କିଛି କୁକିଜ ସହିତ ଆପଣଙ୍କୁ ପାଛୋଟି ନେଉଛି!

ଆଦରର T3knikalteenager,

ଓଡ଼ିଆ ଉଇକିପିଡ଼ିଆକୁ ଆପଣଙ୍କୁ ପାଛୋଟି ନେଉଛି, ଆପଣଙ୍କ ଅବଦାନ ପାଇଁ ଅନେକ ବଧାଇ । ମୁଁ ଭାବୁଛି ଆପଣ ଏଠାରେ ବାକି ସମ୍ପାଦକମାନ‌ଙ୍କ ସ‌ହ ମିଶି ନିଜର ଲେଖାଲେଖି ଜାରୀ ରଖିବେ । ଯଦି ଲେଖିବାରେ କିଛି ଅସୁବିଧା ହୁଏ ତେବେ ଏହି "ଚାଟସଭା"ରେ ପଚାରିପାରିବେ । ଏହି କିଛି ପୃଷ୍ଠା ଆପଣଙ୍କୁ ଅଧିକ ଜାଣିବାରେ ସହଯୋଗ କରିବ:

ମୁଁ ଭାବୁଛି ଆପଣଙ୍କୁ ଏଠାରେ ଉଇକିଆଳିଟିଏ ହୋଇ ଲେଖା ଲେଖି କରିବାକୁ ଭଲ ଲାଗିବ ! ଆଲୋଚନା ପୃଷ୍ଠାରେ ଦସ୍ତଖତ ପାଇଁ ଆପଣଙ୍କ ଲେଖା ପରେ ଚାରୋଟି ଟିଲଡ଼େ ଚିହ୍ନ ~~~~ ଦିଅନ୍ତୁ; ଏଇଠି ଆପଣଙ୍କ ନାଆଁ ଆଉ ତାରିଖ ଆପେ ଆପେ ଲେଖିଦେବ । କିଛି ସାହାଯ୍ୟ ଦରକାର ପଡ଼ିଲେ, ପ୍ରଶ୍ନଟିଏ ପଚାରି ପାରିବେ, ନହେଲେ ମୋ ଆଲୋଚନା ପୃଷ୍ଠାକୁ ଯାଇ ମୋତେ ପଚାରିପାରିବେ । ଆଉଥରେ, ପାଛୋଟି ନେଉଛି! --ଆଦିତ୍ୟ ମହାର (ଆଲୋଚନା) ୦୬:୩୮, ୩୦ ଡିସେମ୍ବର ୨୦୧୫ (UTC)

ଆପଣ ନିଜ ବ୍ୟକ୍ତିଗତ ବ୍ୟବହାରକାରୀ ପୃଷ୍ଠାରେ ଲେଖୁଥିବା ଲେଖାଟି ଆଗରୁ ଓଡ଼ିଆ ଭାଷା ନାମରେ ଥିବା ପ୍ରସଙ୍ଗ । ସେଥିରେ କୌଣସି ସୁଧାର କରିବାର ଥିଲେ କିମ୍ବା ଅଧିକ କିଛି ଯୋଡ଼ିବାର ଥିଲେ ସିଧା ସେଠି ଯୋଡ଼ିପାରିବେ । ଏ ପୃଷ୍ଠାଟି ବରଂ ଆପଣଙ୍କ ନିଜ ବାବଦରେ ଲେଖିବା ପାଇଁ । ପ୍ରସଙ୍ଗ ଲେଖିବା ପାଇଁ ନୁହେଁ । --ସୁଭାସିସ ପାଣିଗାହି (ଆଳାପ) ୦୬:୫୨, ୩୦ ଡିସେମ୍ବର ୨୦୧୫ (UTC)

ଆଲୋଚନା ସଭାରେ ଦିଆ ହୋଇଥିବା ଲେଖାକୁ ଲିଭାନ୍ତୁ ନାହିଁ ସମ୍ପାଦନା

ଦୟାକରି ଆପଣ ନିଜ ବ୍ୟକ୍ତିଗତ ଆଲୋଚନା ପୃଷ୍ଠାରେ ଦିଆ ଯାଇଥିବା ଲେଖା ଓ କମେଣ୍ଟ ଗୁଡିକ ଲିଭାନ୍ତୁ ନାହିଁ । --ସ୍ନେହାଶିଷ ନାୟକ (ମୋ ଆଲୋଚନା) ୦୭:୫୦, ୧୧ ଜାନୁଆରୀ ୨୦୧୬ (UTC)

ରଥଯାତ୍ରା ଗଣସମ୍ପାଦନାରେ ଯୋଗଦେବାପାଇଁ ନିମନ୍ତ୍ରଣ ସମ୍ପାଦନା

 
ରଥଯାତ୍ରା ଗଣସମ୍ପାଦନା ୨୦୧୬

ନମସ୍କାର, ପବିତ୍ର ରଥଯାତ୍ରା ଅବସରରେ ଆମେ ଆପଣଙ୍କ ସୁଖ ଓ ସମୃଦ୍ଧି କାମନା କରୁଛୁ । ଏହି ଜୁଲାଇ ମାସରେ ଜଗନ୍ନାଥ ସଂସ୍କୃତି ଉତ୍ସବମୁଖର ହୋଇଉଠିଛି । ଏହାକୁ ସ୍ମରଣୀୟ କରିବା ପାଇଁ ଏହି ଅବସରରେ ଓଡ଼ିଆ ଉଇକିପିଡ଼ିଆ ପାଳନ କରୁଛି "ରଥଯାତ୍ରା ଗଣସମ୍ପଦନା ୨୦୧୬"।

