"ମାସ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟ୍ୟାଗସବୁ: ମୋବାଇଲ ସମ୍ପାଦନା ମୋବାଇଲ ୱେବ ବଦଳ
ଟ୍ୟାଗସବୁ: ମୋବାଇଲ ସମ୍ପାଦନା ମୋବାଇଲ ୱେବ ବଦଳ
୬ କ ଧାଡ଼ି:
ଚନ୍ଦ୍ର ପୃଥିବୀର ଚାରିପାଖରେ ଯେଉଁ ସମୟ ମଧ୍ୟରେ ଥରେ ବୁଲି ଆସେ ତାହା [[ଚାନ୍ଦ୍ରମାସ]] ନାମରେ ଅଭିହିତ । ଏହା ପୂର୍ଣ୍ଣିମାର ପରଦିନ (କୃଷ୍ଣ ପ୍ରତିପଦ)ଠାରୁ ଆରମ୍ଭ ହୋଇ ପରବର୍ତ୍ତୀ ପୂର୍ଣ୍ଣିମାରେ ଶେଷ ହୁଏ । ଏହାକୁ ଗୌଣ ଚାନ୍ଦ୍ରମାସ ବୋଲାଯାଏ । ମୂଖ୍ୟ ଚାନ୍ଦ୍ରମାସ ଅମାବାସ୍ୟା ପରଦିନ (ଶୁକ୍ଳ ପ୍ରତିପଦ ଅର୍ଥାତ୍‌ ନୂତନ ଚନ୍ଦ୍ରକଳା ଦର୍ଶନ ଠାରୁ) ଠାରୁ ଆରମ୍ଭ ହୋଇ ପରବର୍ତ୍ତୀ ଅମାବାସ୍ୟାରେ ଶେଷ ହୁଏ । ୧୨ଟି ଚାନ୍ଦ୍ରମାସ ହେଲା: ବୈଶାଖ, ଜ୍ୟୈଷ୍ଠ, ଆଷାଢ଼, ଶ୍ରାବଣ, ଭାଦ୍ରବ, ଆଶ୍ୱିନ, କାର୍ତ୍ତିକ, ମାର୍ଗଶିର, ପୌଷ, ମାଘ ଫାଲ୍‌ଗୁନ ଓ ଚୈତ୍ର । ଚାନ୍ଦ୍ରମାସ କେବେ କେବେ ୨୭, ୨୮, ୨୯ ଓ ୩୦ ଦିନ ହୁଏ । ୧୨ଟି ଚାନ୍ଦ୍ରମାସର ପରିମାଣ ୩୫୪ ଦିନ ।
 
=== [[ବୈଶାଖ]] ===
ଶାଳିବାହନ ଶକାବ୍ଦର ପ୍ରଥମ ମାସ । ହିନ୍ଦୁମାନଙ୍କର ପ୍ରଥମ ଚାନ୍ଦ୍ରମାନ ମାସ । ଏ ମାସ ପଣାସଂକ୍ରାନ୍ତିଠାରୁ ଆରମ୍ଭ ହୁଏ; ଏହାର ପୂର୍ବବର୍ତ୍ତୀ ମାସ ଚୈତ୍ର ଓ ପରବର୍ତ୍ତୀ ମାସ ଜ୍ୟୈଷ୍ଠ । ଏହି ମାସ ଓ ଏହାର ପରବର୍ତ୍ତୀ ମାସ ଗ୍ରୀଷ୍ମ ଋତୁ । ହିନ୍ଦୁମତରେ ଏହା ୪ଟି ଧର୍ମ ମାସ (କାର୍ତ୍ତିକ, ମାଘ, ବୈଶାଖ, ଆଷାଢ଼) ମଧ୍ୟରୁ ଏକ ମାସ ।
 
=== [[ଜ୍ୟେଷ୍ଠ]] ===
ଜ୍ୟେଷ୍ଠା ନକ୍ଷତ୍ରଯୁକ୍ତ ପୂର୍ଣ୍ଣିମା ପଡ଼ୁଥିବା ଚାନ୍ଦ୍ରମାନ ମାସ । ବୈଶାଖର ପରବର୍ତ୍ତୀ ମାସ । ଦ୍ଵିତୀୟ ମାସ
"https://or.wikipedia.org/wiki/ମାସ"ରୁ ଅଣାଯାଇଅଛି