"ବିଶ୍ୱକର୍ମା" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେ r2.6.5) (Robot: Adding gu:વિશ્વકર્મા
ଟିକେ Robot: Interwiki standardization; ପ୍ରସାଧନ ବଦଳ
୧ କ ଧାଡ଼ି:
ଦେବଶିଳ୍ପୀ ବିଶ୍ୱକର୍ମା ପୁରାଣମତେ ଅଷ୍ଟମ ବସୁଦେବତା ପ୍ରଭାସଙ୍କ ଔରସରେ ଯୋଗସିଦ୍ଧାଙ୍କ ଗର୍ଭରୁ ଜନ୍ମଗ୍ରହଣ କରିଥିଲେ ୤ [[ଆଶ୍ୱିନ]] ସଙ୍କ୍ରାନ୍ତି ଦିନ ବିଶ୍ୱକର୍ମାଙ୍କ ଚତୁର୍ଭୁଜ ମୂର୍ତ୍ତି ପୂଜା ପାଳନ କରାଯାଏ ୤ ବାମ ଉପର ହାତରେ ବଟାଳି ଓ ବାମ ତଳ ହାତରେ ମାର୍ତ୍ତୁଲି, ଦକ୍ଷିଣ ଉପର ହାତରେ ଚକ୍ର ଓ ତଳ ହାତରେ ଆଶୀର୍ବାଦ କରୁଥିବାର ଦୃଷ୍ଟିଗୋଚର ହୁଏ ୤ ମଣିଷର କାର୍ଯ୍ୟର ପାର୍ଥକ୍ୟରେ ଯେପରି ଜାତିର ସୃଷ୍ଟି ସେହିପରି ଭଗବାନଙ୍କୁ ନାନା ରୂପରେ କଳ୍ପନା କରାଯାଇଛି ୤ ଯେତେବେଳେ ସୃଷ୍ଟି କରନ୍ତି ସେତେବେଳେ ସେ [[ବ୍ରହ୍ମା]], ଯେତେବେଳେ ପାଳନ କରନ୍ତି ସେତେବେଳେ [[ବିଷ୍ଣୁ]], ଯେତେବେଳେ ସଂହାର କରନ୍ତି ସେତେବେଳେ ସେ [[ମହାଦେବ|ରୁଦ୍ର]] ସେହିପରି ସେ ଯେତେବେଳେ ଶିଳ୍ପୀ ସେତେବେଳେ ସେ ବିଶ୍ୱକର୍ମା ବୋଲି ପରିଚିତ ହୁଅନ୍ତି ୤
 
କିମ୍ବଦନ୍ତୀ ଅନୁଯାୟୀ [[ଜଗନ୍ନାଥ| ଶ୍ରୀ ଜଗନ୍ନାଥ]]ଙ୍କୁ ବିଶ୍ୱକର୍ମା ନିଜେ ନିର୍ମାଣ କରିଥିଲେ ୤ ଇନ୍ଦ୍ରଦ୍ୟୁମ୍ନ ରାଜା ବାଙ୍କୀ ମୂହାଣରୁ ସଙ୍ଗ୍ରହ କରିଥିବା ଦାରୁରେ [[ଜଗନ୍ନାଥ]]ଙ୍କ ମୂର୍ତ୍ତି ନିର୍ମାଣ କରିବାକୁ ନାନା ଦେଶରୁ ଦକ୍ଷ ଶିଳ୍ପୀମାନଙ୍କୁ ଅଣାଇ କାମରେ ଲଗାଇଥିଲେ କିନ୍ତୁ ସେମାନଙ୍କ ନିହାଣ ମୁନରେ ସେ ଦାରୁ ଖୋଳାଯାଇ ପାରିଲା ନାହିଁ, ବରଂ ସେଗୁଡ଼ିକର ଧାର ଓଲଟି ଗଲା ୤ ମୂର୍ତ୍ତି ଗଢ଼ିବାରେ ବିଫଳ ହୋଇ ସମସ୍ତେ ଫେରିବାରେ ଲାଗିଲେ ଓ ଦିନକୁ ଦିନ ରାଜା ରାଣୀଙ୍କ ମନରେ ଭାଳେଣି ପଡ଼ିଲା ୤ କିଛିଦିନ ଗତ ହେବା ପରେ ଦିନେ ଜଣେ ବୁଢ଼ା ବଢ଼େଇ ଆସି ମୂର୍ତ୍ତି ନିର୍ମାଣ କରିବାକୁ ଆଗ୍ରହ ପ୍ରକାଶ କଲା ୤ ପରିଶେଷରେ ବୁଢ଼ା ବଢ଼େଇକୁ ନିର୍ମାଣ ଦାୟିତ୍ୱ ଦିଆଗଲା ୤ ବୁଢ଼ା ବଢ଼େଇର ସର୍ତ୍ତ ରଖିଲା ୨୧ଦିନ ପର୍ଯ୍ୟନ୍ତ ମନ୍ଦିର ଦ୍ୱାର ଫିଟିବ ନାହିଁ, ସେ ଉପବାସ ରହି ମୂର୍ତ୍ତି ନିର୍ମାଣ କରିବ ୤ ଏଥିରେ ରାଜା ରାଜି ହୋଇ ମନ୍ଦିର ଦ୍ୱାର ବନ୍ଦ କଲେ ୤ ପ୍ରତ୍ୟେକ ଦିନ ରାଜା ଭିତରର ଠକ୍‌ ଠକ୍‌ ଶବ୍ଦ ଶୁଣିବାର ବ୍ୟବସ୍ଥା କରିଥାନ୍ତି | କିଛିଦିନପରେ ଭିତରୁ ଶବ୍ଦ ଆସିବା ବନ୍ଦ ହୋଇଯିବା ପରେ ଗୁଣ୍ଡିଚା ରାଣୀ ଧୈର୍ଯ୍ୟ ଧରି ରହିପାରିଲେ ନାହିଁ ୤ ବୁଢ଼ା ବଢ଼େଇ ଉପବାସରେ ମୃତ୍ୟୁବରଣ କରିଛି ବୋଲି ସେ ଭାବିଲେ ଓ ରାଜାଙ୍କୁ ଦ୍ୱାର ଖୋଲିବାକୁ ଅନୁରୋଧ କଲେ ୤ ଦ୍ୱାର ଉନ୍ମୁକ୍ତ କଲାପରେ ଦେଖାଗଲା ଯେ ବୁଢ଼ା ବଢ଼େଇ ଅନ୍ତର୍ଦ୍ଧ୍ୟାନ ହୋଇଯାଇଛି, ଅଛି କେବଳ ଦରଗଢ଼ା ମୂର୍ତ୍ତି ୤ ଏଥିରେ ରାଜା ରାଣୀ ଘୋର ଚିନ୍ତାରେ ପଡ଼ିବାରୁ ଶୂନ୍ୟବାଣୀ ହେଲାଯେ- “ମୋର ଯେଉଁ ରୂପରେ ଆବିର୍ଭାବ ହେବାର ଇଚ୍ଛା ମୁଁ ସେହି ରୂପରେ ହିଁ ଆବିର୍ଭାବ ହୋଇଛି, ତେଣୁ ଏଥିରେ ଶୋଚନା କରିବାର କିଛି ନାହିଁ ୤ ଏହି ବୁଢ଼ା ବଢ଼େଇ ଥିଲେ ସ୍ୱୟଂ ଦେବଶିଳ୍ପୀ ବିଶ୍ୱକର୍ମା” ୤
 
