ମୋହନ ଚରଣ ମାଝୀ
ମୋହନ ଚରଣ ମାଝୀ ([mohɔnɔ t͡ʃɔɾɔɳɔ mad͡ʒʱi] (listen)) (ଜନ୍ମ: ୬ ଜାନୁଆରୀ ୧୯୭୨) ଜଣେ ଭାରତୀୟ ରାଜନେତା ଏବଂ ଓଡ଼ିଶାର ୧୫ଶ ତଥା ବର୍ତ୍ତମାନର ମୁଖ୍ୟମନ୍ତ୍ରୀ ଅଟନ୍ତି । ସେ ଭାରତୀୟ ଜନତା ପାର୍ଟିରୁ ଜଣେ ବିଧାୟକ ଭାବରେ ୨୦୦୦, ୨୦୦୯ ଓ ୨୦୧୯ ଓ ୨୦୨୪ ମସିହାରେ କେନ୍ଦୁଝର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧୨ଶ, ୧୩ଶ ଓ ୧୬ଶ ଓ ୧୭ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ମୋହନ ଚରଣ ମାଝୀ | |
---|---|
ଓଡ଼ିଶାର ୧୫ଶ ମୁଖ୍ୟମନ୍ତ୍ରୀ | |
କାର୍ଯ୍ୟକାଳ ୧୨ ଜୁନ ୨୦୨୪ – ଏବେଯାଏଁ | |
ପୂର୍ବ ଅଧିକାରୀ | ନବୀନ ପଟ୍ଟନାୟକ |
ନିର୍ବାଚନ ମଣ୍ଡଳୀ | କେନ୍ଦୁଝର |
ବିଧାୟକ: ୧୬ଶ, ୧୭ଶ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୨୦୧୯ – ଏବେଯାଏଁ | |
ପୂର୍ବ ଅଧିକାରୀ | ଅଭିରାମ ନାଏକ |
ନିର୍ବାଚନ ମଣ୍ଡଳୀ | କେନ୍ଦୁଝର |
ବିଧାୟକ: ୧୨ଶ, ୧୩ଶ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୨୦୦୦ – ୨୦୦୯ | |
ପୂର୍ବ ଅଧିକାରୀ | ଯୋଗେନ୍ଦ୍ର ନାଏକ |
ପର ଅଧିକାରୀ | ସୁବର୍ଣ୍ଣ ନାଏକ |
ନିର୍ବାଚନ ମଣ୍ଡଳୀ | କେନ୍ଦୁଝର |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ୬ ଜାନୁଆରୀ ୧୯୭୨ |
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ଭାରତୀୟ ଜନତା ପାର୍ଟି |
ଜୀବନ ସାଥୀ | ପ୍ରିୟଙ୍କା ମାର୍ଣ୍ଡି |
ସନ୍ତାନ | ୨ ପୁଅ |
ବାପା/ବୋଉ | ଗୁଣରାମ ମାଝୀ (ବାପା) |
ବୃତ୍ତି | ରାଜନୀତିଜ୍ଞ |
ଜନ୍ମ, ପରିବାର ଓ ଶିକ୍ଷା
ସମ୍ପାଦନାମୋହନ ଚରଣ ମାଝୀ ୧୯୭୨ ମସିହାର ଜାନୁଆରୀ ମାସ ୬ ତାରିଖରେ କେନ୍ଦୁଝର ଜିଲ୍ଲାରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ଗୁନାରାମ ମାଝୀ । ମୋହନଙ୍କର ଶିକ୍ଷାଗତ ଯୋଗ୍ୟତା ଥିଲା କଳାରେ ସ୍ନାତକ । ତାଙ୍କ ପତ୍ନୀଙ୍କ ନାମ ପ୍ରିୟଙ୍କା ମାର୍ଣ୍ଡି ।[୧]
ରାଜନୈତିକ ଜୀବନ
ସମ୍ପାଦନାମୋହନ ମାଝୀ ଓଡ଼ିଶା ବିଧାନ ସଭାରେ ଭାରତୀୟ ଜନତା ପାର୍ଟିର କର୍ମକର୍ତ୍ତା ଭାବରେ ସକ୍ରିୟ ଅଛନ୍ତି । ସେ ଓଡ଼ିଶା ବିଧାନ ସଭାରେ ବର୍ତ୍ତମାନ ଜଣେ ବିଧାୟକ ଭାବରେ କାର୍ଯ୍ୟ କରୁଛନ୍ତି ।
୨୦୦୦ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ମୋହନ ଭାରତୀୟ ଜନତା ପାର୍ଟିର ପ୍ରାର୍ଥୀ ଭାବରେ କେନ୍ଦୁଝର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ ସେ ସମୁଦାୟ ୫୧,୪୪୯ ଖଣ୍ଡ ଭୋଟ ପାଇ ବିଜୟୀ ହୋଇ ୧୨ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୨] ସେ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦୀ ଭାରତୀୟ ଜାତୀୟ କଂଗ୍ରେସର ପ୍ରାର୍ଥୀ ଜଗଦିଶ ନାଏକଙ୍କୁ ୨୨,୧୬୩ ଖଣ୍ଡ ଭୋଟରେ ପରାସ୍ତ କରିଥିଲେ ।[୨] ଏହି ବିଧାନ ସଭାରେ ସେ ୨୦୦୦ ମସିହାରୁ ୨୦୦୪ ମସିହାରେ ନବୀନ ପଟ୍ଟନାୟକଙ୍କର ମନ୍ତ୍ରୀମଣ୍ଡ ଭାଙ୍ଗିବାଯାଏଁ କାର୍ଯ୍ୟ କରିଥିଲେ ।
୨୦୦୪ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ମୋହନ ଭାରତୀୟ ଜନତା ପାର୍ଟିର ପ୍ରାର୍ଥୀ ଭାବରେ କେନ୍ଦୁଝର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ ସେ ସମୁଦାୟ ୪୬,୧୪୬ ଖଣ୍ଡ ଭୋଟ ପାଇ ବିଜୟୀ ହୋଇ ୧୩ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୩] ସେ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦୀ ଭାରତୀୟ ଜାତୀୟ କଂଗ୍ରେସର ପ୍ରାର୍ଥୀ ମାଧବ ସରଦାରଙ୍କୁ ୧୧,୦୦୨ ଖଣ୍ଡ ଭୋଟରେ ପରାସ୍ତ କରିଥିଲେ ।[୩] ଏହି ବିଧାନ ସଭାରେ ସେ ୨୦୦୪ ମସିହାରୁ ୨୦୦୯ ମସିହାଯାଏଁ କାର୍ଯ୍ୟ କରିଥିଲେ ।
