ମହେଶ୍ୱର ମାଝି
ମହେଶ୍ୱର ମାଝି (୪ ମାର୍ଚ୍ଚ ୧୯୪୬ - ୨୭ ଅପ୍ରେଲ ୨୦୧୪) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ମହେଶ୍ୱର ଓଡ଼ିଶା ରାଜନୀତିରେ ଜନତା ପାର୍ଟି ଓ ଉତ୍କଳ କଂଗ୍ରେସର କର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ । ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ସେ ୩ଥର କାର୍ଯ୍ୟ କରିଥିଲେ । ୧୯୭୧, ୧୯୭୪ ଓ ୧୯୭୭ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ପାଟଣା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୫ମ, ୬ଷ୍ଠ, ୭ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]
ମହେଶ୍ୱର ମାଝି | |
---|---|
ବିଧାୟକ: ୫ମ, ୬ଷ୍ଠ, ୭ମ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୭୧ – ୧୯୮୦ | |
ପୂର୍ବ ଅଧିକାରୀ | ରାମରାୟ ମୁଣ୍ଡା |
ପର ଅଧିକାରୀ | ହୃଷିକେଶ ନାୟକ |
ନିର୍ବାଚନ ମଣ୍ଡଳୀ | ପାଟଣା |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ମାର୍ଚ୍ଚ ୪, ୧୯୪୬ |
ମୃତ୍ୟୁ | ୨୭ ଅପ୍ରେଲ ୨୦୧୪ | (ବୟସ ୬୮)
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ଜନତା ପାର୍ଟି |
ଅନ୍ୟାନ୍ୟ ରାଜନୀତିକ ସମ୍ବନ୍ଧ | ଉତ୍କଳ କଂଗ୍ରେସ |
ଜୀବନ ସାଥୀ | କର୍ପୂର ଦେବୀ |
ସନ୍ତାନ | ୧ ଝିଅ |
ବାପା/ବୋଉ | ରାମଦାସ ମାଝି (ବାପା) |
ବୃତ୍ତି | ରାଜନୀତିଜ୍ଞ |
ଜନ୍ମ, ଶିକ୍ଷା ଓ ପରିବାର
ସମ୍ପାଦନାମହେଶ୍ୱର ମାଝି ୧୯୪୬ ମସିହାର ମାର୍ଚ୍ଚ ମାସ ୪ ତାରିଖରେ କେନ୍ଦୁଝର ଜିଲ୍ଲାରେ ଜନ୍ମଗ୍ରହଣ କରିଥିଲେ ।[୧] ତାଙ୍କ ବାପାଙ୍କ ନାମ ରାମଦାସ ମାଝି ।[୧] ମହେଶ୍ୱରଙ୍କର ଶିକ୍ଷାଗତ ଯୋଗ୍ୟତା କଳାରେ ଇଣ୍ଟରମିଡିଏଟ୍ ।[୧] ତାଙ୍କ ପତ୍ନୀଙ୍କ ନାମ କର୍ପୂର ଦେବୀ ।[୧]
ରାଜନୈତିକ ଜୀବନ
ସମ୍ପାଦନାମହେଶ୍ୱର ଓଡ଼ିଶା ରାଜନୀତିରେ ଜନତା ପାର୍ଟି ଓ ଉତ୍କଳ କଂଗ୍ରେସର କର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ ।[୧] ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ୩ଥର କାର୍ଯ୍ୟ ଭାବରେ କାର୍ଯ୍ୟ କରିଥିଲେ ।[୧]
୧୯୭୧ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ମହେଶ୍ୱର ମାଝି ଉତ୍କଳ କଂଗ୍ରେସର ପ୍ରାର୍ଥୀ ଭାବରେ ପାଟଣା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ ସେ ସମୁଦାୟ ୫,୧୪୯ ଖଣ୍ଡ ଭୋଟ ପାଇ ବିଜୟୀ ହୋଇ ୪ର୍ଥ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ସେ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦୀ ଭାରତୀୟ ଜାତୀୟ କଂଗ୍ରେସର ପ୍ରାର୍ଥୀ ପଦ୍ମଲୋଚନ ସିଂହଙ୍କୁ ୯୬୨ ଖଣ୍ଡ ଭୋଟରେ ପରାସ୍ତ କରିଥିଲେ । ଏହି ବିଧାନ ସଭାରେ ସେ ୧୯୭୧ ମସିହାରୁ ୧୯୭୪ ମସିହାଯାଏଁ କାର୍ଯ୍ୟ କରିଥିଲେ ।