"ଫକୀର ମୋହନ ସେନାପତି" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
କେବଳ ତିଥିଟା ଅଧିକା ଲେଖିଲି
ଟ୍ୟାଗସବୁ: ଭିଜୁଆଲ ସମ୍ପାଦନା ମୋବାଇଲ ସମ୍ପାଦନା ମୋବାଇଲ ୱେବ ବଦଳ
ବାଇବେଲ ସ୍ଥାନରେ ବାଇବେଳ ଥିଲା।
ଟ୍ୟାଗସବୁ: ଭିଜୁଆଲ ସମ୍ପାଦନା ମୋବାଇଲ ସମ୍ପାଦନା ମୋବାଇଲ ୱେବ ବଦଳ
୧୮ କ ଧାଡ଼ି:
== '''ଜୀବନ କାଳ''' ==
=== ପିଲାବେଳ ===
୧୩ ଜାନୁଆରୀ ୧୮୪୩ରେ ମକର ସଂକ୍ରାନ୍ତି ଦିନ [[ବାଲେଶ୍ୱର ଜିଲ୍ଲା|ବାଲେଶ୍ୱର ଜିଲ୍ଲାର]] ମଲ୍ଲିକାଶପୁର ଗାଆଁର ଲକ୍ଷ୍ମଣ ଚରଣ ସେନାପତି ଓ ତୁଳସୀ ଦେବୀ ସେନାପତିଙ୍କ ଔରସରୁ ଜନ୍ମଗ୍ରହଣ କରିଥିଲେ । ତାଙ୍କୁ ଏକ ବର୍ଷ ପାଞ୍ଚ ମାସ ବୟସ ବେଳେ ତାଙ୍କ ପିତା ଲକ୍ଷ୍ମଣ ଚରଣ ସେନାପତିଙ୍କର ମୃତ୍ୟୁ ଘଟିଲା । ଏହାର ମାତ୍ର ୧୪ ମାସ ପରେ ତାଙ୍କ ମାତା ତୁଳସୀ ଦେବୀ ସେନାପତି ମଧ୍ୟ ଈହଧାମ ତ୍ୟାଗ କରିଥିଲେ । ବାଲ୍ୟକାଳରୁ ତାଙ୍କର ଲାଳନପାଳନ ଭାର ତାଙ୍କର ଜେଜେମା ସମ୍ଭାଳିଥିଲେ ।<ref name="ଫକୀର ମୋହ‌ନ ସେନପତି ଜୀବନୀ"></ref>
 
ଫକୀରମୋହନଙ୍କ ପ୍ରକୃତ ନାମ ଥିଲା ବ୍ରଜମୋହନ । ବାଲ୍ୟକାଳରେ ସେ ପ୍ରାୟତଃ ଅସୁସ୍ଥ ରହୁଥିବାରୁ ତାଙ୍କ ଜେଜେ ତାଙ୍କୁ ଫକୀରମାନଙ୍କ ପାଖକୁ ନେଇଯାଉଥିଲେ । ସେହି ଫକୀରମାନଙ୍କ ସମ୍ମାନାର୍ଥେ ତାଙ୍କ ଜେଜେମା’ ତାଙ୍କ ନାଁ ବଦଳାଇ କରିଦେଲେ ଫକୀରମୋହନ ।
୨୬ କ ଧାଡ଼ି:
ମା‍ଇନର ପାଶ୍ କଲା ପରେ ସେ ବାଲେଶ୍ୱରର ବାରବାଟୀ ସ୍କୁଲରେ ବିଦ୍ୟାଧ୍ୟୟନ ଜାରି ରଖିଥିଲେ । ସେଠାରେ ସେ ଇତିହାସ, ଭୂଗୋଳ ଏବଂ ଗଣିତ ଶିକ୍ଷା କରୁଥିଲେ । ସେ ନିଜର ପାରଦର୍ଶିତା ଯୋଗୁଁ ଶିକ୍ଷକମାନଙ୍କର ଦୃଷ୍ଟି ଆକର୍ଷଣ କରିଥିଲେ । ତେବେ ଆର୍ଥିକ ଦୁରବସ୍ଥା ଯୋଗୁଁ ବିଦ୍ୟାଳୟର ମାସିକ ଖର୍ଚ୍ଚ ୨୫ ପଇସା ଦେଇ ନ ପାରି ତାଙ୍କୁ ପାଠପଢ଼ା ତ୍ୟାଗ କରିବାକୁ ପଡ଼ିଥିଲା ଏବଂ ସେହି ବାରବାଟୀ ସ୍କୁଲରେ ତାଙ୍କୁ ମାସିକ ୨.୫୦ ଟଙ୍କା ଦରମାରେ ଶିକ୍ଷକ ଚାକିରୀ କରିବାକୁ ହୋ‍ଇଥିଲା ।<ref name="ଫକୀର ମୋହ‌ନ ସେନପତି ଜୀବନୀ"></ref> ସେଠାରେ ସେ ଇତିହାସ, ଭୂଗୋଳ ଏବଂ ଗଣିତରେ ଶିକ୍ଷାଦାନ ଆରମ୍ଭ କରିଦେଲେ । ଏହି ସବୁ ବିଷୟରେ ସେ ନିଜେ ନିଜର ଜ୍ଞାନ‌କୁ ପ୍ରଗାଢ଼ କରିପାରିଥିଲେ । ବାଲେଶ୍ୱର କଲେକ୍ଟରେଟ୍‌ରେ କିଛି କାଳ ପାଇଁ ସେ କିରାଣୀ ଚାକିରି କରିଥିଲେ । ପରବର୍ତ୍ତୀ କାଳରେ ସେ ବାଲେଶ୍ୱର ମିଶନ ସ୍କୁଲରେ ୧୮୭୧ ଯାଏଁ ଶିକ୍ଷକତା କରିଥିଲେ ।
 
ଫକୀରମୋହନ ନିଜ ପରିଶ୍ରମ ବଳରେ ଇଂରାଜୀ ଶିକ୍ଷା କରିଥିଲେ । ଆରବିଆନ ନାଇଟସ୍, ରବିନସନ କୃଷେ, ଇଂରାଜୀ ବାଇବେଳବାଇବେଲ ଭଳି କିଛି ଇଂରାଜୀ ବ‌ହି ପଢ଼ିବା ବେଳେ ସେ ଇଂରାଜୀ ଅଭିଧାନର ସାହାଯ୍ୟ ନେଇଥିଲେ । ଯଦିଓ ଫକୀରମୋହନ ୨୩ ବର୍ଷ ବୟସରେ ଇଂରାଜୀ ଶିକ୍ଷା ଆରମ୍ଭ କରିଥିଲେ, କିନ୍ତୁ ତାଙ୍କର ପ୍ରକୃତିଦତ୍ତ ଦକ୍ଷତା ପାଇଁ ସେ ବିଦେଶୀମାନଙ୍କର ମଧ୍ୟ ଦୃଷ୍ଟି ଆକର୍ଷଣ କରିପାରିଥିଲେ ।<ref name="ଫକୀର ମୋହ‌ନ ସେନପତି ଜୀବନୀ"></ref>
 
=== ଉତ୍ତର ଜୀବନ ===