"ଚନ୍ଦନ ଯାତ୍ରା" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେ ଅଲଗା ଭାଷାର ଉଇକିପିଡ଼ିଆରେ ଏହି ପ୍ରସଙ୍ଗ
ଟିକେ →‎ବାହାର ଚନ୍ଦନଯାତ୍ରା: ପରେ ସଜାଇବି
୧୦ କ ଧାଡ଼ି:
===ବାହାର ଚନ୍ଦନଯାତ୍ରା===
ବାହାର ଚନ୍ଦନ ଯାତ୍ରା ସମୟରେ ଶ୍ରୀଜୀଉଙ୍କର ଚଳନ୍ତିପ୍ରତିମା [[ମଦନମୋହନ]]ଙ୍କୁ ସୁସଜ୍ଜିତ ବୋଇତରେ ଚନ୍ଦନ ପୋଖରୀରେ ନୌକାବିହାର କରାଯାଏ । ଏହାକୁ ଚନ୍ଦନ ଚାପ ବୋଲି କହିଥାନ୍ତି । ସଙ୍ଗୀତ ଓ ନୃତ୍ୟସହିତ ଏହି ଯାତ୍ରା ଅତି ମନୋରମ ହୋଇଥାଏ । ଏହି ଯାତ୍ରାର ଶେଷଦିନ ଭଉଁରୀ ଯାତ୍ରା ପାଳନ କରାଯାଏ।
<!-- ବୈଶାଖ ଶୁକ୍ଳ ତୃତୀୟାରେ ଆରମ୍ଭ ହେଉଥିବା ଚନ୍ଦନ ଯାତ୍ରା ଜ୍ୟେଷ୍ଠ ଶୁକ୍ଳ ଚତୁର୍ଦ୍ଦଶୀ (ସ୍ନାନପୂର୍ଣ୍ଣିମାର ପୂର୍ବଦିନ ) ପର୍ଯ୍ୟନ୍ତ ଚାଲିଥାଏ ୤
 
 
ଦକ୍ଷିଣଘରୁ (ଅଣସର ଘରର ଦକ୍ଷିଣରେ ଥିବା ବେହରଣ ଦ୍ବାର ମୁହଁରେ ଥିବା ଘର) ଅଷ୍ଟଧାତୁ ନିର୍ମିତ ତିନୋଟି ଚଳନ୍ତି ପ୍ରତିମା ମଦନମୋହନ, କୃଷ୍ଣ, ରାମ (ବଳରାମ) ଓ ରତ୍ନସିଂହାସନ ଉପରୁ ଦୁଇଟି ଚଳନ୍ତି ପ୍ରତିମା ଲକ୍ଷ୍ମୀଙ୍କର ସୁବର୍ଣ୍ଣ ପ୍ରତିମା ଓ ସରସ୍ଵତୀଙ୍କର ରୌପ୍ୟ ପ୍ରତିମା ବାହାର ଚନ୍ଦନରେ ଭାଗ ନିଅନ୍ତି ୤
ଚନ୍ଦନ ଯାତ୍ରା ପଟୁଆରରେ ସମୁଦାୟ ଦଶଗୋଟି ଚଳନ୍ତି ପ୍ରତିମା ବିମାନ ଓ ପାଲିଙ୍କିରେ ବିଜେ କରିଥାନ୍ତି ୤ ସବୁଟୁ ସୁଦୃଶ୍ୟ ବିମାନରେ ବିଜେ କରିଥାନ୍ତି ଲକ୍ଷ୍ମୀ, ସରସ୍ବତୀ ଓ ମଦନ ମୋହନ ୤ ବିମାନ ପଛ ପାଲିଙ୍କିଟିରେ ବଳରାମ ଓ କୃଷ୍ଣ ଆରୋହଣ କରିଥାନ୍ତି ପୁଣି ଅନ୍ୟ ପାଞ୍ଚଗୋଟି ବିମାନରେ ପଞ୍ଚୁପାଣ୍ଡବ ରୂପେ ପରିଚିତ ପଞ୍ଚ ମହାଦେବ ବିଜେ କରିଥାନ୍ତ୍ ୤
 
ନରେନ୍ଦ୍ର ପୁଷ୍କରିଣୀ କୁଳରେ ଏକ ଛାମୁଣ୍ଡିଆ ତିଆରି ହୋଇଥାଏ ୤ ସେଥି ଛାମୁଣ୍ଡିଆ ତଳେ ଦଶଟି ଯାକ ଚଳନ୍ତି ପ୍ରତିମାଙ୍କୁ ଅବସ୍ଥାପିତ କରାଯାଇ ରୁପା ପିଙ୍ଗଣରେ ଥିବା ସୁବାଷିତ ଜଳରେ ପଦଧୌତ କରାଯାଏ ୤
 
