"ଚନ୍ଦନ ଯାତ୍ରା" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

+ପୂର୍ଣଛେଦ
(+ପୂର୍ଣଛେଦ)
{{About|ଚନ୍ଦନ ଯାତ୍ରା||ଶ୍ରୀମନ୍ଦିରରେ ପାଳିତ ପର୍ବପର୍ବାଣୀ}}
[[File:Narendra Pokhari One of the significant Ancient Pond of Holly city Puri..jpg|thumb|ନରେନ୍ଦ୍ର ପୁଷ୍କରଣୀ, [[ପୁରୀ]]]]
ଚନ୍ଦନଯାତ୍ରା ଶ୍ରୀମନ୍ଦିରର ସବୁଠାରୁ ଦୀର୍ଘାତ୍ମକ ପର୍ବ ଏହା ମହାପ୍ରଭୁ [[ଜଗନ୍ନାଥ]]ଙ୍କର ଗ୍ରୀଷ୍ମ ପର୍ବ ।
[[ବୈଶାଖ]] ଶୁକ୍ଳ [[ତୃତୀୟା]] ([[ଅକ୍ଷୟ ତୃତୀୟା]]) ଠାରୁ ଜ୍ୟେଷ୍ଠ ଶୁକ୍ଳ ଚତୁର୍ଦ୍ଦଶୀ ([[ଦେବ ସ୍ନାନ ପୂର୍ଣ୍ଣିମା|ସ୍ନାନପୂର୍ଣ୍ଣିମା]]ର ପୂର୍ବଦିନ) ପର୍ଯ୍ୟନ୍ତ ମୋଟ ୪୨ ଦିନ ମହାପ୍ରଭୁଙ୍କ ଚନ୍ଦନଯାତ୍ରା ଅନୁଷ୍ଠିତ ହୋଇଥାଏ୤ହୋଇଥାଏ।
 
[[ଅକ୍ଷୟ ତୃତୀୟା]] ଠାରୁ ଜ୍ୟେଷ୍ଠ କୃଷ୍ଣ ଅଷ୍ଟମୀ ପର୍ଯ୍ୟନ୍ତ ୨୧ଦିନ ନରେନ୍ଦ୍ର ପୁଷ୍କରଣୀରେ ବାହାର ଚନ୍ଦନଯାତ୍ରା ରୂପେ ଓ ପରବର୍ତ୍ତୀ ୨୧ଦିନ (ଜ୍ୟେଷ୍ଠ ଶୁକ୍ଳ ଚତୁର୍ଦ୍ଦଶୀ) ପର୍ଯ୍ୟନ୍ତ [[ଶ୍ରୀମନ୍ଦିର]]ରେ ଭିତର ଚନ୍ଦନ ରୂପେ ପାଳିତ ହୋଇଥାଏ
 
