର ଆଙ୍କି, ଚିଲ ଏବଂ ଶିଆଳକୁ ଉତ୍ତରରେ ରଖି ପଶ୍ଚିମରେ ଦୂତୀବାହନଙ୍କୁ ସ୍ଥାପନ କରି ଥାଆନ୍ତି । ବ୍ରତ ଧାରଣ କରିଥିବା ନାରୀମାନେ ବାଲିରେ ଚିଲ ଏବଂ ଶିଆଳର ଚିତ୍ର ଆଙ୍କି [[ଅପାମାର୍ଗ]] କାଠିରେ ଦାନ୍ତ ଘସିଥାନ୍ତି । ସେଦିନ ସମସ୍ତେ ଶୁକ୍ଳବସ୍ତ୍ର ପରିଧାନ କରନ୍ତି । ଏଥିପାଇଁ ଯୋଗାଡ଼ କରିଥିବା ୨୧ପ୍ରକାର ଫଳ ଓ ପରିବାକୁ ଚାଙ୍ଗୁଡ଼ିରେ ଥୋଇ ତା' ଉପରେ ଗୋଟିଏ ନୂଆଲୁଗା ପକାଇ ଆସ୍ଥାନ ପାଖରେ ନେଇ ରଖାଯାଏ । ତା'ସହିତ କଉଡ଼ି, ଚଉରାଅଶୀଟା ଗୁଆ ସେହି କୋଠି ଭିତରେ ପକାଇବାକୁ ହୁଏ । ଏହି ପ୍ରକାର ବିଧିରେ ଓଷା ଶେଷକରି ଓଷା ଦ୍ରବ୍ୟକୁ ନିଜେ ନଖାଇ ରାତି ନ ପାହୁଣୁ ସ୍ନାନ କରି ବିବିଧ ବ୍ୟଞ୍ଜନ ପ୍ରସ୍ତୁତ କରି ସମସ୍ତଙ୍କୁ ବାଣ୍ଟି ଦିଆଯାଏ । ସାଧାରଣତଃ ଅପୁତ୍ରିକ ପୁତ୍ର ଲାଭ ଆଶାରେ <ref name="Gajrani2004">{{cite book|author=S. Gajrani|title=History, Religion and Culture of India|url=http://books.google.com/books?id=Ksgz4Fvt57QC&pg=PA193|accessdate=2 November 2012|date=1 September 2004|publisher=Gyan Publishing House|isbn=978-81-8205-063-1|pages=193–}}</ref>
୫୧ କ ଧାଡ଼ି:
===ଦ୍ୱିତୀୟ ===
ଗୋଟିଏ ଚିଲ ଏବଂ ଗୋଟିଏ ଶୃଗାଳ ଏହି ଓଷା ପାଳନ କରିଥିଲେ । କେତେକ ସ୍ତ୍ରୀଲୋକ ଓଷାକୋଠି ପାଖରେ ବସି ଓଷା ପୂଜୁଥିବାରୁ ଦେଖି ସେମାନେ ଏଥିପ୍ରତି ମନ ବଳାଇଲେ । ଓଷେଇତି ଓଷା ଶେଷରେ ଯେଉଁ ପୂଜା ଜିନିଷ ଫୋପାଡ଼ି ଦେଇଥିଲେ ତାହା ସେମାନେ ସଂଗ୍ରହ କଲେ । ସେମାନେ ଛାଡ଼ି ଯାଇଥିବା ହଳଦୀ ଲଗାଇ ସ୍ନାନ କଲେ । ଚିଲଟି ନିଷ୍ଠାର ସହିତ କାଷ୍ଠାରେ ଓଷା କଲା । କିନ୍ତୁ ଶୃଗାଳଟି ଭୋକ ସମ୍ଭାଳି ପାରିଲାନାହିଁ । ରାତି ଭିତରେ କୋରଡ଼ ଭିତରେ ପଶି ମାଂସ ଖାଇଦେଲା । ଚିଲ କିଛି ଜାଣିନପାରି ଶିଆଳକୁ ପଚାରିଲା- ‘ ଭଉଣୀ ତୁ ଏତେବେଳେ କ’ଣ କଡ଼ମଡ଼ କରି ଚୋବାଉଛୁ ? ଶିଆଳ କହିଲା- କ’ଣ ଅଛି ଯେ ଚୋବାଇବି ? ଥଣ୍ଡାରେ ମୋ ଦାନ୍ତ କଡ଼ମଡ଼ ଶବ୍ଦ ହେଉଛି ।’ ପର ଜନ୍ମରେ ଓଷା ପ୍ରଭାବରୁ ଏହି ଚିଲ ଓ ଶୃଗାଳ ମଣିଷ ଜନ୍ମ ପାଇଲେ । ଉତ୍ତମ କୁଳରେ ଦୁଇ ଭଉଣି ହୋଇ ଜନ୍ମ ହେଲେ । ଶିଆଳ ବଡ଼ ଭଉଣୀ ହେଲା, ଚିଲ ସାନ ଭଉଣୀ ଜନ୍ମ ହେଲା । ବଡ଼ ଭଉଣୀ ମନ୍ତ୍ରୀ ଓ ସାନ ଭଉଣୀ ସାଧବକୁ ବିବାହ କଲେ । ପୂର୍ବ ଜନ୍ମରେ ବ୍ରତ ଖଣ୍ଡିତ କରିଥିବାରୁ ମନ୍ତ୍ରୀ ପତ୍ନୀ ପିଲାଛୁଆ ନହେବାରୁ କଷ୍ଟ ଓ ଦୁଃଖ ଅନୁଭବ କଲା । କିନ୍ତୁ ସାଧବାଣୀ ପୁତ୍ରବତୀ ହୋଇ ସୁଖରେ କାଳ କଟାଇଲା । ଫଳରେ
== ଆଧାର ==
|