"ଗର୍ଭଣା ସଂକ୍ରାନ୍ତି" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେNo edit summary
ଟିକେNo edit summary
୧୯ କ ଧାଡ଼ି:
}}
 
[[ଓଡ଼ିଶା]]ର ପର୍ବପର୍ବାଣି ଗୁଡ଼ିକ ଋତୁ, ଧର୍ମ ଓ ସାମାଜିକ ଭିତ୍ତିରେ ପାଳନ କରାଯାଏ । ତନ୍ମଧ୍ୟରୁ ଅନେକ ପର୍ବ କୃଷି ସମ୍ବନ୍ଧୀୟ । ତୁଳା ମାସର ସଂକ୍ରାନ୍ତିରେ ପାଳିତ ହୁଏ '''ଗର୍ଭଣା ସଂକ୍ରାନ୍ତି''' । ଇଂରାଜୀ ମାସ ଅକ୍ଟୋବରରେ ପଡ଼େ ଏହି ସଂକ୍ରାନ୍ତି । ଗର୍ଭ କହିଲେ ଭୃଣକୁ ବୁଝାଯାଏ । ଏହି ସଂକ୍ରାନ୍ତି ବେଳକୁ [[ଧାନ]] ଗଛର ଗର୍ଭରେ ଧାନ କେଣ୍ଡା ବାହାରେ । ଏହି ସମୟରେ ଗର୍ଭଣା ଗଛର ଡାଳକୁ ପୂଜା କରି କ୍ଷେତରେ ପୋତିଲେ ଭଲ ଫସଲ ହୁଏ ବୋଲି ପ୍ରବାଦ ରହିଛି । ଗର୍ଭଣା ଗଛକୁ କେତେକ ସ୍ଥାନରେ ଅଙ୍କରାନ୍ତି ଗଛ ମଧ୍ୟ କହନ୍ତି । ଏହାର ଅନେକ ଔଷଧୀୟ ଗୁଣ ରହିଛି । ଚାଷୀମାନେ ଏହିଦିନ ନିଷ୍ଠାର ସହିତ ପାଳନ କରନ୍ତି । ଗୃହ ମାଲିକ ତଥା କୃଷକ ସ୍ନାନାଦି କର୍ମ ସାରି ଗର୍ଭଣା ଗଛର ଡାଳ ଆଣି ବିଧିପୂର୍ବକ ପୂଜା କଲା ପରେ ଧାନ କ୍ଷେତରେ ପୋତି ଦିଅନ୍ତି ଏବଂ ଭଲ ଫସଲ ପାଇଁ ପ୍ରାର୍ଥନା କରନ୍ତି । ଗର୍ଭଣା ସଂକ୍ରାନ୍ତି ଉପରେ ଏକ କୃଷି ବଚନ ଅଛି -'''ଆଗେ ବୁଣୁ ପଛେ ବୁଣୁ, ଗର୍ଭଣାକୁ ଟୁଣୁଟୁଣୁ ''' । ଅର୍ଥାତ ଏହି ସମୟକୁ ଧାନଗଛ ଗର୍ଭଧାରଣ କରିସାରିଥାଏ ।
 
ଯେଉଁ ଅଞ୍ଚଳ ରେ ମୂଖ୍ୟ ଖରିଫ ଫସଲ ହିସାବରେ ଚାଷ କରାଯାଏ, ସେହି ଅଞ୍ଚଳ ରେ ଏହି ପର୍ବ ପାଳନ କରାଯାଏ। ଏହା ଏକ କୃଷି ଭିତ୍ତିକ ପର୍ବ ହୋଇଥିବାରୁ ଚାଷୀ ମାନଙ୍କ ପରିବାର ଲୋକେ ଏହାକୁ ନିଷ୍ଠାର ସହିତ ପାଳନ କରନ୍ତି। ଓଡ଼ିଶାର ଭଦ୍ରକ, ଯାଜପୁର, ବାଲେଶ୍ଵର ଆଦି ଜିଲ୍ଲା ରେ ଏହାର ପାଳନ ବିଧି ନିଆରା।