ବିଶ୍ୱନାଥ ଦାସ
ବିଶ୍ୱନାଥ ଦାଶ (୧୮୮୯ - ୧୯୮୪) ଜଣେ ଭାରତୀୟ-ଓଡ଼ିଆ ରାଜନେତା, ସମାଜସେବୀ ଓ ସ୍ୱାଧୀନତା ସଂଗ୍ରାମୀ ଥିଲେ ।[୨][୩] ସେ ବ୍ରିଟିଶ ଶାସନ (୧୯୩୭ - ୧୯୩୯) କାଳରେ ଓଡ଼ିଶା ପ୍ରଦେଶର ପ୍ରଥମ ପ୍ରଧାନମନ୍ତ୍ରୀ ଥିଲେ ।[୪] ସେ ମଧ୍ୟ ଉତ୍ତର ପ୍ରଦେଶର ରାଜ୍ୟପାଳ (୧୯୬୨-୧୯୬୭) ଥିଲେ[୫] ଏବଂ ଶେଷରେ ଓଡ଼ିଶା ପ୍ରଦେଶର ମୁଖ୍ୟମନ୍ତ୍ରୀ (୧୯୭୧-୧୯୭୨) ଥିଲେ ।[୬] ସେ ଲୋକ ସେବକ ମଣ୍ଡଳର ଆଜୀବନ ସଦସ୍ୟ ମଧ୍ୟ ଥିଲେ ।
ବିଶ୍ୱନାଥ ଦାଶ | |
---|---|
ମୁଖ୍ୟମନ୍ତ୍ରୀ, ଓଡ଼ିଶା | |
କାର୍ଯ୍ୟକାଳ ୩ ଅପ୍ରେଲ ୧୯୭୧ – ୧୪ ଜୁନ ୧୯୭୨ | |
ପୂର୍ବ ଅଧିକାରୀ | ରାଷ୍ଟ୍ରପତି ଶାସନ |
ପର ଅଧିକାରୀ | ନନ୍ଦିନୀ ଶତପଥୀ |
ରାଜ୍ୟପାଳ, ଉତ୍ତର ପ୍ରଦେଶ | |
କାର୍ଯ୍ୟକାଳ ୧୬ ଅପ୍ରେଲ ୧୯୬୨ – ୩୦ ଅପ୍ରେଲ ୧୯୬୭ | |
ପୂର୍ବ ଅଧିକାରୀ | ବୁରଗୁଲା ରାମକୃଷ୍ଣ ରାଓ |
ପର ଅଧିକାରୀ | ବେଜଉଆଡା ଗୋପାଳ ରେଡ୍ଡୀ |
ପ୍ରଧାନମନ୍ତ୍ରୀ, ଓଡ଼ିଶା | |
କାର୍ଯ୍ୟକାଳ ୧୯ ଜୁଲାଇ ୧୯୩୭ – ୪ ନଭେମ୍ବର ୧୯୩୯[୧] | |
ପୂର୍ବ ଅଧିକାରୀ | କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେଓ |
ପର ଅଧିକାରୀ | କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେଓ |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ବେଲଗାଁ ଗଞ୍ଜାମ ଜିଲ୍ଲା | ୮ ମାର୍ଚ୍ଚ ୧୮୮୯
ମୃତ୍ୟୁ | ୨ ଜୁନ ୧୯୮୪ କଟକ | (ବୟସ ୯୫)
ରାଜନୀତିକ ଦଳ | ଭାରତୀୟ ଜାତୀୟ କଂଗ୍ରେସ |
ଅନ୍ୟାନ୍ୟ ରାଜନୀତିକ ସମ୍ବନ୍ଧ | ସଂଯୁକ୍ତ ସାମ୍ମୁଖ୍ୟ |
ଘର | କାଜି ବଜାର ,କଟକ |
ଶିକ୍ଷାନୁଷ୍ଠାନ | ରେଭେନ୍ସା ମହାବିଦ୍ୟାଳୟ କଲିକତା ବିଶ୍ୱବିଦ୍ୟାଳୟ |
ଜୀବନୀ
ସମ୍ପାଦନାପ୍ରାରମ୍ଭିକ ଜୀବନ
ସମ୍ପାଦନାବିଶ୍ୱନାଥ ଦାସ ୧୮୮୯ ମସିହା ମଇ ୮ ତାରିଖରେ ଓଡ଼ିଶାର ଗଞ୍ଜାମ ଜିଲ୍ଲାରେ ଜନ୍ମ ଗ୍ରହଣ କରିଥିଲେ । ତାଙ୍କ ପିତାଙ୍କ ନାମ ଥିଲା ମଧୁସୁଦନ ଦାସ । ସେ ରେଭେନ୍ସା ମହାବିଦ୍ୟାଳୟରୁ ସ୍ନାତକରେ ଉତ୍ତୀର୍ଣ୍ଣ ହେବାପରେ ୧୯୧୮ରେ କଲିକତା ବିଶ୍ୱବିଦ୍ୟାଳୟରୁ ଆଇନରେ ସ୍ନାତକୋତ୍ତର ଶିକ୍ଷା ସମାପ୍ତ କରିଥିଲେ । ମାଡ୍ରାସଠାରେ ଓକିଲାତି କରୁଥିବା ସମୟରେ ସେ ୧୯୨୧ ମସିହାରେ ଭାରତୀୟ ଜାତୀୟ କଂଗ୍ରେସରେ ଯୋଗଦେଇଥିଲେ । ସେହିବର୍ଷ ସେ ମଧ୍ୟ ଗଞ୍ଜାମ ଜିଲ୍ଲାର ଛତ୍ରପୁର ତାଲୁକ ପରିଷଦର ସଭାପତି ପଦକୁ ନିର୍ବାଚିତ ହୋଇଥିଲେ ।
ରାଜନୀତି