==ବାହାର ଚନ୍ଦନଯାତ୍ରା==
ଦକ୍ଷିଣଘରୁ (ଅଣସର ଘରର ଦକ୍ଷିଣରେ ଥିବା ବେହରଣ ଦ୍ଵାର ମୁହଁରେ ଥିବା ଘର) ଅଷ୍ଟଧାତୁ ନିର୍ମିତ ତିନୋଟି ଚଳନ୍ତି ପ୍ରତିମା ମଦନମୋହନ, କୃଷ୍ଣ, ରାମ (ବଳରାମ) ଓ ରତ୍ନସିଂହାସନ ଉପରୁ ଦୁଇଟି ଚଳନ୍ତି ପ୍ରତିମା ଲକ୍ଷ୍ମୀଙ୍କର ସୁବର୍ଣ୍ଣ ପ୍ରତିମା ଓ ସରସ୍ଵତୀଙ୍କର ରୌପ୍ୟ ପ୍ରତିମା ବାହାର ଚନ୍ଦନରେ ଭାଗ ନିଅନ୍ତି
ଚନ୍ଦନ ଯାତ୍ରା ପଟୁଆରରେ ସମୁଦାୟ ଦଶଗୋଟି ଚଳନ୍ତି ପ୍ରତିମା ବିମାନ ଓ ପାଲିଙ୍କିରେ ବିଜେ କରିଥାନ୍ତି ସବୁଠୁ ସୁଦୃଶ୍ୟ ବିମାନରେ ବିଜେ କରିଥାନ୍ତି [[ମଦନମୋହନ]], ଶ୍ରୀଦେବୀ<!--ଲକ୍ଷ୍ମୀ--> ଓ ଭୂଦେବୀ<!--ସରସ୍ଵତୀ--> ବିମାନ ପଛ ପାଲିଙ୍କିଟିରେ [[ବଳରାମ]] ଓ [[କୃଷ୍ଣ]] ଆରୋହଣ କରିଥାନ୍ତି ପୁଣି ଅନ୍ୟ ପାଞ୍ଚଗୋଟି ବିମାନରେ ପଞ୍ଚୁପାଣ୍ଡବ ରୂପେ ପରିଚିତ ପଞ୍ଚ [[ମହାଦେବ]] ଶ୍ରୀଲୋକନାଥ, ଶ୍ରୀମାର୍କଣ୍ଡେଶ୍ଵର, ଶ୍ରୀନୀଳକଣ୍ଠେଶ୍ଵର, ଶ୍ରୀଜମ୍ବେଶ୍ଵର ଓ ଶ୍ରୀକପାଳମୋଚନ ବିଜେ କରିଥାନ୍ତି୤କରିଥାନ୍ତି। <ref> ସୂର୍ଯ୍ୟପ୍ରଭା, ଗୁରୁବାର, ୩ ମଇ ୨୦୧୨, ପୃଷ୍ଠା: ୮</ref>
 
ନରେନ୍ଦ୍ର ପୁଷ୍କରିଣୀ କୁଳରେ ଏକ ଛାମୁଣ୍ଡିଆ ତିଆରି ହୋଇଥାଏ ସେହି ଛାମୁଣ୍ଡିଆ ତଳେ ଦଶଟି ଯାକ ଚଳନ୍ତି ପ୍ରତିମାଙ୍କୁ ଅବସ୍ଥାପିତ କରାଯାଇ ରୁପା ପିଙ୍ଗଣରେ ଥିବା ସୁବାଷିତ ଜଳରେ ପଦଧୌତ କରାଯାଏ
 
ଯୋଡ଼ିଏ ଲେଖାଁଏ ନୌକା ଯୁକ୍ତ ହୋଇ ଦୁଇ ଗୋଟି ଚାପ ପ୍ରସ୍ତୁତ ହୋଇ ଥାଏ ଚାପ ଗୁଡ଼ିକୁ ଜରିକାମ ହୋଇଥିବା ମଣ୍ଡଣି ଦ୍ଵାରା ସୁଶୋଭିତ କରାଯାଇଥାଏ ଗୋଟିଏ ଚାପରେ ଥିବା ରୁପା କାରୁକାର୍ଯ୍ୟ ସମ୍ପନ୍ନ ସିଂହାସନରେ [[ମଦନମୋହନ]], ଶ୍ରୀଦେବୀ<!--ଲକ୍ଷ୍ମୀ-->, ଭୂଦେବୀ<!--ସରସ୍ଵତୀ-->, [[ବଳରାମ]] ଓ [[କୃଷ୍ଣ]] ଉପବେଶନ କରନ୍ତି ଅନ୍ୟ ଚାପଟିରେ ବସନ୍ତି ପଞ୍ଚୁପାଣ୍ଡବ ରୂପେ ପରିଚିତ ମହାଦେବମାନେ ପ୍ରତିମାମାନଙ୍କ ସହ ଚାପଦ୍ଵୟରେ ପୂଜାପଣ୍ଡା, ସିଂହାରୀ, ଗରାବଡୁ, ସୁଆରବଡୁ, ପତ୍ରୀବଡୁ, ହଡ଼ପ, ଖୁଣ୍ଟିଆ ପ୍ରଭୃତି [[ଜଗନ୍ନାଥଙ୍କ ସେବକ|ସେବକ]] ରହିଥାଆନ୍ତି ଚାପ ଦ୍ଵୟ ନରେନ୍ଦ୍ର ଜଳରେ ଘେରାଏ ଘେରାଏ ବୁଲି ଆସନ୍ତି
 
