"ଦଶାବତାର" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେ ମାନକ ବନାନ (ବହୁପ୍ରଚଳିତ) (via JWB)
ଟିକେ Fix joint words
୩୦ କ ଧାଡ଼ି:
 
===[[କଚ୍ଛପ]]===
ଦ୍ୱିତୀୟ ଅବତାରରେ କଚ୍ଛପ ରୂପେ ଆବିର୍ଭୁତ ହୋଇ ସମୁଦ୍ର ମନ୍ଥନ ବେଳେ ମନ୍ଦର ପର୍ବତକୁ ନିଜ ପୃଷ୍ଠରେ ଧାରଣ କରିଥିଲେ । ଦୁର୍ବାସାଙ୍କ ଶାପରୁ ଇନ୍ଦ୍ର ଶ୍ରୀହୀନ ହେବାରୁ ଲକ୍ଷ୍ମୀ ସ୍ୱର୍ଗରୁ ଯାଇ ସମୁଦ୍ର ଗର୍ଭରେ ବାସ କଲେ । ବ୍ରହ୍ମାଙ୍କ ଉପଦେଶ ଅନୁସାରେ ମନ୍ଦର ପର୍ବତକୁ ମନ୍ଥନ ଦଣ୍ଡ ଓ ବାସୁକୀକୁ ମନ୍ଥନ ରଜ୍ଜୁ କରି ରଜ୍ଜୁର ଏକ ପାଖକୁ ଦେବତାଗଣ ଓ ଅନ୍ୟ ପାଖକୁ ଅସୁର ମାନେଅସୁରମାନେ ଟାଣି ସମୁଦ୍ରକୁ ମୋହିଁଲେ । ମନ୍ଥନ ଫଳରେ ପ୍ରଥମେ ହଳାହଳ ବିଷ ବାହାରିଲା । ଏ ବିଷର ଜ୍ୱାଳାରେ ସମସ୍ତେ ଅସ୍ଥିର ହୋଇ [[ମହାଦେବ]]ଙ୍କୁ ସ୍ତବ କରିବାରୁ ସେ ସନ୍ତୁଷ୍ଟ ହୋଇ ଉକ୍ତ ବିଷକୁ ପାନ କଲେ । ତତ୍ପରେ ପୁଣି ମନ୍ଥନ କରିବାରୁ ସମୁଦ୍ର ମଧ୍ୟରୁ ଚନ୍ଦ୍ର, ପାରିଜାତ, ଉଚ୍ଚୈଃଶ୍ରବା ଅଶ୍ୱ, ଐରାବତ ଗଜ, ସୁରଭୀ ଗାଈ, ଲକ୍ଷ୍ମୀ ଓ ଧନ୍ୱନ୍ତରୀ ଅମୃତଭାଣ୍ଡ ସହିତ ବାହାରିଲେ । ଅସୁରମାନେ ଅମୃତଭାଣ୍ଡ ହରଣ କରିବାକୁ ଉଦ୍ୟତ ହେବାରୁ [[ବିଷ୍ଣୁ]] ମୋହିନୀରୂପ ଧରି ଅସୁରମାନଙ୍କୁ ବଞ୍ଚନା କରି ଦେବତାମାନଙ୍କୁ ଉକ୍ତ ଅମୃତ ଦେଲେ । ଏଥିଯୋଗୁଁ ଦେବ ଓ ଅସୁରମାନଙ୍କ ମଧ୍ୟରେ ଭୟଙ୍କର ଯୁଦ୍ଧ ଲାଗିଲା । ନାରଦ ସେହି ଯୁଦ୍ଧ ନିବାରଣ କରିଥିଲେ । ଦେବତାମାନଙ୍କଦ୍ୱାରା ହତ ଅସୁରମାନଙ୍କୁ ଅସୁରଗୁରୁ [[ଶୁକ୍ରାଚାର୍ଯ୍ୟ]] ବଞ୍ଚାଇଥିଲେ ।
 
===[[ବରାହ]]===
"https://or.wikipedia.org/wiki/ଦଶାବତାର"ରୁ ଅଣାଯାଇଅଛି