"ଭଦ୍ରକ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
No edit summary
୨୭ କ ଧାଡ଼ି:
=== ମୁସଲମାନ ଧର୍ମ ===
୧୫୭୫ ଖ୍ରୀଷ୍ଟାବ୍ଦ ଅପ୍ରେଲ ୧୨ ତାରିଖରେ [[ଆକବର]] ଭଦ୍ରକକୁ ଏକ ସ୍ୱତନ୍ତ୍ର ଡିଭିଜନ (ସର୍କାର) ହିସାବରେ ଘୋଷଣା କରିଥିଲେ। [[କଟକ]] ଡିଭିଜନଟି [[ଦାଉଦ]]ଙ୍କ ଅକ୍ତିଆରରେ ଥିଲାବେଳେ ଭଦ୍ରକ ଓ [[ବାଲେଶ୍ୱର]] ଡିଭିଜନ [[ମୋଗଲ]]ଙ୍କ ଅଧୀନରେ ଥିଲା। [[ତୋଦରମଲ୍ଲ]] ଭଦ୍ରକରେ ଛାଉଣି ପକାଇ ବନ୍ଦୋବସ୍ତ କାର୍ଯ୍ୟ ଚଳାଇଥିଲେ। [[ଆଉରଙ୍ଗଜେବ]]ଙ୍କ ସମୟରେ କଦମ୍ବବେଡ଼ା (କୁଆଁସ)ରେ ଇଦ୍​ଗାହ ନିର୍ମାଣ ହୋଇଥିଲା।
==ଐତିହ୍ୟ==
==ଧର୍ମୀୟ ଚେତନା==
*ଭଦ୍ରକର ଭଦ୍ରକାଳୀ ମନ୍ଦିର, ଭଦ୍ରକର ମୁଖ୍ୟ ଶକ୍ତିପୀଠ।
*ଆରଡ଼ିସ୍ଥିତ ଆଖଣ୍ଡଳମଣୀ ମନ୍ଦିର, ଭଦ୍ରକର ମୁଖ୍ୟ ଶୈବପୀଠ।
୩୫ କ ଧାଡ଼ି:
*ଭଦ୍ରକର କୁଆଁସଗ୍ରାମସ୍ଥ ଜଗନ୍ନାଥ ମନ୍ଦିରର ସ୍ୱତନ୍ତ୍ରତା ହେଉଛି ଯେ ଏହାକୁ ଲସ୍ ଏଞ୍ଜେଲସ୍​ର ଜୁଲିଆନ ପାର୍କର ନାମକ ଜଣେ ଅଣହିନ୍ଦୁ ବିଦେଶୀ ଏହାକୁ ସ୍ଥାପନ କରିଛନ୍ତି। ଜୁଲିଆନ ଆତ୍ମତତ୍ତ୍ୱ ଦାସ ଓ ମାଳିନୀ ଦାସଙ୍କର ପାଳିତ ପୁତ୍ର ହୋଇଥିଲେ। ଭାରତକୁ ଆସିବା ପରେ ସେ ଜାହ୍ନବୀ ନିତାଇ ଦାସ ନାମରେ ପରିଚିତ ହୋଇଥିଲେ। ପୁରୀ ଶ୍ରୀମନ୍ଦିରରେ ଅଣହିନ୍ଦୁମାନଙ୍କର ପ୍ରବେଶ ନିଷେଧ ହୋଇଥିବାରୁ ସେ ଏଠାରେ ୧୬ଫୁଟ ଉଚ୍ଚର ଜଗନ୍ନାଥ, ୧୫ ଫୁଟ ଉଚ୍ଚର ବଳଭଦ୍ର ଓ ୭ ଫୁଟ ଉଚ୍ଚର ସୁଭଦ୍ରା ବିଗ୍ରହ ବୈଦିକ ରୀତିରେ ୨୦୦୫ ମସିହା ମେ ୨୨ରେ ସ୍ଥାପନ କରାଇଥିଲେ। ଅଦ୍ୟାବତ୍ ସେହି ବିଗ୍ରହମାନେ ସେହି ମନ୍ଦିରରେ ଯଥାବିଧି ପୂଜିତ ହେଉ ଅଛନ୍ତି।
