"ଲକ୍ଷ୍ମଣ ନାୟକ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
No edit summary
ଟ୍ୟାଗସବୁ: ଭିଜୁଆଲ ସମ୍ପାଦନା ମୋବାଇଲ ସମ୍ପାଦନା ମୋବାଇଲ ୱେବ ବଦଳ
No edit summary
ଟ୍ୟାଗସବୁ: ଭିଜୁଆଲ ସମ୍ପାଦନା ମୋବାଇଲ ସମ୍ପାଦନା ମୋବାଇଲ ୱେବ ବଦଳ
୨୮ କ ଧାଡ଼ି:
 
== ସ୍ୱାଧୀନତା ସଂଗ୍ରାମ ==
୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଓଡ଼ିଶା ଏକ ସ୍ୱତନ୍ତ୍ର ପ୍ରଦେଶ ରୂପରେ ଆତ୍ମପ୍ରକାଶ କରିଥିଲା । ସାର ଜନ ଅଷ୍ଟିନ ହବାକ ହେଲେ ଓଡ଼ିଶାର ପ୍ରଥମ ଗଭର୍ଣ୍ଣର। ଏକଦା ତାଙ୍କ କୋରାପୁଟ ଗସ୍ତ ସମୟରେ ତାଙ୍କ ପ୍ରତିନିଧି ଭାବରେ ତତ୍କାଳିନ ଜୟପୁର ରାଜା ସମସ୍ତ ସୁଖସୁବିଧାର ଆୟୋଜନ କରିଥିଲେ । ମାତ୍ର ଏଥି ନିମନ୍ତେ ଆଦିବାସୀଙ୍କୁ ବହୁମୂଲ୍ୟ ଦେବାକୁ ପଡ଼ିଥିଲା । ସମସ୍ତ ପ୍ରକାରର ଉପଲବ୍ଧ ଉତ୍ତମ ଖାଦ୍ୟଦ୍ରବ୍ୟ ବିନାମୂଲ୍ୟରେ ସରକାରଙ୍କୁ ଦେବାସହ ସାହେବଙ୍କ ସେବାନିମନ୍ତେ ବେଠି ଖଟିବାକୁ ପଡ଼ିଥିଲା । ପ୍ରତିବାଦର ପରିଣାମ ଥିଲା ରାଜଦଣ୍ଡ । ସାହେବ ଓ ତାଙ୍କ ଅମଲାମାନଙ୍କର ଏ ଅତ୍ୟାଚରରେ ବିଚଳିତ ହୋଇ ଲକ୍ଷ୍ମଣ ନାୟକ ନିଜ ଲୋକଙ୍କ ଦୂରବସ୍ଥା ବିଷୟରେ ତତ୍କାଲିନ ଘୁମର ଗ୍ରାମ ପଞ୍ଚାୟତର କଂଗ୍ରେସ ସଭାପତି ନିଳକଣ୍ଠ ପାତ୍ରଙ୍କୁ ଜଣାଇଥିଲେ ।
 
ନିଳକଣ୍ଠ ପାତ୍ର ଆଦିବାସୀମାନେ ହରାଇଥିବା ସମସ୍ତ ସମ୍ପତିର ତାଲିକା ପ୍ରସ୍ତୁତ କରି ଜୟପୁରର ରାଧାକୃଷ୍ଣ ବିଶ୍ୱାସରାୟଙ୍କ ନିକଟକୁ ଯାଇଥିଲେ ଓ ସେ ଏ ସମ୍ବାଦକୁ ଖବର କାଗଜରେ ପ୍ରକାଶ କରିବା ପରେ ତୀବ୍ର ପ୍ରତିକିୟା ପ୍ରକାଶ ପାଇଥିଲା । ପରିଣାମ ସ୍ୱରୂପ ଇଂରେଜ ସରକାର ଲୋକମାନଙ୍କଠାରୁ ନିଆଯାଇଥିବା ଜିନିଷର ମୂଲ୍ୟ ଫେରାଇଥିଲେ । ଏହି ଘଟଣା ଫଳରେ ଲକ୍ଷ୍ମଣ ନାୟକଙ୍କ ମନରେ ଅହିଂସା ଓ ତତ୍କାଲିନ କଂଗ୍ରେସ ଉପରେ ବିଶ୍ୱାସ ଜନ୍ମିଥିଲା । ୧୯୩୭-୩୮ରେ ରାଧାକୃଷ୍ଣ ବିଶ୍ୱାସରାୟ ଜୟପୁର ନିକଟସ୍ଥ ନୂଆପୁଟରେ ଖୋଲିଥିବା ତାଲିମ ଶିବିରରେ ଯୋଗଦାନ କରି ମହାତ୍ମାଗାନ୍ଧିଙ୍କ ଦର୍ଶିତ ଆଦର୍ଶ ନୀତି ଓ ଶୃଙ୍ଖଳିତ ଜୀବନଯାପନ ବିଷୟରେ ଶିକ୍ଷା ଲାଭ କରିଥିଲେ ।
 
