ମାଘ ମାସ ଶୁକ୍ଳପକ୍ଷ ଏକାଦଶୀକୁ ଭୀଷ୍ମ ଏକାଦଶୀ ଭାବେ ପାଳନ କରାଯାଏ ।[୧] ଏହା ଜୟା ଏକାଦଶୀ ବା ଭୈମୀ ଏକାଦଶୀ ଭାବରେ ମଧ୍ୟ ପରିଚିତ । ଭୀଷ୍ମ ଏକାଦଶୀ ତିଥିରେ ବିଷ୍ଣୁ ସହସ୍ରନାମ ସ୍ତୋତର ଜନ୍ମ ହେଇଥିବା କଥିତ ଅଛି । [୨]ଏହି ଦିନ ଉପବାସ ରହି ଭୀଷ୍ମଙ୍କୁ ସ୍ମରଣ ଏବଂ ସାରାଦିନ ବିଷ୍ଣୁସହସ୍ର ନାମ ସ୍ତୋତ୍ର ନାମ ଗାନ କଲେ ଭଗବାନଙ୍କ ଆଶିର୍ବାଦ ମିଳେ ।[୩] ଏହିଦିନ ବିଷ୍ଣୁଙ୍କୁ ପୂଜା ଓ ବନ୍ଦନା କରାଯାଏ । ମକର ସଂକ୍ରାନ୍ତି, ମାଘ ପୂର୍ଣ୍ଣିମା, ମହା ଶିବରାତ୍ରି ପରି ମହାକୁଭର ଅନେକ ସ୍ନାନ ଦିବସ ମଧ୍ୟରେ ଭୀଷ୍ମ ଏକାଦଶୀ ଏକ ପବିତ୍ର ଦିନ ଯେଉଁ କୁମ୍ଭସ୍ନାନ କରାଯାଏ ।

ଭୀଷ୍ମ ଏକାଦଶୀ
ନାମଜୟା ଏକାଦଶୀ
ଅନ୍ୟ ନାମଭୈମୀ ଏକାଦଶୀ,
ଭୌମ୍ୟ ଏକାଦଶୀ,
ପାଳନକାରୀହିନ୍ଦୁ
ପ୍ରକାରଧାର୍ମିକ
ପର୍ବ ପାଳନବ୍ରତ, ପୂଜା
ତାରିଖମାଘ ଶୁକ୍ଳ ଏକାଦଶୀ
୨୦୨୪ ତାରିଖdate missing (please add)

ଓଡ଼ିଶାରେ ଏହି ଏକାଦଶୀ ଦିନ ସାକ୍ଷୀଗୋପାଳର ଶ୍ରୀଗୋପାଳଜୀଉଙ୍କ ଗଜଉଦ୍ଧାରଣ ବେଶ ହୋଇଥାଏ । ଯାଜପୁରରେ ବ୍ୟାସ ସରୋବର ମେଳା ଓ କଣ୍ଟିଲୋର ନୀଳମାଧବଙ୍କ ପୀଠରେ ଭୌମୀ ଏକାଦଶୀ ଯାତ୍ରା ଆରମ୍ଭ ହୁଏ ।

କିମ୍ବଦନ୍ତୀ

ସମ୍ପାଦନା

ହିନ୍ଦୁ ବିଶ୍ୱାସ ଅନୁଯାୟୀ ଏହି ଏକାଦଶୀର ନାମ ଜୟା ଓ ଏହି ଏକାଦଶୀ ବ୍ରତ କଲେ ପିଶାଚତ୍ୱ ନାଶହୁଏ । ଅର୍ଥାତ ଏହିଦିନ ଶୁଦ୍ଧ, ପବିତ୍ର ଭାବରେ ଉପବାସ ଓ ବିଷ୍ଣୁ ପୂଜନ କଲେ ମଣିଷ ମନରେ ଥିବା ଦୁଷ୍ଟ ପ୍ରବୃତ୍ତିର ବିଲୟ ଘଟେ । ଏହା ପିଶାଚତ୍ୱ ସମ୍ପର୍କରେ ଏକ କିମ୍ବଦନ୍ତୀ ରହିଛି:-