*ଓଡ଼ିଶାର ଭାଗବତ ଟୁଙ୍ଗୀ ପରମ୍ପରା ଅବଲୁପ୍ତ ହେଇଆସୁଥିଲା ବେଳେ ଏଠାକାର କିସ୍ମତ କୃଷ୍ଣପୁର ଗ୍ରାମରେ ଏ ପରମ୍ପରା ଏବେବି ଜୀବିତ ଅଛି।
==ଉତ୍ସବ==
*ଗୋପାଳ ସମ୍ପ୍ରଦାୟର ରାଧାକୃଷ୍ଣ ଉପାସନା ଓ ଲଉଡ଼ି ଖେଳ
=== ଗୋପାଳଙ୍କ ଉଗାଳ ଓ ଲଉଡ଼ି ଖେଳ===
ଗୋପାଳ ସମ୍ପ୍ରଦାୟର ଲୋକେ ଦୋଳ ପୂର୍ଣ୍ଣମୀର ପୂର୍ବଦିନରୁ କୁମ୍ଭ ପୂଜା କରି ରାଧାକୃଷ୍ଣ ଉପାସନା ସହିତ ଗୋପାଳଙ୍କ ଉଗାଳ ଓ ଲଉଡ଼ି ଖେଳ (ବାଡ଼ି ଖେଳ) ପ୍ରଦର୍ଶନ କରିଥାନ୍ତି। ଏଇ ବାଡ଼ିଖେଳ ଓଡ଼ିଶାର ଏକ ବିଲୁପ୍ତପ୍ରାୟ ସାମରିକ କଳା। ମହାପୁରୁଷ ଅଚ୍ୟୁତାନନ୍ଦଙ୍କ ରଚିତ ଗୋପାଳଙ୍କ ଉଗାଳରେ ଗୂଢ଼ ଆଧ୍ୟାତ୍ମିକ ପ୍ରଶ୍ନର ସରଳ ଉତ୍ତର ରସମୟ ସଙ୍ଗୀତ ଛନ୍ଦରେ ବେଶ୍ ଉପଭୋଗ୍ୟ। ଏହି ଉତ୍ସବ ସାବରଙ୍ଗ, ଚୁଡ଼ଙ୍ଗପୁରର ରଙ୍ଗଢ଼ାଉ, ବାସୁଦେବପୁର, କିସ୍ମତ କୃଷ୍ଣପୁର, ଧାମନଗର ଆଦି ଅଞ୍ଚଳରେ ଜାକଜମକରେ ପାଳିତ ହୋଇଥାଏ। ବାସୁଦେବପୁରର ‘ଶ୍ରୀଗୋପାଳ ଓଗାଳ ସମିତି’ ଓ ‘ରାଧାମାଧବ ଯାଦବ ସମିତି’ ଓଡ଼ିଶା ବାହାରେ ବିଭିନ୍ନ ସମୟରେ ଲଉଡ଼ିଖେଳ ପ୍ରଦର୍ଶନ କରି ପୁରସ୍କୃତ ହୋଇଛନ୍ତି।
===ଗୁଣ୍ଡିଣି ଯାତ୍ରା===
===ମୁନି ପୂଜା===
===ବାଲିଯାତ୍ରା===
===ରାସଯାତ୍ରା===
===ଚଢ଼େୟା ଚଢ଼େୟାଣୀ ନାଚ===
===କଣ୍ଢେଇ ନାଚ===
===ମୋଗଲ ତାମସା===
 
==ଆଧାର==
{{ଆଧାର}}
"https://or.wikipedia.org/wiki/ଭଦ୍ରକ"ରୁ ଅଣାଯାଇଅଛି