ଭାନୁଚରଣ ନାଏକ
ଭାନୁଚରଣ ନାଏକ (୨ ଅପ୍ରେଲ ୧୯୪୬ - ୧୨ ଡିସେମ୍ବର ୨୦୧୬) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ଭାନୁଚରଣ ଓଡ଼ିଶା ରାଜନୀତିରେ ଭାରତୀୟ ଜନତା ପାର୍ଟିର କର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ୨୦୦୦ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ଜଶୀପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୨ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]
ଭାନୁଚରଣ ନାଏକ | |
---|---|
ବିଧାୟକ: ୧୨ଶ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୨୦୦୦ – ୨୦୦୪ | |
ପୂର୍ବ ଅଧିକାରୀ | ଶମ୍ଭୁନାଥ ନାଏକ |
ପର ଅଧିକାରୀ | ଶମ୍ଭୁନାଥ ନାଏକ |
ନିର୍ବାଚନ ମଣ୍ଡଳୀ | ଜଶୀପୁର |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ଅପ୍ରେଲ ୨, ୧୯୪୬ |
ମୃତ୍ୟୁ | ୧୨ ଡିସେମ୍ବର ୨୦୧୬ | (ବୟସ ୭୦)
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ଭାରତୀୟ ଜନତା ପାର୍ଟି |
ଜୀବନ ସାଥୀ | ଗୁରୁବାରୀ ନାଏକ |
ବାପା/ବୋଉ | କାର୍ତ୍ତିକ ନାଏକ (ବାପା) |
ବୃତ୍ତି | ରାଜନୀତିଜ୍ଞ |
ଜନ୍ମ, ପରିବାର ଓ ଶିକ୍ଷା
ସମ୍ପାଦନାଭାନୁଚରଣ ନାଏକ ୧୯୪୬ ମସିହାର ଅପ୍ରେଲ ମାସ ୨ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ କାର୍ତ୍ତିକ ନାଏକ ଏବଂ ତାଙ୍କ ପତ୍ନୀଙ୍କ ନାମ ଗୁରୁବାରୀ ନାଏକ ।[୧] ଭାନୁଚରଣଙ୍କର ଶିକ୍ଷାଗତ ଯୋଗ୍ୟତା ଥିଲା ମାଟ୍ରିକ ।[୧]
ରାଜନୈତିକ ଜୀବନ
ସମ୍ପାଦନାଭାନୁଚରଣ ଓଡ଼ିଶା ରାଜନୀତିରେ ଭାରତୀୟ ଜନତା ପାର୍ଟିର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ ।[୧]
ମୃତ୍ୟୁ
ସମ୍ପାଦନାଭାନୁଚରଣ ୨୦୧୬ ମସିହାର ଡିସେମ୍ବର ମାସ ୧୨ ତାରିଖରେ ମୃତ୍ୟୁବରଣ କରିଥିଲେ । ମୃତ୍ୟୁବେଳକୁ ତାଙ୍କୁ ୭୦ ବର୍ଷ ବୟସ ହୋଇଥିଲା ।
ଆଧାର
ସମ୍ପାଦନା- ↑ ୧.୦ ୧.୧ ୧.୨ ୧.୩ "Shri Bhanu Charan Naik". odishaassembly.nic.in. Odisha Assembly. Retrieved 10 October 2019.