ଯୋଡ଼ିଏ ଲେଖାଁଏ ନୌକା ଯୁକ୍ତ ହୋଇ ଦୁଇ ଗୋଟି ଚାପ ପ୍ରସ୍ତୁତ ହୋଇ ଥାଏ ୤ ଚାପ ଗୁଡ଼ିକୁ ଜରିକାମ ହୋଇଥିବା ମଣ୍ଡଣି ଦ୍ବାରା ସୁଶୋଭିତ କରାଯାଇଥାଏ ୤ ଗୋଟିଏ ଚାପରେ ଥିବା ରୁପା କାରୁକାର୍ଯ୍ୟ ସମ୍ପନ୍ନ ସିଂହାସନରେ ମଦନମୋହନ, ଲକ୍ଷ୍ମୀ, ସରସ୍ଵତୀ, ବଳରାମ ଓ କୃଷ୍ଣ ଉପବେଶନ କରନ୍ତି ୤ ଅନ୍ୟ ଚାପଟିରେ ବସନ୍ତି ପଞ୍ଚୁପାଣ୍ଡବ ରୂପେ ପରିଚିତ ମହାଦେବମାନେ ୤ ପ୍ରତିମାମାନଙ୍କ ସହ ଚାପଦ୍ବୟରେ ପୂଜାପଣ୍ଡା, ସିଂହାରୀ, ଗରାବଡୁ, ସୁଆରବଡୁ, ପତ୍ରୀବଡୁ, ହଡ଼ପ, ଖୁଣ୍ଟିଆ ପ୍ରଭୃତି ସେବକ ରହିଥାଆନ୍ତି ୤ ଚାପ ଦ୍ବୟ ନରେନ୍ଦ୍ର ଜଳରେ ଘେରାଏ ଘେରାଏ ବୁଲି ଆସନ୍ତି ୤
 
ସ୍ନାନରୀତି ନିମନ୍ତେ ତିନିଗୋଟି କୁଣ୍ଡରେ ଚନ୍ଦନ, କର୍ପୁର, କସ୍ତୁରୀ, ଜାଇଫଳ, ମଲ୍ଲୀ, ଚମ୍ପା, ଜୁଇ, ସୁଗନ୍ଧରାଜ, ଗୋଲାପ ପ୍ରଭୃତି ବ୍ୟବହାର କରି ସୁବାସିତ ଜଳ ପ୍ରସ୍ତୁତ କରାଯାଏ୤ ସେହି କୁଣ୍ଡରେ ବୁଡ଼ ପକାନ୍ତି ଚଳନ୍ତି ପ୍ରତିମାମାନେ ୤ ପାଣିରେ ଅବଗାହନ ପରେ ବେଶ କରାଯାଏ ଦେବ ଦେବୀ ମାନଙ୍କୁ ୤ ୨୧ ଦିନରେ ୨୦ ପ୍ରକାର ବେଶର ପରମ୍ପରା ରହିଛି (୧୯ଶ ଦିନ ବେଶ କରାଯାଏ ନାହିଁ) ୤
<ref>ଗୁରୁବାର, ୩ ମଇ ୨୦୧୨, ପୃଷ୍ଠା: ୮</ref>
କ୍ରମାନୁଯାୟୀ ବେଶଗୁଡ଼ିକ ହେଲା:
# ନଟବର ବେଶ
# ହରିଜନ୍ମ ବେଶ
# ଖଟଦୋଳି ବେଶ
# ରାଜାଧିରାଜ ବେଶ
# ବତ୍ସାହରଣ ବେଶ
# ଗୋମତୀ କୃଷ୍ଣ ବେଶ
# ଅର୍ଘାସୁର ବଧ ବେଶ
# ଚକ୍ର ନାରାୟଣ ବେଶ
# ନାବକେଳି ବେଶ
# ରାସମଣ୍ଡଳି ବେଶ
# ନୃସିଂହ ବେଶ
# କନ୍ଦର୍ପ ରଥ ବେଶ
# ଷଡ଼ଭୂଜ ଗୌରାଙ୍ଗ ବେଶ
# ରଘୁନାଥ ବେଶ
# ବସ୍ତ୍ରହରଣ ବେଶ
# ଗିରିପୂଜା ବେଶ
# ଗଜ ଉଦ୍ଧାରଣ ବେଶ
# କୁଞ୍ଜଦୋଳି ବେଶ
ବେଶ ପରେ ରାତ୍ର ଚାପ ରୀତି ସମ୍ପନ୍ନ କରାଯାଏ ୤ ରାତ୍ରୀ ଚାପରେ ଦୁଇ ଚାପ ସହ ଗୋଟିଏ ବଜନ୍ତ୍ରୀ ନୌକା ଏହି ବିହରଣରେ ବ୍ୟବହୃତ ହୋଇଥାଏ ୤ ବଜନ୍ତ୍ରୀ ନୌକାରେ ଜଣେ ଘଣ୍ଟୁଆ, ଜଣେ କାହାଳିଆ, ଜଣେ ତେଲିଙ୍ଗି ବାଜା ବାଦକ ରହିଥାନ୍ତି ୤ ସେମାନଙ୍କ ସହ ଜଣେ ସେବାୟତ ପୋଲାଙ୍ଗ ତେଲର ଦିହୁଡ଼ୀ ଧରିଥାଏ ୤ ରାତ୍ରୀ ଚାପରେ କେବଳ ଗୋଟିଏ ଘେରା ବୁଲାଯାଏ ୤ ଯାତ୍ରାର ଅନ୍ତିମ ଦିନ (୨୧ତମ ଦିନ) ପୋଖରୀର ଦୀପଦାଣ୍ଡି ଚାରିପଟେ ୨୧ ଘେରା ବୁଲାଯାଇଥାଏ ୤
 
