ବିଷ୍ଣୁ ଚରଣ ସେଠୀ
ବିଷ୍ଣୁଚରଣ ସେଠୀ (ଜନ୍ମ: ୫ ଜୁନ ୧୯୬୧) ଜଣେ ଓଡ଼ିଆ ସାହିତ୍ୟିକ ଏବଂ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିରେ ଭାରତୀୟ ଜନତା ପାର୍ଟିର କର୍ମକର୍ତ୍ତା ଭାବରେ ସକ୍ରିୟ ଅଛନ୍ତି । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରୁଛନ୍ତି । ୨୦୦୦ ମସିହା ଓ ୨୦୧୯ ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଭାରତୀୟ ଜନତା ପାର୍ଟିର ପ୍ରତିନିଧି ଭାବରେ ଚାନ୍ଦବାଲି ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଓ ଧାମନଗର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧୨ଶ ଓ ୧୬ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧][୨]
ବିଷ୍ଣୁ ଚରଣ ସେଠୀ | |
---|---|
![]() | |
ବିଧାୟକ: ୧୨ଶ ଓଡ଼ିଶା ବିଧାନ ସଭା | |
ଅଫିସରେ ୨୦୦୦ – ୨୦୦୪ | |
ପୂର୍ବ ଅଧିକାରୀ | ନେତ୍ରାନନ୍ଦ ମଲ୍ଲିକ |
ପର ଅଧିକାରୀ | ନେତ୍ରାନନ୍ଦ ମଲ୍ଲିକ |
ନିର୍ବାଚନ ମଣ୍ଡଳୀ | ଚାନ୍ଦବାଲି |
ବିଧାୟକ: ୧୨ଶ ଓଡ଼ିଶା ବିଧାନ ସଭା | |
ଅଫିସରେ ୨୦୧୯ – ଏବେଯାଏଁ | |
ପୂର୍ବ ଅଧିକାରୀ | ମୁକ୍ତିକାନ୍ତ ମଣ୍ଡଳ |
ନିର୍ବାଚନ ମଣ୍ଡଳୀ | ଚାନ୍ଦବାଲି |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ୫ ଜୁନ ୧୯୬୧ |
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ଭାରତୀୟ ଜନତା ପାର୍ଟି |
ଜୀବନ ସାଥୀ | ଉର୍ମିଳାରାଣୀ ପାଣିଗ୍ରାହୀ |
ସନ୍ତାନ | ୧ ପୁଅ |
ବାପା/ମା' | ଗୟାଧର ସେଠୀ (ବାପା) |
ବୃତ୍ତି | ରାଜନୀତିଜ୍ଞ |
ଧର୍ମ | ହିନ୍ଦୁ |
ଜନ୍ମ, ଶିକ୍ଷା ଓ ପରିବାରସମ୍ପାଦନ କରନ୍ତୁ
ବିଷ୍ଣୁ ଚରଣ ସେଠୀ ୧୯୬୧ ମସିହାର ଜୁନ ମାସ ୫ ତାରିଖରେ ଭଦ୍ରକ ଜିଲ୍ଲାରେ ଜନ୍ମଗ୍ରହଣ କରିଥିଲେ ।[୩] ତାଙ୍କ ବାପାଙ୍କ ନାମ ଥିଲା ଗୟାଧର ସେଠୀ । ସେ ଉର୍ମିଳାରାଣୀ ପାଣିଗ୍ରାହୀଙ୍କୁ ବିବାହ କରିଥିଲେ । ଏହି ଦମ୍ପତ୍ତିଙ୍କର ଗୋଟିଏ ପୁଅ ଅଛି ।
ରାଜନୈତିକ ଜୀବନସମ୍ପାଦନ କରନ୍ତୁ
ବିଷ୍ଣୁ ଚରଣ ସେଠୀ ଓଡ଼ିଶା ରାଜନୀତିରେ ଭାରତୀୟ ଜନତା ପାର୍ଟିର କର୍ମକର୍ତ୍ତା ଭାବରେ ସକ୍ରିୟ ଅଛନ୍ତି । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରୁଛନ୍ତି ।
୨୦୦୦ ମସିହାରେ ସେ ଚାନ୍ଦବାଲି ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଭାରତୀୟ ଜନତା ପାର୍ଟିର ପ୍ରାର୍ଥୀ ଭାବରେ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ ସେ ବିଜୟୀ ହୋଇ ୧୨ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୪] ଏହି ବିଧାନ ସଭାରେ ସେ ୨୦୦୦ ମସିହାରୁ ୨୦୦୪ ମସିହାରେ ନବୀନ ପଟ୍ଟନାୟକଙ୍କର ସରକାର ଭଙ୍ଗ ହେବାଯାଏଁ କାର୍ଯ୍ୟ କରିଥିଲେ ।
୨୦୧୯ ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଭାରତୀୟ ଜନତା ପାର୍ଟିର ପ୍ରାର୍ଥୀ ଭାବରେ ଧାମନଗର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ ସେ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦୀ, ବିଜୁ ଜନତା ଦଳର ପ୍ରାର୍ଥୀ ରାଜେନ୍ଦ୍ର କୁମାର ଦାସଙ୍କୁ ହରାଇ ୧୫ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୨]
ଆଧାରସମ୍ପାଦନ କରନ୍ତୁ
- ↑ "Shri Bishnu Charan Sethi". odishaassembly.nic.in. Odisha Assembly. Retrieved 13 April 2019. Cite has empty unknown parameter:
|dead-url=
(help) - ↑ ୨.୦ ୨.୧ "Dhamnagar Election Results 2019: Odisha Assembly or Vidhan Sabha Chunav Result LIVE Counting, OD MLA 2019, Party Wise Winning Candidate List Online". Firstpost. Retrieved 2019-06-05.
- ↑ "MLA Bishnu Charan Sethi Profile | CHANDABALI Constituency". naveenpatnaik.com. Retrieved 2019-04-13.
- ↑ "MLA Bishnu Charan Sethi Profile | CHANDABALI Constituency". www.odishahelpline.com. Retrieved 2019-04-13.
ବାହାର ଆଧରସମ୍ପାଦନ କରନ୍ତୁ
ଉଇକିମିଡ଼ିଆ କମନ୍ସରେ ବିଷ୍ଣୁ ଚରଣ ସେଠୀ ବାବଦରେ ମାଧ୍ୟମ ରହିଛି । |