୨୦୦୯ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ମୋହନ ଭାରତୀୟ ଜନତା ପାର୍ଟିର ପ୍ରାର୍ଥୀ ଭାବରେ କେନ୍ଦୁଝର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ ସେ ସମୁଦାୟ ୨୯,୨୦୨ ଖଣ୍ଡ ଭୋଟ ପାଇ ୨ୟ ସ୍ଥାନରେ ରହି ପରାଜିତ ହୋଇଥିଲେ ।[୪] ବିଜୁ ଜନତା ଦଳର ପ୍ରାର୍ଥୀ ଶୁଭମ ନାଏକ ତାଙ୍କୁ ୭,୨୬୯ ଖଣ୍ଡ ଭୋଟରେ ପରାସ୍ତ କରି ୧୪ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୪]
୨୦୧୪ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ମୋହନ ଭାରତୀୟ ଜନତା ପାର୍ଟିର ପ୍ରାର୍ଥୀ ଭାବରେ କେନ୍ଦୁଝର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ ସେ ସମୁଦାୟ ୪୭,୨୮୩ ଖଣ୍ଡ ଭୋଟ ପାଇ ୨ୟ ସ୍ଥାନରେ ରହି ପରାଜିତ ହୋଇଥିଲେ ।[୫] ବିଜୁ ଜନତା ଦଳର ପ୍ରାର୍ଥୀ ଅଭିରାମ ନାଏକ ତାଙ୍କୁ ୮,୬୭୬ ଖଣ୍ଡ ଭୋଟରେ ପରାସ୍ତ କରି ୧୫ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୫]
୨୦୧୯ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ମୋହନ ଭାରତୀୟ ଜନତା ପାର୍ଟିର ପ୍ରାର୍ଥୀ ଭାବରେ କେନ୍ଦୁଝର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ ସେ ବିଜୟୀ ହୋଇ ୧୬ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
୨୦୨୪ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ, ସେ ବିଜେପିର ପ୍ରାର୍ଥୀ ଭାବରେ କେନ୍ଦୁଝର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ, ସେ ସମୁଦାୟ ୮୭,୮୧୫ ଖଣ୍ଡ ଭୋଟ୍ ପାଇଥିଲେ ଏବଂ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦୀ ବିଜୁ ଜନତା ଦଳର ପାର୍ଥୀ ମୀନା ମାଝୀଙ୍କୁ ୧୧,୫୭୭ ଖଣ୍ଡ ଭୋଟ୍ରେ ପରାସ୍ତ କରି ୧୭ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୬]
ବିଧାନ ସଭା ସଭ୍ୟ ବିବରଣୀ
ସମ୍ପାଦନାଆରମ୍ଭ | ଶେଷ | ପଦବୀ | ନିର୍ବାଚନ ମଣ୍ଡଳୀ | ଦଳ |
---|---|---|---|---|
୨୦୦୦ | ୨୦୦୪ | ସଭ୍ୟ, ୧୨ଶ ଓଡ଼ିଶା ବିଧାନ ସଭା | କେନ୍ଦୁଝର | ଭାରତୀୟ ଜନତା ପାର୍ଟି |
୨୦୦୪ | ୨୦୦୯ | ସଭ୍ୟ, ୧୪ଶ ଓଡ଼ିଶା ବିଧାନ ସଭା | ||
୨୦୧୯ | ୨୦୨୪ | ସଭ୍ୟ, ୧୬ଶ ଓଡ଼ିଶା ବିଧାନ ସଭା | ||
୨୦୨୪ | ଏବେଯାଏଁ | ସଭ୍ୟ, ୧୭ଶ ଓଡ଼ିଶା ବିଧାନ ସଭା |
ଆଧାର
ସମ୍ପାଦନା- ↑ "Shri Mohan Charan Majhi". odishaassembly.nic.in. Odisha Assembly. Retrieved 19 July 2019.
- ↑ ୨.୦ ୨.୧ "Orissa 2000". Election Commission of India (in Indian English). Retrieved 2019-06-27.
- ↑ ୩.୦ ୩.୧ "Orissa 2004". Election Commission of India (in Indian English). Retrieved 2019-06-27.
- ↑ ୪.୦ ୪.୧ "Orissa 2009". Election Commission of India (in Indian English). Retrieved 2019-06-27.
- ↑ ୫.୦ ୫.୧ "Orissa 2014". Election Commission of India (in Indian English). Retrieved 2019-06-27.
- ↑ "General Election to Assembly Constituencies 2024: Keonjhar (Odisha)". Election Commission of India. Retrieved 10 June 2024.