ସ୍ନାନରୀତି ନିମନ୍ତେ ତିନିଗୋଟି କୁଣ୍ଡରେ ଚନ୍ଦନ, କର୍ପୁର, କସ୍ତୁରୀ, ଜାଇଫଳ, ମଲ୍ଲୀ, ଚମ୍ପା, ଜୁଇ, ସୁଗନ୍ଧରାଜ, ଗୋଲାପ ପ୍ରଭୃତି ବ୍ୟବହାର କରି ସୁବାସିତ ଜଳ ପ୍ରସ୍ତୁତ କରାଯାଏ୤କରାଯାଏ। ସେହି କୁଣ୍ଡରେ ବୁଡ଼ ପକାନ୍ତି ଚଳନ୍ତି ପ୍ରତିମାମାନେ ପାଣିରେ ଅବଗାହନ ପରେ ବେଶ କରାଯାଏ [[ମଦନମୋହନ]]ଙ୍କୁ ୨୧ ଦିନରେ ୨୦ ପ୍ରକାର ବେଶର ପରମ୍ପରା ରହିଛି (୧୯ଶ ଦିନ ବେଶ କରାଯାଏ ନାହିଁ) <ref>ଦର୍ପଣ, ଓଡ଼ିଶା ଭାସ୍କର, ରବିବାର, ୬-୧୨ ମଇ ୨୦୧୨, ପୃଷ୍ଠା: ୩</ref>-କ୍ରମାନୁଯାୟୀ ବେଶଗୁଡ଼ିକ ହେଲା:
# ନଟବର ବେଶ
# ହରିଜନ୍ମ ବେଶ
# ଝୁଲଣ ବେଶ
 
ବେଶ ପରେ ରାତ୍ର ଚାପ ରୀତି ସମ୍ପନ୍ନ କରାଯାଏ ରାତ୍ରୀ ଚାପରେ ଦୁଇ ଚାପ ସହ ଗୋଟିଏ ବଜନ୍ତ୍ରୀ ନୌକା ଏହି ବିହରଣରେ ବ୍ୟବହୃତ ହୋଇଥାଏ ବଜନ୍ତ୍ରୀ ନୌକାରେ ଜଣେ ଘଣ୍ଟୁଆ, ଜଣେ କାହାଳିଆ, ଜଣେ ତେଲିଙ୍ଗି ବାଜା ବାଦକ ରହିଥାନ୍ତି ସେମାନଙ୍କ ସହ ଜଣେ ସେବାୟତ ପୋଲାଙ୍ଗ ତେଲର ଦିହୁଡ଼ୀ ଧରିଥାଏ ଦିନ ଚାପ ଗୋଟିଏ ଘେରାରେ ଶେଷ ହେଉଥିବାବେଳେ ରାତ୍ରୀ ଚାପରେ ତିନି ଘେରା ବୁଲାଯିବାର ପରମ୍ପରା ରହିଛି ।
 
<!--ବାହାର ଚନ୍ଦନ ଯାତ୍ରା ସମୟରେ ଶ୍ରୀଜୀଉଙ୍କର ଚଳନ୍ତିପ୍ରତିମା [[ମଦନମୋହନ]]ଙ୍କୁ ସୁସଜ୍ଜିତ ବୋଇତରେ ଚନ୍ଦନ ପୋଖରୀରେ ନୌକାବିହାର କରାଯାଏ । ଏହାକୁ ଚନ୍ଦନ ଚାପ ବୋଲି କହିଥାନ୍ତି ।-->ସଙ୍ଗୀତ ଓ ନୃତ୍ୟସହିତ ଏହି ଯାତ୍ରା ଅତି ମନୋରମ ହୋଇଥାଏ । ଏହି ଯାତ୍ରାର ଶେଷଦିନ ଭଉଁରୀ ଯାତ୍ରା ପାଳନ କରାଯାଏ।
 