ଇଂରେଜ ସରକାରଙ୍କ ଅତ୍ୟଧିକ ଅତ୍ୟାଚାର ବିରୁଦ୍ଧରେ ନିରାଶ ହୋଇପଡ଼ିଥିଲେ ଲକ୍ଷ୍ମଣ ନାୟକ । ପରବର୍ତ୍ତୀ ସମୟରେ ଲକ୍ଷ୍ମଣଙ୍କ ଉପରେ ଏତାଦୃଶ୍ୟ ଅତ୍ୟାଚାର ପରେ ମଧ୍ୟ କର୍ମୀ ମାନେ ଆଗକୁ ବଢିଚାଲିବାରୁ ସେମାନଙ୍କ ଉପରେ ପୁଲିସ ଗୁଳିଚାଳନା ଆରମ୍ଭ କରିଦେଇଥିଲା ।
 
ମାଥିଲି ଘେରାଉ ସମୟରେ ମୃତାହତମାନଙ୍କ ମଧ୍ୟରେ ଥିଲେ ଥାନା ଉପରେ ପତାକା ଧରି ଉଡେଇବାକୁ ଚଢ଼ିଥିବା ଟିମସପୁଟ ଗ୍ରାମର ଲିଙ୍ଗା ଭୁମିଆ ଓ ସରଗିଗୁଡାର ନକୁଳ ମାଡକାମୀ ଥିଲେ ଅନ୍ୟତମ । ମାଲକାନଗିରି ଜିଲ୍ଲା ମାଥିଲି ଗୁଳିକାଣ୍ଡରେ ମାତାଲ ଅବସ୍ଥାରେ ଥିବା ଫରେଷ୍ଟଗାର୍ଡ ଜି.ରାମୟାରଙ୍କ ଆକ୍ରମଣ ଫଳରଏ ମୃତ୍ୟୁ ହେଇଥିଲା ।
 
ଆନ୍ଦୋଳନକୁ ଦମନ କରିବା ପରେ ପୋଲିସ ଲକ୍ଷ୍ମଣ ନାୟକଙ୍କ ଅଚେତ ଶରୀରକୁ ମୃତ ମନେକରି ନିକଟସ୍ଥ ନାଳରେ ଫୋପାଡି ଦେଇଥିଲା । ଚେତା ଫେରିପାଇବା ପରେ ଲକ୍ଷ୍ମଣ ପରିସ୍ଥିତି ବୁଝି ପରିଥିଲେ ଓ ଦୁର୍ଗମ ବଣରାସ୍ତା ମଧ୍ୟଦେଇ ଜୟପୁରରେ ପରବର୍ତ୍ତୀ ନିର୍ଦ୍ଦେଶ ପାଇଁ ପହଞ୍ଚିଥିଲେ ।
 