ପଦ୍ମପୁରାଣ ମତେ, ଏକଦା ସ୍ୱର୍ଗପୁରୀରେ ଇନ୍ଦ୍ରଙ୍କ ସମ୍ମୁଖରେ ଗନ୍ଧର୍ବ ଗାନ କରୁଥିଲେ ଏବଂ ଅପ୍ସରାମାନେ ନୃତ୍ୟ କରୁଥିଲେ । ଏହି ଆୟୋଜନରେ ପୁଷ୍ପବତୀ ନାମକ ଏକ ଗନ୍ଧର୍ବ କନ୍ୟା ଏବଂ ମାଲ୍ୟବାନ ନାମକ ଏକ ଯୁବକ ଥିଲେ । ସେ ଦୁହେଁ ପରସ୍ପରପ୍ରତି ମୋହମତ୍ତର ଥିଲେ । କାମ ବାଣ କାରଣରୁ ସେମାନେ ସ୍ଥାନ କାଳ ପାତ୍ର ପ୍ରତି ଅନ୍ଧ ଥିଲେ । ତାଙ୍କର ଟିକିଏ ସାଧାରଣ ବିଚାର ନଥିଲା ଯେ ସେମାନେ ଇନ୍ଦ୍ରଙ୍କ ସଭାରେ ନୃତ୍ୟ ଓ ସଂଗୀତ ପରିବେଷଣ କରୁଛନ୍ତି । ସଭାକଥା ଭୁଲି ଦୁହେଁ ଦୁହିଁଙ୍କ ପ୍ରତି ନିମନ୍ତ୍ରଣ ଦୃଷ୍ଟି ରଖୁଥିଲେ । ଏମିତିକି ମାଲ୍ୟବାନ ନିଜକୁ ଦିୱାନା ରୂପେ ସଜାଇ ଗାଉଥିବା ଗୀତକୁ ମଧ୍ୟ ଭୁଲିଯାଇଥିଲେ ଏବଂ ପୁଷ୍ପବତୀ ପ୍ରେମପାଗଳିନୀ ହେତୁ ନୃତ୍ୟର ତାଳମାନ ବି ଭୁଲି ଯାଉଥିଲେ । ଦେବରାଜ ଇନ୍ଦ୍ର ଭରପୁର ସଭାରେ ସେମାନଙ୍କ ଆଚରଣ ଦେଖି କ୍ରୋଧିତ ହୋଇ ସେମାନଙ୍କୁ ଅଭିଶାପ ଦେଲେ ଯେ ସେ ଦୁହେଁ ପିଶାଚ ଯୋନି ପ୍ରାପ୍ତ କରନ୍ତୁ । ଏତିକି କହି ସେ ସେମାନଙ୍କୁ ସ୍ୱର୍ଗଚ୍ୟୁତ କଲେ । ସେ ଦୁହେଁ ସ୍ୱର୍ଗାରୋହଣ ଦ୍ୱାର ଦେଇ ହିମାଳୟର ବଦ୍ରୀନାଥରେ ପହଞ୍ଚି ସେହି ହିମାଳୟ ଧାମରେ ନିବାସ କଲେ । ସେଠି ଏତେ କଷ୍ଟପାଇଲେ ଯେ ଜୀବନଟା କେମିତି ଉଦାସ ମନେହେଲା । ସୌଭାଗ୍ୟକୁ ଏହି ଏକାଦଶୀ ଦିନ ଦୁହେଁ ଜୀବହିଂସା କଲେ ନାହିଁ । ଖାଦ୍ୟ ଓ ଜଳ ସ୍ପର୍ଶ ବି କଲେ ନାହିଁ ଏବଂ ରାତ୍ରି ଉଜାଗର ରହିଲେ । ଫଳରେ ତାଙ୍କର ପାପ କ୍ଷୟ ହୋଇଗଲା । ସେମାନଙ୍କୁ ସୂଚାଇ ଦିଆଗଲା ଯେ ଯେଉଁଦିନଟି ସେମାନେ ଉପାସରେ ରହି ରାତ୍ରୀ ଉଜାଗର ଥିଲେ, ସେଦିନଟି ଥିଲା ଭୈମୀ ବା ଜୟା ଏକାଦଶୀ । ଏହି ଏକାଦଶୀ କାରଣରୁ ତାଙ୍କ ମୁକ୍ତିର ବାଟ ଫିଟିଗଲା । ଅଲକ୍ଷରେ ଏକାଦଶୀରେ ବ୍ରତ କରି ପୂଣ୍ୟ ଅର୍ଜନ କରିଥିଲେ ଏବଂ ପରଦିନ ନିଜ ଶରୀର ଫେରି ପାଇ ସ୍ୱର୍ଗରେ ବାସ କଲେ ।[୪]