====ଭଉଁରୀ====
[[ଜଗନ୍ନାଥ|ଶ୍ରୀଜଗନ୍ନାଥ]] ମହାପ୍ରଭୁଙ୍କର ୨୧ଦିନ ବ୍ୟାପି ବାହାର ଚନ୍ଦନଯାତ୍ରାର ଅନ୍ତିମ ଦିବସରେ ଭଉଁରୀଯାତ୍ରା ଅନୁଷ୍ଠିତ ହୋଇଥାଏ ପରମ୍ପରା ଅନୁଯାୟୀ [[ମଦନମୋହନ]], [[ବଳରାମ]], [[କୃଷ୍ଣ]], ଶ୍ରୀଦେବୀ<!--ଲକ୍ଷ୍ମୀ--> ଓ ଭୂଦେବୀ<!--ସରସ୍ଵତୀ-->ଙ୍କ ସମେତ ଶ୍ରୀଲୋକନାଥ, ଶ୍ରୀମାର୍କଣ୍ଡେଶ୍ଵର, ଶ୍ରୀନୀଳକଣ୍ଠେଶ୍ଵର, ଶ୍ରୀଜମ୍ବେଶ୍ଵର ଏବଂ ଶ୍ରୀକପାଳମୋଚନଙ୍କୁ ଏକ ବର୍ଣ୍ଣାଢ୍ୟ ଶୋଭାଯାତ୍ରାରେ ନରେନ୍ଦ୍ର ପୁଷ୍କରିଣୀକୁ ବିଜେ କରାଯାଏ ଭଉଁରୀ ଦିନ କେବଳ ଦିନଚାପ କରାଯାଏ, ରାତ୍ରିଚାପ କରାଯାଏ ନାହିଁ, ଦିନଚାପରେ ନରେନ୍ଦ୍ର ପୋଖରୀର ଦୀପଦାଣ୍ଡି ଚାରିପଟେ ୨୧ ଘେରା ବୁଲାଯାଇଥାଏ ଠାକୁରମାନେ ନରେନ୍ଦ୍ର ପୋଖରୀରେ ୨୧ଘେରା ଚାପ ଖେଳିବା ପରେ [[ଶ୍ରୀମନ୍ଦିର]]କୁ ବାହୁଡ଼ାବିଜେ କରିଥାନ୍ତି
 
ପରମ୍ପରା ଅନୁଯାୟୀ ଭଉଁରୀଦିନ ସକାଳଧୂପ ହେବାପରେ ପୂଜାପଣ୍ଡାମାନେ ଶ୍ରୀଜୀଉମାନଙ୍କ ଆଜ୍ଞାମାଳଧରି ରଥଖଳାକୁ ଯାଇଥାନ୍ତି ସେଠାରେ ଶ୍ରୀଅଙ୍ଗଲାଗି ଏହି ଆଜ୍ଞାମାଳଗୁଡ଼ିକୁ ମହାରଣା [[ଜଗନ୍ନାଥଙ୍କ ସେବକ|ସେବକ]]ମାନେ ପାଇବାପରେ ନିର୍ମାଣାଧିନ ତିନିରଥର ତିନୋଟି ଅଖରେ ଦୁଇଟି ଲେଖାଏଁ ଚକ ସଂଯୋଗ କରିଥାନ୍ତି
 
ଭଉଁରୀଯାତ୍ରା ପରଦିନ ଶ୍ରୀଜୀଉମାନଙ୍କର ହଳଦୀପାଣି ନୀତି ଅନୁଷ୍ଠିତ ହୋଇଥାଏ ଏଥିରେ ଆଜ୍ଞାମାଳ ପାଇବାପରେ ବିମାନ ବିଜେକରି ଠାକୁରମାନେ ନରେନ୍ଦ୍ରପୁଷ୍କରିଣୀରେ ପହଞ୍ଚିବାପରେ କେବଳ [[ମଦନମୋହନ]], ଶ୍ରୀଦେବୀ ଓ ଭୂଦେବୀ ଚାପଡଙ୍ଗାକୁ ବିଜେକରି ହଳଦୀପାଣୀ ପିଚକାରୀ ଖେଳିଥାନ୍ତି୤ଖେଳିଥାନ୍ତି।
 
