"ନବରାତ୍ରୀ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେ →‎ଦୁର୍ଗା: ନବଦୁର୍ଗା
ପୂଜାବିଧି
୪୬ କ ଧାଡ଼ି:
'''ସିଦ୍ଧିଦାତ୍ରୀ''': ନବରାତ୍ରର ନବମ ବା ଶେଷ ଦିବସରେ ଦେବୀଙ୍କୁ ଏହି ସ୍ବରୂପରେ ଉପାସନା କରାଯାଏ୤ ଏହି ରୂପରେ ପଦ୍ମାସନା ଦେବୀ ଚତୁର୍ଭୂଜା ଓ ହାତରେ ଶଙ୍ଖ, ଚକ୍ର, ଗଦା ଓ ପଦ୍ମ ଧାରଣ କରିଥାନ୍ତି୤ (କେତେକ ଧର୍ମଗ୍ରନ୍ଥରେ ତାଙ୍କର ବାହାନ ସିଂହ ଭାବେ ଦର୍ଶାଯାଇଥିବା ବେଳେ ସେ ପଦ୍ମ ଉପରେ ଉପବେଶନ କରିଥାନ୍ତି୤) ସିଦ୍ଧିଦାତ୍ରୀଙ୍କ ପୂଜା ସହିତ ନବରାତ୍ରରେ ନବଦୁର୍ଗା ପୂଜା ସମ୍ପୂର୍ଣ୍ଣ ହୋଇଥାଏ୤
 
==ପୂଜାବିଧି==
==ଦୁର୍ଗାପୂଜା/ଦଶହରା==
ନବରାତ୍ର ପୂଜା ନିମନ୍ତେ ପ୍ରଥମେ ପୂଜାବେଦୀରେ ଘଟ ସ୍ଥାପନ କରି ଦେବୀଙ୍କୁ ଆବାହନ କରାଯାଏ୤ ଧାନ କିମ୍ବା ଗହମ ଉପରେ ସ୍ଥାପନ କରାଯାଇଥିବା ଘଟରେ ଦେବୀ ଦୁର୍ଗାଙ୍କ ଛବି କିମ୍ବା ସ୍ଵସ୍ତିକ ଚିହ୍ନ ଅଙ୍କନ କରାଯାଏ୤ ନଅ ଦିନ ପର୍ଯ୍ୟନ୍ତ ପୂଜା ହୋଇ ଶେଷ ଦିନ ଘଟକୁ ବିସର୍ଜନ କରାଯାଏ୤ ଅଷ୍ଟମୀ ବା ନବମୀ ଦିନ ଦଶ ବର୍ଷ ବୟସରୁ ଉଣା ବୟସର ୯ଜଣ କୁମାରୀଙ୍କୁ ଦୁର୍ଗାଙ୍କ୍ର ନଅଗୋଟି ମୂର୍ତ୍ତି, ଯଥା: କୁମାରୀ (କୁମାରିକା), ତ୍ରିମୂର୍ତ୍ତିନୀ (ତ୍ରିମୂର୍ତ୍ତି), କଲ୍ୟାଣୀ (କଳହାଣି), ରୋହିଣୀ, କାଳୀ, ଚଣ୍ଡିକା, ଶଂଭବୀ (ଶାମ୍ଭବୀ), ଦୁର୍ଗା ଓ ସୁଭଦ୍ରା ରୂପେ କଳ୍ପନା କରି ଭୋଜନ ଦିଆଯାଏ୤ <ref>ପୂର୍ଣ୍ଣଚନ୍ଦ୍ର ଓଡ଼ିଆ ଭାଷାକୋଷ, ପୃ:୪୧୩୭</ref>
* ଷଷ୍ଠୀ
 
: ବିଲ୍ୱବରଣ
: ଅଧିବାସ,
* ସପ୍ତମୀ
:ମହାସ୍ନାନ
:ନବପତ୍ରିକା ପ୍ରବେଶ
:ଚକ୍ଷୁଦାନ: ଦେବୀ ପ୍ରତିମାର ଚକ୍ଷୁରେ ରଙ୍ଗ ଦେଇ ମନ୍ତ୍ରଦ୍ୱାରା ପ୍ରାଣ ପ୍ରତିଷ୍ଠା କରାଯାଏ ୤
: ଚଣ୍ଡିପାଠହୋମ: ଦେବୀମାହାତ୍ମ୍ୟ (ମାର୍କଣ୍ଡେୟ ପୂରାଣାନ୍ତର୍ଗତ ଦୁର୍ଗାଙ୍କ ବିଷୟ ବର୍ଣ୍ଣନାତ୍ମକ ଗ୍ରନ୍ଥ) ଗ୍ରନ୍ଥର ଆବୃତ୍ତି ସହ ହୋମ
: ପୁଷ୍ପାଞ୍ଜଳୀ
* ଅଷ୍ଟମୀ
: ସନ୍ଧିପୂଜା: ମହାଷ୍ଟମୀର ଶେଷ ଦଣ୍ଡ ଓ ମହାନବମୀର ଆଦ୍ୟ ଦଣ୍ଡର ମଧ୍ୟକାଳୀନ ସମୟକୁ ସନ୍ଧି ସମୟ କୁହାଯାଏ ୤ ଶାସ୍ତ୍ର ବିଧି ଅନୁସାରେ ଶାରଦୀୟ ଓ ବାସନ୍ତୀ ଦୁର୍ଗାପୂଜାରେ ଏହି ସନ୍ଧି କାଳହିଁ ଦେବୀଙ୍କୁ ବଳି ଦେବର ପ୍ରଶସ୍ତ ସମୟ ୤
* ନବମୀ
: ଚଣ୍ଡିପାଠ ହୋମ
* ଦଶମୀ
: ଘଟ ବିସର୍ଜନ
: ଭସାଣି
== ଗ୍ୟାଲେରି==
<gallery>
"https://or.wikipedia.org/wiki/ନବରାତ୍ରୀ"ରୁ ଅଣାଯାଇଅଛି