"ଗୁଣ୍ଡିଚା ମନ୍ଦିର" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
No edit summary
ଟିକେ + କିମ୍ବଦନ୍ତୀ
୪୧ କ ଧାଡ଼ି:
|website =
}}
'''ଗୁଣ୍ଡିଚା'''<ref>[http://www.shreekhetra.com/temples2.html details of the temple]</ref> ମନ୍ଦିରରେ ଶ୍ରୀ [[ଜଗନ୍ନାଥ]], ବଳଭଦ୍ର ଓ ଦେବୀ ସୁଭଦ୍ରାଙ୍କ ଦିଅଁ ଗଢ଼ା ହୋଇଥିବାରୁ ଏହାକୁ ଜୀଉମାନଙ୍କ ଜନ୍ମସ୍ଥାନ ବୋଲି କୁହାଯାଇଥାଏ ୤
 
[[ରଥଯାତ୍ରା]] ସମୟରେ ଶ୍ରୀଜୀଉମାନେ ଏଠାରେ ସାତଦିନ ଅବସ୍ଥାନ କରନ୍ତି ୤ ଶ୍ରୀଗୁଣ୍ଡିଚା ମନ୍ଦିରର ଯେଉଁ ସିଂହାସନରେ ତିନି ରଥଠାକୁର ଗୁଣ୍ଡିଚାବିଜେ ମନ୍ଦିରକରନ୍ତି ନିକଟରେତାକୁ ପହଞ୍ଚିବାଆଡ଼ପମଣ୍ଡପ ପରେବୋଲି ଆଡ଼ପକୁହାଯାଏ ମଣ୍ଡପକୁ (ଗୁଣ୍ଡିଚାଏହାର ମନ୍ଦିରରଅର୍ଥ ଯେଉଁଆଡ଼ମ୍ବରପୂର୍ଣ୍ଣ ସିଂହାସନରେମଣ୍ଡପ, ଏହାକୁ ମହାବେଦୀ ବା ଯଜ୍ଞବେଦୀ ବୋଲି ମଧ୍ୟ କୁହାଯାଏ୤ ତିନି ଠାକୁରରଥ ବିଜେଗୁଣ୍ଡିଚା କରନ୍ତିମନ୍ଦିର ତାକୁନିକଟରେ ଆଡ଼ପପହଞ୍ଚିବା ମଣ୍ଡପପରେ କୁହାଯାଏ)ଆଡ଼ପ ମଣ୍ଡପକୁ ଠାକୁରମାନଙ୍କର ପହଣ୍ଡି ବିଜେ ହୁଏ | ଗୁଣ୍ଡିଚା ମନ୍ଦିର ପ୍ରବେଶଠାରୁ ପ୍ରତ୍ୟାବର୍ତ୍ତନ ପର୍ଯ୍ୟନ୍ତ ମନ୍ଦିରରେ ଯେଉଁ ପ୍ରସାଦ ହୁଏ, ତାକୁ ଆଡ଼ପ ଅବଢ଼ା କୁହାଯାଏ ୤
==କିମ୍ବଦନ୍ତୀ==
ଶ୍ରୀଗୁଣ୍ଡିଚା ମନ୍ଦିରକୁ ମନ୍ଦିର ବୋଲି କେତକ ଗ୍ରହଣ ନ କରି ଗୁଣ୍ଡିଚାଘର ହିସାବରେ ମାନନ୍ତି ୤ କିମ୍ବଦନ୍ତୀ ତଥା ପୌରାଣିକ ଆଖ୍ୟାୟିକା ଅନୁଯାୟୀ, ଜାରା ଶବର ଶରରେ ପ୍ରାଣ ଛାଡ଼ିଲେ ଦ୍ବାରକାଧିପତି ଶ୍ରୀକୃଷ୍ଣ ୤ ଶେଷତମ ଆତ୍ମୀୟ ଭାବରେ ପାଣ୍ଡବଗଣ ସଖା ଶ୍ରୀକୃଷ୍ଣଙ୍କ ଶରୀରକୁ ଦାହ କରିବା ପାଇଁ ଚେଷ୍ଟାକରି ବିଫଳ ହେଲେ, କାରଣ ଅଗ୍ନିର ଦାହିକା ଶକ୍ତି ନିକଟରେ ପୂର୍ଣ୍ଣବ୍ରହ୍ମ ସ୍ବରୂପ ଶ୍ରୀକୃଷ୍ଣଙ୍କ ଶରୀରକୁ ପଞ୍ଚଭୂତରେ ବିଲୀନ କରିବାର ସାମର୍ଥ୍ୟ ନ ଥିଲା ୤ ଶୂନ୍ୟବାଣୀ ହେଲା- କୃଷ୍ଣଙ୍କର ନାଭିକମଳ ଅଗ୍ନିରେ ଭସ୍ମ ହେବନାହିଁ, ତୁମେମାନେ ତାହାକୁ ମହୋଦଧିରେ ବିସର୍ଜନ କରିଦିଅ ୤ ପାଣ୍ଡବମାନେ ତାହାହିଁ କଲେ ୤
 