===ଚନ୍ଦନ ବେଶ===
ସକାଳ ଧୂପର ପରବର୍ତ୍ତୀ ଧୂପ ଅର୍ଥାତ ଛତ୍ର ଭୋଗ ଅର୍ପଣ ପରେ ଜୟ ବିଜୟ ଦ୍ବାର ବନ୍ଦ କରି ଦିଆଯାଏ ୤ ଦିଅଁମାନଙ୍କ ଆଗରେ ଗୋଟିଏ କାଠ ଘଡ଼ା ପକାଇ, ତା’ଉପରୁ ତିନି ଜଣ ସେବାୟତ ଦିଅଁମାନଙ୍କୁ ଚାମରରେ ବିଞ୍ଚନ୍ତି ୤ କିଛି ସମୟ ପରେ ଚାମର ଆଲଟ ବନ୍ଦ ହୋଇ ଆଡ଼ମ୍ବର ସହକାରେ ଚନ୍ଦନ, କର୍ପୁର, କେଶର, ଚୁଆ ପ୍ରଭୃତିର ମିଶ୍ରଣ ଦିଅଁମାନଙ୍କ ଶ୍ରୀଅଙ୍ଗରେ ଲେପନ କରାଯାଏ ୤ ପୁଷ୍ପାଳକ ସେବକ ମାନେ ଏହା ଲାଗି କରନ୍ତି ୤
ନିତିଦିନିଆ ତିନି ସାଧାରଣ ଆଭୂଷଣ ଚିତା, ଗୁଣା ଏବଂ ଅଧରମାଳା (ଯଥାକ୍ରମେ କପାଳ, ନାସାଓ ମୁଖତଳର ଆଭୁଷଣ) ସହ ସ୍ବତନ୍ତ୍ର ପୁଷ୍ପ ଆଭୁଷଣ ଚନ୍ଦନ ବେଶରେ ଉପଯୋଗ କରାଯାଏ ୤
ଅଳକା (କପାଳ ଉପରେ ସଜ୍ଜିତ ହେଉଥିବା ଫୁଲ ମାଳ) ମାଳ ଗ୍ଡ଼ିକ ମନ୍ଦିରର ଫୁଲଦାସୀ ମାନେ ଗୁନ୍ଥି ପ୍ରସ୍ତୁତ କରିଥାନ୍ତି ୤
ବିଗ୍ରହ ତ୍ରୟର ଉଭୟ ପଟର ରାହୁରେଖା (ମସ୍ତକର ଦୁଇ ପାର୍ଶ୍ଵ) ବେଷ୍ଟନ କରି ଗୋଟିଏ ଫୁଲମାଳ ସମଗ୍ର କଳେବରର ଉଭୟପଟେ ଲମ୍ବି ଯାଇଥାଏ ୤ ଏହି ଚଉସରି (ଚାରିଗୋଟି ସରୁ ସରୁ ମାଳ ଏକତ୍ର ଗୁନ୍ଥା ଯାଇଥାଏ) ମାଳଗୁଡ଼ିକ ପ୍ରାୟ ୨୦ଫୁଟ ଯାଏଁ ଲମ୍ବା ହୋଇଥାଏ ୤ ଏହି ହାରଗୁଡ଼ିକୁ ରାଘବ ଦାସ ମଠ ଯୋଗାଇଥାନ୍ତି ୤-->
 
====ଭଉଁରୀ====