ତତପରଦିନ ଲକ୍ଷ୍ମଣ ନାୟକଙ୍କ ଶବ ଦେଖିବାକୁ ନପାଇ ପୋଲିସ ତାଙ୍କୁ ଫେରାର ଘୋଷିତ କରି ଫରେଷ୍ଟଗାର୍ଡ ଜି.ରମାୟାର ହତ୍ୟା ଅଭିଯୋଗରେ ବନ୍ଦୀ କରିବାକୁ ନିର୍ଦ୍ଦେଶନାମା ଜାରି କରିଥିଲା । ପୋଲିସର ଗିରଫ ପରୱାନ ପରେ ଲକ୍ଷ୍ମଣ ନାୟକଙ୍କ ଆତ୍ମଗୋପନ କରିଥିଲେ ମଧ୍ୟ ଲୋକଙ୍କ ଉପରେ ଅତ୍ୟାଚାରର କାହାଣୀ ଶୁଣି ପୁଣି ନିଜ ଗ୍ରାମ ତେନ୍ତୁଲିଗୁମାକୁ ଫେରି ଆସିଥିଲେ ଓ ଇଂରେଜ ସରକାରଙ୍କ ଦ୍ଵାରା ଗିରଫ ହୋଇଥିଲେ ।
 
==ସଂଗ୍ରାମୀ ଜୀବନ==
ତାଲିମ ଶିବିରରୁ ଫେରି ଲକ୍ଷ୍ମଣ କୋରାପୁଟରେ ଖଦୀ ଓ ଅହିଂସାର ପ୍ରଚାର ଓ ପ୍ରସାରରେ ଯୋଗ ଦେଇଥିଲେ । ପଶୁବଳିକୁ ବିରୋଧ କରିବା ସହ ନିଜର ତିଶାରି ବୃତ୍ତିରେ ଆଉ ପଶୁବଳି ଦେଇନଥିଲେ । ଲକ୍ଷ୍ମଣ ଗାଁକୁ ଗାଁ ବୁଲି ଲୋକଙ୍କୁ ନିର୍ଭିକ ହେବା ସହ ସରକାରଙ୍କୁ ଟିକସ ନ ଦେବା ଅହିଂସା ମାର୍ଗରେ ପରିଚାଳିତ ହେବା ମଦ୍ୟ ତ୍ୟାଗ କରିବା ସହ ଏକ ଶୃଙ୍ଖଳିତ ଜୀବନ ଧାରଣ ନିମନ୍ତେ ବାର୍ତ୍ତା ପ୍ରଚାର କରୁଥିଲେ । <ref name="Saheed Laxman">{{cite web|title=Saheed Laxman Nayak|url=http://creativeodisha.com/AboutOdisha/View-Eminent-Personalities/Laxman-Nayak|work=creativeodisha.com|accessdate=12 April 2016}}</ref> ତାଙ୍କର ପ୍ରଧାନ ସହାୟକ ମଧ୍ୟରେ ବଲରାମ ସିଂ ପୁଜାରୀ,ମୋତିରାମ ସିଂ ପୁଜାରୀ ,ବନସିଂ ପୁଜାରୀ,କୃଷ୍ଣଚନ୍ଦ୍ର ବିଶୋଇ ପ୍ରମୁଖ ଥିଲେ । କୃଷ୍ଣଚନ୍ଦ୍ର ସାକ୍ଷରତା ଅଭିଯାନରେ ସାହାଯ୍ୟ କରି କୋରାପୁଟର ଉଦୟଗିରିଠାରେ ଏକ ସ୍କୁଲ ଖୋଲିଥିଲେ । ଏକ ମୁସ୍ତାଦା ହୋଇ ମଧ୍ୟ ଲୋକଙ୍କୁ କର ନ ଦେବା ପାଇ କହିବାର ପରିଣାମ ସ୍ୱରୂପ ଲକ୍ଷ୍ମଣଙ୍କୁ ରାଜଦ୍ରୋହୀ ବା ଫିତୁରିଦାର୍ (ଅର୍ଥାତ ରାଜାଙ୍କୁ ବିରୁଦ୍ଧ କରୁଥିବା ମେଳିର ସର୍ଦ୍ଦାର ) ଘୋଷଣା କରି ତାଙ୍କ ଠାରୁ ସରକାରଙ୍କ ତରଫରୁ ଦିଆଯାଇଥିବା ପଦବୀ ଓ ଚାଷ ଜମି ଛଡ଼ାଇ ନିଆଯାଇଥିଲା ।