"ବ୍ରଜନାଥ ରଥ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେ →‎ଯୋଗସୂତ୍ର ପେଡ଼ି: +ସାହିତ୍ୟ ଭାରତୀ ସମ୍ମାନ
ଟିକେ ଢ ତଳେ ବିନ୍ଦୁ ରହିବ (via JWB)
୩୬ କ ଧାଡ଼ି:
 
== ଜନ୍ମ ଓ ଜୀବନ ==
କବି ବ୍ରଜନାଥ ରଥଙ୍କ ଜନ୍ମ ୧୯୩୬ ମସିହା, ଜାନୁଆରୀ ୧୨ ବାଲେଶ୍ୱର ସହରର [[ସୁନହଟ]]ଠାରେ । ତାଙ୍କ ପିତାଙ୍କ ନାମ ବିଶ୍ୱନାଥ ରଥ ଏବଂ ମାତାଙ୍କ ନାମ ତାରାମଣି ଦେବୀ । ଚତୁର୍ଥ ଶ୍ରେଣୀ ଯାଏ ବ୍ରଜନାଥ ଘରେ ପଢିଥିଲେପଢ଼ିଥିଲେ । ପଞ୍ଚମ ଶ୍ରେଣୀରେ ତାଙ୍କର ନାମ ଲେଖାହେଲା ତତ୍କାଳୀନ ଭିକ୍ଟୋରିଆ ଜୁବିଲି ମଧ୍ୟ ଇଂରାଜୀ ସ୍କୁଲରେ । ସେହି ସ୍କୁଲରେ ବାପା ଶିକ୍ଷକ ଥିବାରୁ ତାଙ୍କ ଇଛା ଅନୁସାରେ ସେ ବହି, ପତ୍ରପତ୍ରିକା ଆଦି ପଢୁଥିଲେ । ସ୍ୱାଧୀନଭାବେ ଚଳିବାର, ଲେଖିବାର ଓ ନିଜର ମତପ୍ରକାଶ କରିବାର ମାନସିକତା ତାଙ୍କର ତିଆରି ହୋଇଥିଲା ଏଇ ସ୍କୁଲ ଜୀବନରୁ ।
 
୧୯୪୫ରେ ସୁନହଟ ନିକଟରେ ଜାପାନୀ ବୋମା ପଡ଼ିଥିଲା । ଦ୍ୱିତୀୟ ମହାସମରର ଅସ୍ପଷ୍ଟ ଚିତ୍ର ଓ ନେତାଜୀଙ୍କ ଭାରତରୁ ପଳାୟନ ସହିତ ତାଙ୍କ ସମ୍ପର୍କରେ ବିଭିନ୍ନ ପ୍ରଚାର ବ୍ରଜନାଥଙ୍କ କିଶୋର ମନକୁ ଆନ୍ଦୋଳିତ କରିଥିଲା । ୧୯୪୭- ଅଗଷ୍ଟ ୧୫, ଯେଉଁଦିନ ତ୍ରିରଙ୍ଗା ପତାକା ଉଡ଼ି ଏ ଦେଶ ସ୍ୱାଧୀନ ବୋଲି ଘୋଷିତ ହେଲା, ବାଳକ ବ୍ରଜନାଥ ବି ସମସ୍ତଙ୍କ ସହିତ ତାଳଦେଇ ନିଜ ଘର ଆଗରେ ଉଡ଼େଇଥିଲେ ଜାତୀୟ ପତାକା । ତା ସହିତ କାଗଜରେ ବଡ଼ ବଡ଼ ଅକ୍ଷରରେ ଲେଖା, ସ୍ୱାଧୀନତା ସମ୍ପର୍କିତ ଏକ ସ୍ୱରଚିତ କବିତାକୁ ସେ ଉଡ଼େଇଥିଲେ ସେଇ ପତାକା ସାଙ୍ଗରେ । ତାହାହିଁ କବି ବ୍ରଜନାଥ ରଥଙ୍କ ଲିଖିତ ପ୍ରଥମ କବିତା ।