ପୌରାଣିକ

ସମ୍ପାଦନା

କୌରବ ବଂଶର ଶ୍ରେଷ୍ଠ ତଥା ଯୋଦ୍ଧା, ଜ୍ଞାନୀ, ରାଜଧର୍ମର ଶ୍ରେଷ୍ଠ ପଣ୍ଡିତ ପିତାମହ ଭୀଷ୍ମ ପାଣ୍ଡବମାନଙ୍କୁ ଏହିଦିନ ବିଷ୍ଣୁ ସହସ୍ରନାମ ସ୍ତୋତ ଶିଖେଇଥିଲେ । କୌରବଙ୍କୁ ଯୁଦ୍ଧରେ ପରାସ୍ତକରିବା ଲାଗି କିଛି କୌଶଳ ଶିକ୍ଷାଦେବା ସକାଶେ ପାଣ୍ଡବଙ୍କ ଜ୍ୟେଷ୍ଠଭ୍ରାତା ଯୁଧିଷ୍ଠିର ଶରଶର୍ଯ୍ୟାରେ ଥିବା ଭୀଷ୍ମଙ୍କୁ ନିବେଦନ କରିଥିଲେ । ବିଷ୍ଣୁ ସହସ୍ରନାମ ସ୍ତୋତ୍ର ଜରିଆରେ ଭୀଷ୍ମ ଭଗବାନ ଶ୍ରୀକୃଷ୍ଣଙ୍କର ମହିମା ସମ୍ପର୍କରେ ଅବଗତ କରାଇଥିଲେ । ତା ପରଠୁ ଏହି ସ୍ତୋତ୍ରଗାନ କରି ପାଣ୍ଡବମାନେ ମହାଭାରତ ଯୁଦ୍ଧରେ ବିଜୟୀ ହୋଇଥିଲେ ।[୫]

  1. ShreeDarshan.com: Bhishma Ekadashi Archived 2013-02-24 at the Wayback Machine., accessdate: 2/2/2015
  2. "ଆର୍କାଇଭ୍ କପି". Archived from the original on 2013-02-24. Retrieved 2013-02-23. {{cite web}}: Cite has empty unknown parameter: |1= (help)
  3. http://www.mypanchang.com/bhishmaekadashi.php
  4. ମହାନ୍ତି, ବିପିନବିହାରୀ (1 February 2015). "ଜୟା ଏକାଦଶୀ" (PDF). ପର୍ଯ୍ୟବେକ୍ଷକ. Archived from the original (PDF) on 5 March 2016. Retrieved 3 February 2015.
  5. http://www.templesindia.org/index.php?option=com_content&view=article&id=61:bhishma-ekadasi&catid=38:hindu-festivals&Itemid=61[permanent dead link]