==ଭିତର ଚନ୍ଦନଯାତ୍ରା==
ବାହର ଚନ୍ଦନ ଯାତ୍ରା ପରେ ମନ୍ଦିର ଭିତରେ ୨୧ଦିନ ବ୍ୟାପି ଭିତର ଚନ୍ଦନ ଅବସରରେ ବାହର ଚନ୍ଦନ ଯାତ୍ରା ଭଳି ଆଲଟ ଲାଗି ଓ ଚନ୍ଦନ ଲାଗି ନୀତି ସମ୍ପନ୍ନ ହୋଇଥାଏ । <ref>{{cite web |url= http://www.puritrip.com/jagannath-festival.php |title=Puri Yatra |work=puritrip.com |year=2012 |quote=the second period of 21 days known as ‘ bhitara chandan |accessdate=16 May 2012}}</ref>ଏହାସହ ଏଥିମଧ୍ୟରୁ ଜ୍ୟେଷ୍ଠକୃଷ୍ଣ ଏକାଦଶୀ, ସାବିତ୍ରୀ ଅମାବାସ୍ୟା, ଶୀତଳଷଷ୍ଠୀ ଓ ରୁକ୍ମିଣୀ ହରଣ ଏକାଦଶୀରେ ପ୍ରଭୁଙ୍କର ଜଳକ୍ରୀଡ଼ା ନୀତି ସମ୍ପନ୍ନ କରାଯାଇଥାଏ୤କରାଯାଇଥାଏ। ଏଥିରେ ଶ୍ରୀ[[ମଦନମୋହନ]], ଶ୍ରୀଦେବୀ<!--ଲକ୍ଷ୍ମୀ--> ଓ ଭୂଦେବୀ<!--ସରସ୍ଵତୀ--> ରୋହିଣୀକୁଣ୍ଡ ନିକଟସ୍ଥ ଜଳକ୍ରୀଡ଼ା ମଣ୍ଡପକୁ ଯାଇ ସେଠାରେ ସୁବାଷିତ ଜଳକୁଣ୍ଡରେ ବିହାର କରିଥାନ୍ତି
 
===ଚନ୍ଦନପ୍ରିୟ ଜଗନ୍ନାଥ===
[[ଶ୍ରୀମନ୍ଦିର]] ମୁକ୍ତିମଣ୍ଡପ ନିକଟରେ ୮ଫୁଟ ପ୍ରସ୍ଥ ଓ ୧୨ଫୁଟ ଦୈର୍ଘ୍ୟ ବିଶିଷ୍ଟ ‘ଚନ୍ଦନ ଘର’ ଅଛି | ସେଠାରେ ପ୍ରତ୍ୟେକ ଦିନ ଶ୍ରୀଜୀଉମାନଙ୍କ ଲାଗି ଚନ୍ଦନ ଘୋରାଯାଇଥାଏ୤ଘୋରାଯାଇଥାଏ। ଚନ୍ଦନ ଘୋରିବା ପାଇଁ ଚନ୍ଦନ ଘରେ ଥିବା ତିନୋଟି ଶିଳକୁ ଘୋଟୁଆରୀ ସେବକମାନେ ବ୍ୟବହାର କରିଥାନ୍ତି ସମୁଦାୟ ସାତଜଣ ଘୋଟୁଆରୀ ଚନ୍ଦନ ଘୋରିଥାନ୍ତି୤ଘୋରିଥାନ୍ତି। ସାଧାରଣ ଦିନମାନଙ୍କରେ ଘୋଟୁଆରୀ ସେବକମାନେ ପ୍ରାୟ ୪୪୨ଗ୍ରାମ ଓଜନର ଚନ୍ଦନକାଠ ଘୋରିଥାନ୍ତି<ref>[[ରବିବାର]] [[ସମାଜ (ଖବରକାଗଜ)|ସମାଜ]], ତା: ୦୩.୧୨.୨୦୦୬, ପୃଷ୍ଠା:୦୪</ref>, ତେବେ ଚନ୍ଦନ ଯାତ୍ରା ବେଳେ ପ୍ରାୟ ୧କିଲୋ ଓଜନର ଚନ୍ଦନ କାଠ ଘୋରିଥାନ୍ତି୤ଘୋରିଥାନ୍ତି। ସନ୍ଧ୍ୟାଧୂପର ଅନ୍ନଭୋଗ ଅର୍ପଣ ପରେ ଠାକୁରମାନଙ୍କ ବେଶ ଓହ୍ଲାଇ ଦିଆଯାଇ ତିନିଠାକୁରଙ୍କ ବାହୁ ଓ ସନ୍ନିକଟ ଅଙ୍ଗଦେଶରେ ଚନ୍ଦନ ପ୍ରଲେପ କରାଯାଏ ସିଂହାରୀ [[ଜଗନ୍ନାଥଙ୍କ ସେବକ|ସେବକ]] ମାନେ ଠାକୁରଙ୍କ ଏହି ସେବା କରିଥାନ୍ତି
 