ଭକ୍ତର ଭଗବାନ ସ୍ୱୟଂ ବଢ଼େଇ ରୂପରେ ଭକ୍ତର ମନୋବାଞ୍ଛା ପୂରଣ କରିବା ପାଇଁ ଆସି ନିଜର ମୂର୍ତ୍ତିକୁ ନିଜେ ଗଢ଼ିଥିଲେ ବୋଲି, [[ଓଡ଼ିଶା]]ରେ ସାଧାରଣତଃ ଏହି ବୁଢ଼ା ବଢ଼େଇ ରୂପକୁ ହିଁ ବିଶ୍ୱକର୍ମାଙ୍କ ରୂପ ବୋଲି କଳ୍ପନା କରାଯାଏ ୤
 
* ବିଶ୍ୱକର୍ମାଙ୍କର କନ୍ୟା ସଂଜ୍ଞା ଓ ପୁତ୍ର ନଳ ନାମକ ବାନର୤
:* ସଂଜ୍ଞା ବିଶ୍ୱକର୍ମାଙ୍କ କନ୍ୟା ୤ ସୂର୍ଯ୍ୟଦେବ ଏହାଙ୍କ ପାଣି ଗ୍ରହଣ କରିଥିଲେ ୤ ସଂଜ୍ଞାଙ୍କ ଗର୍ଭରେ ସୂର୍ଯ୍ୟଙ୍କ ଔରସରେ ବୈବସ୍ୱତ ମନୁ, ଯମ, ଯମୁନା ଓ ଅଶ୍ୱିନୀ-କୁମାର ଦ୍ୱୟ ଜନ୍ମ ଗ୍ରହଣ କରିଥିଲେ ୤
:* ବାନର ସେନାପତି ନଳ ଘୃତାଛୀ ଅପ୍ସରାର ଗର୍ଭରୁ ଜନ୍ମଗ୍ରହଣ କରିଥିଲେ ୤ ଏ ଯେଉଁ ପଥର ଖଣ୍ଡକୁ ସ୍ପର୍ଶ କରୁଥିଲେ, ତାହା ହାଲୁକା ହୋଇ ପାଣିରେ ଭାସୁଥିଲା ୤ ଏ ପଥରମାନଙ୍କୁ ସ୍ପର୍ଶ କରିବାରୁ ସେହି ଭାସମାନ ପଥର ଦ୍ୱାରା ରାମଚନ୍ଦ୍ର ସମୁଦ୍ରରେ ସେତୁବନ୍ଧ ବନ୍ଧାଇ ସମୁଦ୍ରକୁ ପାର ହୋଇ ଲଙ୍କା ଗଡ଼ରେ ପହଞ୍ଚିଥିଲେ ୤
==ଆଧାର==
{{ଆଧାର}}
 
[[ଶ୍ରେଣୀ:ଧର୍ମ]]
[[ଶ୍ରେଣୀ:ହିନ୍ଦୁ ଧର୍ମ]]