"ଗର୍ଭଣା ସଂକ୍ରାନ୍ତି" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେNo edit summary
ଟିକେ Fix joint words; Replace ଵ with ବ
୨୧ କ ଧାଡ଼ି:
[[ଓଡ଼ିଶା]]ର ପର୍ବପର୍ବାଣି ଗୁଡ଼ିକ ଋତୁ, ଧର୍ମ ଓ ସାମାଜିକ ଭିତ୍ତିରେ ପାଳନ କରାଯାଏ । ତନ୍ମଧ୍ୟରୁ ଅନେକ ପର୍ବ କୃଷି ସମ୍ବନ୍ଧୀୟ । ତୁଳା ମାସର ସଂକ୍ରାନ୍ତିରେ ପାଳିତ ହୁଏ '''ଗର୍ଭଣା ସଂକ୍ରାନ୍ତି''' । ଇଂରାଜୀ ମାସ ଅକ୍ଟୋବରରେ ପଡ଼େ ଏହି ସଂକ୍ରାନ୍ତି । ଗର୍ଭ କହିଲେ ଭୃଣକୁ ବୁଝାଯାଏ । ଏହି ସଂକ୍ରାନ୍ତି ବେଳକୁ [[ଧାନ]] ଗଛର ଗର୍ଭରେ ଧାନ କେଣ୍ଡା ବାହାରେ । ଏହି ସମୟରେ ଗର୍ଭଣା ଗଛର ଡାଳକୁ ପୂଜା କରି କ୍ଷେତରେ ପୋତିଲେ ଭଲ ଫସଲ ହୁଏ ବୋଲି ପ୍ରବାଦ ରହିଛି । ଗର୍ଭଣା ଗଛକୁ କେତେକ ସ୍ଥାନରେ ଅଙ୍କରାନ୍ତି ଗଛ ମଧ୍ୟ କହନ୍ତି । ଏହାର ଅନେକ ଔଷଧୀୟ ଗୁଣ ରହିଛି । ଚାଷୀମାନେ ଏହିଦିନ ନିଷ୍ଠାର ସହିତ ପାଳନ କରନ୍ତି । ଗୃହ ମାଲିକ ତଥା କୃଷକ ସ୍ନାନାଦି କର୍ମ ସାରି ଗର୍ଭଣା ଗଛର ଡାଳ ଆଣି ବିଧିପୂର୍ବକ ପୂଜା କଲା ପରେ ଧାନ କ୍ଷେତରେ ପୋତି ଦିଅନ୍ତି ଏବଂ ଭଲ ଫସଲ ପାଇଁ ପ୍ରାର୍ଥନା କରନ୍ତି । ଗର୍ଭଣା ସଂକ୍ରାନ୍ତି ଉପରେ ଏକ କୃଷି ବଚନ ଅଛି- ''ଆଗେ ବୁଣୁ ପଛେ ବୁଣୁ, ଗର୍ଭଣାକୁ ଟୁଣୁଟୁଣୁ'' । ଅର୍ଥାତ ଏହି ସମୟକୁ ଧାନଗଛ ଗର୍ଭଧାରଣ କରିସାରିଥାଏ ।
 
ଯେଉଁ ଅଞ୍ଚଳରେ ମୁଖ୍ୟ ଖରିଫ ଫସଲ ହିସାବରେ ଚାଷ କରାଯାଏ, ସେହି ଅଞ୍ଚଳ ରେଅଞ୍ଚଳରେ ଏହି ପର୍ବ ପାଳନ କରାଯାଏ । ଏହା ଏକ କୃଷି ଭିତ୍ତିକ ପର୍ବ ହୋଇଥିବାରୁ ଚାଷୀ ମାନଙ୍କ ପରିବାର ଲୋକେ ଏହାକୁ ନିଷ୍ଠାର ସହିତ ପାଳନ କରନ୍ତି । ଓଡ଼ିଶାର [[ଭଦ୍ରକ]], [[ଯାଜପୁର]], [[ବାଲେଶ୍ଵରବାଲେଶ୍ୱର]] ଆଦି ଜିଲ୍ଲାରେ ଏହାର ପାଳନ ବିଧି ନିଆରା ।
 
== ପୂଜା ବିଧି ==
ସକାଳୁ ସକାଳୁ ଉଠି ଘର ଧୂଆ ପୋଛା କରାଯାଏ । ଦାଣ୍ଡ ଦୁଆରେ ଝୋଟି ଚିତା ଅଙ୍କାଯାଏ । ପୁରୁଷମାନେ ସକାଳୁ ଉଠି ଅଧୁଆ ମୁହଁରେ ଯାଇ ବତା ଗଛ, ଗଡ଼ଗଡ଼ା, ଭୂଆଁଳ, ପଳାଶ,ନଟିକଣ୍ଟି,ବାଉଁଶ ଆଦି ଗଛର ପତ୍ର ଓ କଇଁ ଫୁଲ ସଂଗ୍ରହ କରି ଆଣନ୍ତି । ତାକୁ ସବୁ ବିଡ଼ା ବିଡ଼ା କରି ବାନ୍ଧନ୍ତି । ତା'ପରେ ଗାଧୋଇ ପାଧୋଇ ସେହି ବିଡ଼ା ସବୁକୁ ଲକ୍ଷ୍ମୀ ବା ତୁଳସୀ ଚଉରା ପାଖରେ ରଖି ପୂଜା କରନ୍ତି ଓ ଭୋଗ ଦିଅନ୍ତି । ତା'ପରେ ସେହି ବିଡ଼ା ଗୁଡ଼ିକୁ ଧରି ବାମ କାନ୍ଧରେ ରଖନ୍ତି । ସ୍ତ୍ରୀ ଲୋକମାନେ ଶଙ୍ଖ ହୁଳହୁଳି ପକାଇଲେ ପୁରୁଷ ମାନେପୁରୁଷମାନେ ଏହାକୁ ଧରି ଘରୁ ବାହାରନ୍ତି ।ପ୍ରଥମେ ଘର ଚାଳ ଓ ଖତଗଦାରେ ଗୋଟିଏ ଗୋଟିଏ ବିଡ଼ା ପୋତିଲା ପରେ ବାକି ବିଡ଼ାକୁ ନେଇ ଧାନ କ୍ଷେତକୁ ଯାଆନ୍ତି । ସେଠାରେ ପ୍ରତି କ୍ଷେତର ଐଶାନ୍ୟ କୋଣରେ ଜୁହାର ହୋଇ ଗୋଟିଏ ଲେଖାଏଁ ବିଡ଼ା ପୋତନ୍ତି । ଏହା କଲେ ଲକ୍ଷ୍ମୀ ମାଆ ପ୍ରସନ୍ନ ହୁଅନ୍ତି ଓ ଭଲ ଧାନ ଫସଲ ହୁଏ ବୋଲି ବିଶ୍ୱାସ ଅଛି ।<ref>ସମ୍ବାଦ, ପୃଷ୍ଠା-୨, ୧୭.୧୦.୨୦୧୩</ref>
 
==ଆଧାର==