==ଚନ୍ଦନ ବେଶ==
ସକାଳ ଧୂପର ପରବର୍ତ୍ତୀ ଧୂପ ଅର୍ଥାତ ଛତ୍ର ଭୋଗ ଅର୍ପଣ ପରେ ଜୟ ବିଜୟ ଦ୍ଵାର ବନ୍ଦ କରି ଦିଆଯାଏ ଦିଅଁମାନଙ୍କ ଆଗରେ ଗୋଟିଏ କାଠ ଘଡ଼ା ପକାଇ, ତା’ଉପରୁ ତିନି ଜଣ ସେବାୟତ ଦିଅଁମାନଙ୍କୁ ଚାମରରେ ବିଞ୍ଚନ୍ତି କିଛି ସମୟ ପରେ ଚାମର ଆଲଟ ବନ୍ଦ ହୋଇ ଆଡ଼ମ୍ବର ସହକାରେ ଚନ୍ଦନ, କର୍ପୁର, କେଶର, ଚୁଆ ପ୍ରଭୃତିର ମିଶ୍ରଣ ଦିଅଁମାନଙ୍କ ଶ୍ରୀଅଙ୍ଗରେ ଲେପନ କରାଯାଏ ପୁଷ୍ପାଳକ [[ଜଗନ୍ନାଥଙ୍କ ସେବକ|ସେବକ]] ମାନେ ଏହା ଲାଗି କରନ୍ତି
ନିତିଦିନିଆ ତିନି ସାଧାରଣ ଆଭୂଷଣ ଚିତା, ଗୁଣା ଏବଂ ଅଧରମାଳା (ଯଥାକ୍ରମେ କପାଳ, ନାସାଓ ମୁଖତଳର ଆଭୁଷଣ) ସହ ସ୍ବତନ୍ତ୍ର ପୁଷ୍ପ ଆଭୁଷଣ ଚନ୍ଦନ ବେଶରେ ଉପଯୋଗ କରାଯାଏ
ଅଳକା (କପାଳ ଉପରେ ସଜ୍ଜିତ ହେଉଥିବା ଫୁଲ ମାଳ) ମାଳ ଗୁଡ଼ିକ ମନ୍ଦିରର ଫୁଲଦାସୀ ମାନେ ଗୁନ୍ଥି ପ୍ରସ୍ତୁତ କରିଥାନ୍ତି
ବିଗ୍ରହ ତ୍ରୟର ଉଭୟ ପଟର ରାହୁରେଖା (ମସ୍ତକର ଦୁଇ ପାର୍ଶ୍ଵ) ବେଷ୍ଟନ କରି ଗୋଟିଏ ଫୁଲମାଳ ସମଗ୍ର କଳେବରର ଉଭୟପଟେ ଲମ୍ବି ଯାଇଥାଏ ଏହି ଚଉସରି (ଚାରିଗୋଟି ସରୁ ସରୁ ମାଳ ଏକତ୍ର ଗୁନ୍ଥା ଯାଇଥାଏ) ମାଳଗୁଡ଼ିକ ପ୍ରାୟ ୨୦ଫୁଟ ଯାଏଁ ଲମ୍ବା ହୋଇଥାଏ ଏହି ହାରଗୁଡ଼ିକୁ ରାଘବ ଦାସ ମଠ ଯୋଗାଇଥାନ୍ତି
 
==ଆଧାର==
୫,୬୦୧

ଗୋଟି ସମ୍ପାଦନା