ଗତବର୍ଷର "ନବକଳେବର ଗଣସମ୍ପାଦନା" ସଫଳ ହେବାପରେ ଏହା ହେଉଛି ସଂସ୍କୃତି-ଭିତ୍ତିକ ଦ୍ଵିତୀୟ ଗଣସମ୍ପାଦନା । ଆପଣ ଜାଣି ଖୁସି ହେବେ ଯେ ଗତବର୍ଷର ଗଣସମ୍ପାଦନାରେ ଜଗନ୍ନାଥ ସଂସ୍କୃତି ସମ୍ବନ୍ଧିତ ୧୪୦ଟି ପ୍ରସଙ୍ଗ ନୂଆ ଓ ଉନ୍ନତ କରାଯାଇଥିଲା ଆଉ ସେହି ପ୍ରସଙ୍ଗଗୁଡ଼ିକ ଉଇକିପିଡ଼ିଆ ପାଇଁ ବହୁତ ଦରକାରୀ ଥିଲା । ତେବେ ଏବର୍ଷର "ରଥଯାତ୍ରା ଗଣସମ୍ପାଦନା" ଆରମ୍ଭ ହୋଇଯାଇଛି । ଜୁଲାଇ ୬ ରୁ ଅଗଷ୍ଟ ୪ ତାରିଖ ମାସେ କାଳ ଜଗନ୍ନାଥଙ୍କ ସମ୍ବନ୍ଧୀୟ ପ୍ରସଙ୍ଗମାନ ସମ୍ପାଦନା କରାଯାଇ ଓଡ଼ିଆ ଉଇକିପିଡ଼ିଆକୁ ସମୃଦ୍ଧ କରାଯିବ । ଆଶାକରୁଛୁ ଯେ ଆପଣ ଏଥିରେ ଭାଗନେଇ ଏହାକୁ ସଫଳ କରାଇବେ । ଗଣସମ୍ପାଦନା ବାବଦରେ ଅଧିକ ଜାଣିବା ଓ ଭାଗନେବା ପାଇଁ ଏହି ପୃଷ୍ଠାଟି ଦେଖନ୍ତୁ । କୌଣସି ସହାୟତା ଲୋଡୁଥିଲେ କିମ୍ବା ପ୍ରଶ୍ନ ଥିଲେ ଆମକୁ ପଚାରିପାରିବେ । ଧନ୍ୟବାଦ । ଜୟ ଜଗନ୍ନାଥ! --ନିଷ୍ଠାରଞ୍ଜନଦାଶtalk

ଆନ୍ତର୍ଜାତିକ ମହିଳା ମାସ ଗଣ-ସମ୍ପାଦନା, ୨୦୧୭ରେ ଭାଗ ନେବାକୁ ଅନୁରୋଧ ସମ୍ପାଦନା

  ଆନ୍ତର୍ଜାତିକ ମହିଳା ମାସ ଗଣ-ସମ୍ପାଦନା, ୨୦୧୭
ଓଡି଼ଆ ଉଇକିପିଡି଼ଆରେ ଆନ୍ତର୍ଜାତିକ ମହିଳା ମାସ ଗଣସମ୍ପାଦନା ଆରମ୍ଭ ହେଇଗଲାଣି, ଆପଣଙ୍କୁ ଭାଗ ନେବାକୁ ଅନୁରୋଧ। --ଶୈଳେଶ (ପଚାରିବେ କିଛି?)  

ଭାରତୀୟ ସ୍ୱାଧୀନତା ଦିବସ ଗଣସମ୍ପାଦନା, ୨୦୧୮ରେ ଭାଗ ନେବାକୁ ଅନୁରୋଧ ସମ୍ପାଦନା

  ଭାରତୀୟ ସ୍ୱାଧୀନତା ଦିବସ ଗଣସମ୍ପାଦନା, ୨୦୧୮
  ଓଡି଼ଆ ଉଇକିପିଡି଼ଆରେ ଭାରତୀୟ ସ୍ୱାଧୀନତା ଦିବସ ଗଣସମ୍ପାଦନା, ୨୦୧୮ ଆରମ୍ଭ ହେଇଗଲାଣି । ଏହି ଗଣସମ୍ପାଦନା ୧୩ ଅଗଷ୍ଟ ୨୦୧୮ରୁ ୨୦ ଅଗଷ୍ଟ ୨୦୧୮ ଯାଏଁ ସପ୍ତାହେ ବ୍ୟାପି ଚାଲିବ, ଯେଉଁଥିରେ ଭାରତରେ ସ୍ୱାଧୀନତା ଆନ୍ଦୋଳନ ସ‌ହ ଜଡ଼ିତ ମହତ୍ୱପୂର୍ଣ୍ଣ ଘଟଣା ଏବଂ ଉଲ୍ଲେଖନୀୟ ସ୍ୱାଧୀନତା ସଂଗ୍ରାମୀଙ୍କ ଉପରେ ପ୍ରସଙ୍ଗ ଗଢ଼ାଯିବା ସଙ୍ଗେ ସଙ୍ଗେ ଆଗରୁ ଥିବା ପୁରୁଣା ପ୍ରସଙ୍ଗର ମାନ ମଧ୍ୟ ଉନ୍ନତ କରାଯିବ । । ଆପଣଙ୍କୁ ଭାଗ ନେବାକୁ ଅନୁରୋଧ । --ଗପୁ (ମୋ ଆଲୋଚନା) ୧୧:୧୫, ୧୪ ଅଗଷ୍ଟ ୨୦୧୮ (IST)Reply