ଶ୍ରୀକୃଷ୍ଣଙ୍କର ଅର୍ଦ୍ଧଦଗ୍ଧ ପିଣ୍ଡ ଦାରୁରୂପରେ ବାଙ୍କୀ ମୁହାଣରେ ଆବିର୍ଭାବ ହେଲା ୤ ସମୁଦ୍ରରେ ଭାସୁଥିବା ସେହି ଦାରୁକୁ ଆଣି ରାଜା ଇନ୍ଦ୍ରଦ୍ୟୁମ୍ନ ଶ୍ରୀଗୁଣ୍ଡିଚା ମନ୍ଦିରରେ ରଖିଥିଲେ ୤ ସ୍ବୟଂ ମହାପ୍ରଭୁ ଜଣେ ବୃଦ୍ଧ ବେଶରେ ଆସି ସେହି ଦାରୁରେ ମୂର୍ତ୍ତି ପ୍ରସ୍ତୁତ କଲେ୤ ସର୍ତ୍ତ ଥିଲା ମୂର୍ତ୍ତି ସମ୍ପୂର୍ଣ୍ଣ ନହେବା ଯାଏ ଦ୍ବାର ଖୋଲାଯିବ ନାହିଁ ୤ ମାତ୍ର ପନ୍ଦର ଦିନ ପରେ ଦ୍ବାର ଖୋଲାଗଲା ୤ ମୂର୍ତ୍ତିନିର୍ମାଣ କରୁଥିବା ବୃଦ୍ଧ ଉଭାନ ହୋଇଗଲେ ୤ କେବଳ ଅଧାଗଢା ମୂର୍ତ୍ତି ରହିଗଲା ୤ ଅଧାଗଢ଼ା ମୂର୍ତ୍ତିକୁ [[ଜଗନ୍ନାଥ ମନ୍ଦିର|ଶ୍ରୀମନ୍ଦିର]]ରେ ପ୍ରତିଷ୍ଠା କରାଗଲା ୤ ସେହି ସମୟରେ ମହାପ୍ରଭୁ କହିଥିଲେ ‘ହେ ରାଜା, ବର୍ଷକୁ ଥରେ ଜନ୍ମଭୂମିକୁ ଆଣିବ’ ୤ ସେଥିପାଇଁ ଶ୍ରୀଜୀଉମାନେ ଗୁଣ୍ଡିଚାଘରକୁ ବୁଲି ଯାଆନ୍ତି ଓ ବାହୁଡ଼ନ୍ତି ୤
 
 
 
ରଥଯାତ୍ରା ସମୟରେ ଶ୍ରୀଜୀଉମାନେ ଏଠାରେ ସାତଦିନ ଅବସ୍ଥାନ କରନ୍ତି ୤ ତିନି ରଥ ଗୁଣ୍ଡିଚା ମନ୍ଦିର ନିକଟରେ ପହଞ୍ଚିବା ପରେ ଆଡ଼ପ ମଣ୍ଡପକୁ (ଗୁଣ୍ଡିଚା ମନ୍ଦିରର ଯେଉଁ ସିଂହାସନରେ ତିନି ଠାକୁର ବିଜେ କରନ୍ତି ତାକୁ ଆଡ଼ପ ମଣ୍ଡପ କୁହାଯାଏ) ଠାକୁରମାନଙ୍କର ପହଣ୍ଡି ବିଜେ ହୁଏ | ଗୁଣ୍ଡିଚା ମନ୍ଦିର ପ୍ରବେଶଠାରୁ ପ୍ରତ୍ୟାବର୍ତ୍ତନ ପର୍ଯ୍ୟନ୍ତ ମନ୍ଦିରରେ ଯେଉଁ ପ୍ରସାଦ ହୁଏ, ତାକୁ ଆଡ଼ପ ଅବଢ଼ା କୁହାଯାଏ ୤