"ଚନ୍ଦନ ଯାତ୍ରା" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

ଟିକେ
==ବାହାର ଚନ୍ଦନଯାତ୍ରା==
ଦକ୍ଷିଣଘରୁ (ଅଣସର ଘରର ଦକ୍ଷିଣରେ ଥିବା ବେହରଣ ଦ୍ଵାର ମୁହଁରେ ଥିବା ଘର) ଅଷ୍ଟଧାତୁ ନିର୍ମିତ ତିନୋଟି ଚଳନ୍ତି ପ୍ରତିମା ମଦନମୋହନ, କୃଷ୍ଣ, ରାମ (ବଳରାମ) ଓ ରତ୍ନସିଂହାସନ ଉପରୁ ଦୁଇଟି ଚଳନ୍ତି ପ୍ରତିମା ଲକ୍ଷ୍ମୀଙ୍କର ସୁବର୍ଣ୍ଣ ପ୍ରତିମା ଓ ସରସ୍ଵତୀଙ୍କର ରୌପ୍ୟ ପ୍ରତିମା ବାହାର ଚନ୍ଦନରେ ଭାଗ ନିଅନ୍ତି ୤
ଚନ୍ଦନ ଯାତ୍ରା ପଟୁଆରରେ ସମୁଦାୟ ଦଶଗୋଟି ଚଳନ୍ତି ପ୍ରତିମା ବିମାନ ଓ ପାଲିଙ୍କିରେ ବିଜେ କରିଥାନ୍ତି ୤ ସବୁଠୁ ସୁଦୃଶ୍ୟ ବିମାନରେ ବିଜେ କରିଥାନ୍ତି [[ମଦନ ମୋହନମଦନମୋହନ]], ଶ୍ରୀଦେବୀ<!--ଲକ୍ଷ୍ମୀ--> ଓ ଭୂଦେବୀ<!--ସରସ୍ଵତୀ-->୤ ବିମାନ ପଛ ପାଲିଙ୍କିଟିରେ [[ବଳରାମ]] ଓ [[କୃଷ୍ଣ]] ଆରୋହଣ କରିଥାନ୍ତି ପୁଣି ଅନ୍ୟ ପାଞ୍ଚଗୋଟି ବିମାନରେ ପଞ୍ଚୁପାଣ୍ଡବ ରୂପେ ପରିଚିତ ପଞ୍ଚ [[ମହାଦେବ]] ଶ୍ରୀଲୋକନାଥ, ଶ୍ରୀମାର୍କଣ୍ଡେଶ୍ଵର, ଶ୍ରୀନୀଳକଣ୍ଠେଶ୍ଵର, ଶ୍ରୀଜମ୍ବେଶ୍ଵର ଓ ଶ୍ରୀକପାଳମୋଚନ ବିଜେ କରିଥାନ୍ତି୤ <ref> ସୂର୍ଯ୍ୟପ୍ରଭା, ଗୁରୁବାର, ୩ ମଇ ୨୦୧୨, ପୃଷ୍ଠା: ୮</ref>
 
ନରେନ୍ଦ୍ର ପୁଷ୍କରିଣୀ କୁଳରେ ଏକ ଛାମୁଣ୍ଡିଆ ତିଆରି ହୋଇଥାଏ ୤ ସେହି ଛାମୁଣ୍ଡିଆ ତଳେ ଦଶଟି ଯାକ ଚଳନ୍ତି ପ୍ରତିମାଙ୍କୁ ଅବସ୍ଥାପିତ କରାଯାଇ ରୁପା ପିଙ୍ଗଣରେ ଥିବା ସୁବାଷିତ ଜଳରେ ପଦଧୌତ କରାଯାଏ ୤
୨୪,୭୯୬

ଗୋଟି ସମ୍ପାଦନା