ଭାଇଗା ସେଠୀ

ଓଡ଼ିଆ ରାଜନୀତିଜ୍ଞ

ଭାଇଗା ସେଠୀ (ମୃତ୍ୟୁ: ୧ ଜୁନ ୨୦୦୪) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ଓଡ଼ିଶା ବିଧାନ ସଭାରେ ସେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରିଥିଲେ । ୧୯୫୨ ମସିହାରେ ସ୍ୱାଧୀନତା ପରେ ପ୍ରଥମ ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଆନନ୍ଦପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]

ଭାଇଗା ସେଠୀ
ବିଧାୟକ: ୧ମ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୫୨ – ୧୯୫୭
ପର ଅଧିକାରୀଉପେନ୍ଦ୍ର ଜେନା, ବୀରକିଶୋର ଜେନା
ନିର୍ବାଚନ ମଣ୍ଡଳୀଆନନ୍ଦପୁର
ବ୍ୟକ୍ତିଗତ ସବିଶେଷ
ମୃତ୍ୟୁ୧ ଜୁନ ୨୦୦୪
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳସ୍ୱାଧୀନ
ବୃତ୍ତିରାଜନୀତିଜ୍ଞ

ରାଜନୈତିକ ଜୀବନ ସମ୍ପାଦନା

ଭାଇଗା ସେଠୀ ୧୯୫୨ ମସିହାରେ ସ୍ୱାଧୀନତା ପରେ ପ୍ରଥମ ଓଡ଼ିଶା ବିଧାନ ସଭା ନିର୍ବାଚନରେ ସ୍ୱାଧୀନ ପ୍ରାର୍ଥୀ ଭାବରେ ଆନନ୍ଦପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ ସେ ସମୁଦାୟ ୧୪,୧୩୨ ଖଣ୍ଡ ଭୋଟ ପାଇ ବିଜୟୀ ହୋଇ ୧ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୨] ଏହି ନିର୍ବାଚନରେ ଆନନ୍ଦପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ତାଙ୍କ ସହ ଜନାର୍ଦନ ଭଞ୍ଜ ଦେଓ ଯୁଗ୍ମ ଭାବରେ ନିର୍ବାଚିତ ହୋଇଥିଲେ ।[୨]

ମୃତ୍ୟୁ ସମ୍ପାଦନା

ଭାଇଗା ସେଠୀ ୨୦୦୪ ମସିହାର ଜୁନ ମାସ ୧ ତାରିଖରେ ମୃତ୍ୟୁବରଣ କରିଥିଲେ ।[୧]

ଆଧାର ସମ୍ପାଦନା

  1. ୧.୦ ୧.୧ "Late Bhaiga Sethi". odishaassembly.nic.in. Odisha Assembly. Retrieved 1 July 2019.
  2. ୨.୦ ୨.୧ "Orissa 1951". Election Commission of India (in Indian English). Retrieved 2019-06-27.