"ଚନ୍ଦନ ଯାତ୍ରା" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେ added Category:ବଛା ଲେଖା using HotCat
ଟିକେ ବନାନ
୨ କ ଧାଡ଼ି:
[[File:Narendra Pokhari One of the significant Ancient Pond of Holly city Puri..jpg|thumb|ନରେନ୍ଦ୍ର ପୁଷ୍କରଣୀ, [[ପୁରୀ]]]]
ଚନ୍ଦନଯାତ୍ରା ଶ୍ରୀମନ୍ଦିରର ସବୁଠାରୁ ଦୀର୍ଘାତ୍ମକ ପର୍ବ । ଏହା ମହାପ୍ରଭୁ [[ଜଗନ୍ନାଥ]]ଙ୍କର ଗ୍ରୀଷ୍ମ ପର୍ବ ।
[[ବୈଶାଖ]] ଶୁକ୍ଳ [[ତୃତୀୟା]] ([[ଅକ୍ଷୟ ତୃତୀୟା]]) ଠାରୁ ଜ୍ୟେଷ୍ଠ ଶୁକ୍ଳ ଚତୁର୍ଦ୍ଦଶୀ ([[ଦେବ ସ୍ନାନ ପୂର୍ଣ୍ଣିମା|ସ୍ନାନପୂର୍ଣ୍ଣିମା]]ର ପୂର୍ବଦିନ) ପର୍ଯ୍ୟନ୍ତ ମୋଟ ୪୨ ଦିନ ମହାପ୍ରଭୁଙ୍କ ଚନ୍ଦନଯାତ୍ରା ଅନୁଷ୍ଠିତ ହୋଇଥାଏ।ହୋଇଥାଏ
 
[[ଅକ୍ଷୟ ତୃତୀୟା]] ଠାରୁ ଜ୍ୟେଷ୍ଠ କୃଷ୍ଣ ଅଷ୍ଟମୀ ପର୍ଯ୍ୟନ୍ତ ୨୧ଦିନ ନରେନ୍ଦ୍ର ପୁଷ୍କରଣୀରେ ବାହାର ଚନ୍ଦନଯାତ୍ରା ରୂପେ ଓ ପରବର୍ତ୍ତୀ ୨୧ଦିନ (ଜ୍ୟେଷ୍ଠ ଶୁକ୍ଳ ଚତୁର୍ଦ୍ଦଶୀ) ପର୍ଯ୍ୟନ୍ତ [[ଶ୍ରୀମନ୍ଦିର]]ରେ ଭିତର ଚନ୍ଦନ ରୂପେ ପାଳିତ ହୋଇଥାଏ ।
୫୦ କ ଧାଡ଼ି:
 
===ଚନ୍ଦନପ୍ରିୟ ଜଗନ୍ନାଥ===
[[ଶ୍ରୀମନ୍ଦିର]] ମୁକ୍ତିମଣ୍ଡପ ନିକଟରେ ୮ଫୁଟ ପ୍ରସ୍ଥ ଓ ୧୨ଫୁଟ ଦୈର୍ଘ୍ୟ ବିଶିଷ୍ଟ ‘ଚନ୍ଦନ ଘର’ ଅଛି | ସେଠାରେ ପ୍ରତ୍ୟେକ ଦିନ ଶ୍ରୀଜୀଉମାନଙ୍କ ଲାଗି ଚନ୍ଦନ ଘୋରାଯାଇଥାଏ। ଚନ୍ଦନ ଘୋରିବା ପାଇଁ ଚନ୍ଦନ ଘରେ ଥିବା ତିନୋଟି ଶିଳକୁ ଘୋଟୁଆରୀ ସେବକମାନେ ବ୍ୟବହାର କରିଥାନ୍ତି । ସମୁଦାୟ ସାତଜଣ ଘୋଟୁଆରୀ ଚନ୍ଦନ ଘୋରିଥାନ୍ତି। ସାଧାରଣ ଦିନମାନଙ୍କରେ ଘୋଟୁଆରୀ ସେବକମାନେ ପ୍ରାୟ ୪୪୨ଗ୍ରାମ ଓଜନର ଚନ୍ଦନକାଠ ଘୋରିଥାନ୍ତି<ref>[[ରବିବାର]] [[ସମାଜ (ଖବରକାଗଜ)|ସମାଜ]], ତା: ୦୩.୧୨.୨୦୦୬, ପୃଷ୍ଠା:୦୪</ref>, ତେବେ ଚନ୍ଦନ ଯାତ୍ରା ବେଳେ ପ୍ରାୟ ୧କିଲୋ ଓଜନର ଚନ୍ଦନ କାଠ ଘୋରିଥାନ୍ତି। ସନ୍ଧ୍ୟାଧୂପର ଅନ୍ନଭୋଗ ଅର୍ପଣ ପରେ ଠାକୁରମାନଙ୍କ ବେଶ ଓହ୍ଲାଇ ଦିଆଯାଇ ତିନିଠାକୁରଙ୍କ ବାହୁ ଓ ସନ୍ନିକଟ ଅଙ୍ଗଦେଶରେ ଚନ୍ଦନ ପ୍ରଲେପ କରାଯାଏ । ସିଂହାରୀ [[ଜଗନ୍ନାଥଙ୍କ ସେବକ|ସେବକ]] ମାନେ ଠାକୁରଙ୍କ ଏହି ସେବା କରିଥାନ୍ତି ।
 
==ଚନ୍ଦନ ବେଶ==