ସମ୍ପାଦନାସେ ମାଡ୍ରାସ କାଉନ୍ସିଲକୁ ତିନିଥର (୧୯୨୦ -୧୯୨୯) ନିର୍ବାଚିତ ହୋଇଥିଲେ । ପରେ ସେ ସ୍ୱାଧୀନତା ସଂଗ୍ରାମରେରେ ଭାଗ ନେବାପାଇଁ କାଉନ୍ସିଲରୁ ଇସ୍ତଫା ଦେଇଥିଲେ ଓ ବାରମ୍ବାର ଜେଲ ଯାଇଥିଲେ । ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନରେ ତାଙ୍କର ପ୍ରଚେଷ୍ଟା ପ୍ରଣିଧାନଯୋଗ୍ୟ । ୧୯୩୬ ମସିହାରେ ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନ ହେଲାପରେ ସେ ୧୯୩୭ ମସିହାରେ ଓଡ଼ିଶାର ପ୍ରଥମ ପ୍ରଧାନମନ୍ତ୍ରୀ ହୋଇଥିଲେ । ପରେ ସେ ଦ୍ୱିତୀୟ ବିଶ୍ୱଯୁଦ୍ଧ ହେବାରୁ ୧୯୪୨ ମସିହାରେ ଇସ୍ତଫା ଦେଇଥିଲେ । ସେ ୧୯୪୭ରୁ ୧୯୫୨ ପର୍ଯ୍ୟନ୍ତ ଭାରତୀୟ ସମ୍ବିଧାନ ସଭାର ସଦସ୍ୟ ଥିଲେ । ସେ ଅନେକ ଥର ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟିର ସଭାପତି ଥିଲେ । ପରେ ୧୯୭୧-୧୯୭୨ରେ ସେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ହୋଇଥିଲେ ।
ଶେଷ ଜୀବନ
ସମ୍ପାଦନାପ୍ରାୟ ଅର୍ଦ୍ଧ ଶତାବ୍ଦୀ ଧରି ସାମାଜିକ ଓ ରାଜନୀତିକ ଜୀବନ ଅତିବାହିତ କଲାପରେ ସେ ୨ ଜୁନ ୧୯୮୪ରେ ଇହଲୀଳା ସମ୍ବରଣ କରିଥିଲେ ।
ଆଧାର
ସମ୍ପାଦନା- ↑ A. N. Tiwari; Baidyanath Misra (2000). Reference Orissa: an Indian state of eastern region. Enterprising Publishers.
- ↑ Biswanath Dash; S. N. Rath; Utkal University. Dept. of Political Science (1990). Biswanath Dash, a tribute: published on the occasion of Biswanath Dash Birth Centenary Celebration held under the auspices of the Utkal University. Dept. of Political Science, Utkal University.
- ↑ Manas Kumar Dash. NATIONALIST MOVEMENT IN ODISHA. Lulu.com. pp. 15–. ISBN 978-0-359-78858-3.
- ↑ S. C. Bhatt, Gopal K. Bhargava (2005). Land and people of Indian states and union territories : (in 36 volumes). 21. Orissa. Gyan Publishing House. pp. 166–. ISBN 978-81-7835-377-7.
- ↑ Surendranath Dwivedy (1984). Quest for Socialism: Fifty Years of Struggle in India. Radiant.
- ↑ http://orissa.gov.in/e-magazine/orissaannualreference/ORA-2005/pdf/bio-data_of_chief_minister.pdf