ମୋହନ ଚରଣ ମାଝୀ
ମୋହନ ଚରଣ ମାଝୀ (ଜନ୍ମ: ୬ ଜାନୁଆରୀ ୧୯୭୨) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିରେ ଭାରତୀୟ ଜନତା ପାର୍ଟିର କର୍ମକର୍ତ୍ତା ଭାବରେ ସକ୍ରିୟ ଅଛନ୍ତି । ଓଡ଼ିଶା ବିଧାନ ସଭାରେ ସେ ଜଣେ ସଭ୍ୟ ଭାବରେ କାର୍ଯ୍ୟ କରୁଛନ୍ତି । ୨୦୦୦, ୨୦୦୯ ଓ ୨୦୧୯ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ କେନ୍ଦୁଝର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧୨ଶ, ୧୩ଶ ଓ ୧୬ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]
ମୋହନ ଚରଣ ମାଝୀ | |
---|---|
![]() | |
ବିଧାୟକ: ୧୬ଶ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୨୦୧୯ – ଏବେଯାଏଁ | |
ପୂର୍ବ ଅଧିକାରୀ | ଅଭିରାମ ନାଏକ |
ନିର୍ବାଚନ ମଣ୍ଡଳୀ | କେନ୍ଦୁଝର |
ବିଧାୟକ: ୧୨ଶ, ୧୩ଶ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୨୦୦୦ – ୨୦୦୯ | |
ପୂର୍ବ ଅଧିକାରୀ | ଯୋଗେନ୍ଦ୍ର ନାଏକ |
ପର ଅଧିକାରୀ | ସୁବର୍ଣ୍ଣ ନାଏକ |
ନିର୍ବାଚନ ମଣ୍ଡଳୀ | କେନ୍ଦୁଝର |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ୬ ଜାନୁଆରୀ ୧୯୭୨ |
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ଭାରତୀୟ ଜନତା ପାର୍ଟି |
ଜୀବନ ସାଥୀ | ପ୍ରିୟଙ୍କା ମାର୍ଣ୍ଡି |
ସନ୍ତାନ | ୧ ପୁଅ, ୧ ଝିଅ |
ବାପା/ବୋଉ | ଗୁନାରାମ ମାଝୀ (ବାପା) |
ବୃତ୍ତି | ରାଜନୀତିଜ୍ଞ |
ଜନ୍ମ, ପରିବାର ଓ ଶିକ୍ଷା ସମ୍ପାଦନ କରନ୍ତୁ
ମୋହନ ଚରଣ ମାଝୀ ୧୯୭୨ ମସିହାର ଜାନୁଆରୀ ମାସ ୬ ତାରିଖରେ କେନ୍ଦୁଝର ଜିଲ୍ଲାରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ଗୁନାରାମ ମାଝୀ । ମୋହନଙ୍କର ଶିକ୍ଷାଗତ ଯୋଗ୍ୟତା ଥିଲା କଳାରେ ସ୍ନାତକ । ତାଙ୍କ ପତ୍ନୀଙ୍କ ନାମ ପ୍ରିୟଙ୍କା ମାର୍ଣ୍ଡି ।
ରାଜନୈତିକ ଜୀବନ ସମ୍ପାଦନ କରନ୍ତୁ
ମୋହନ ମାଝୀ ଓଡ଼ିଶା ବିଧାନ ସଭାରେ ଭାରତୀୟ ଜନତା ପାର୍ଟିର କର୍ମକର୍ତ୍ତା ଭାବରେ ସକ୍ରିୟ ଅଛନ୍ତି । ସେ ଓଡ଼ିଶା ବିଧାନ ସଭାରେ ବର୍ତ୍ତମାନ ଜଣେ ବିଧାୟକ ଭାବରେ କାର୍ଯ୍ୟ କରୁଛନ୍ତି ।
୨୦୦୦ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ମୋହନ ଭାରତୀୟ ଜନତା ପାର୍ଟିର ପ୍ରାର୍ଥୀ ଭାବରେ କେନ୍ଦୁଝର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ ସେ ସମୁଦାୟ ୫୧,୪୪୯ ଖଣ୍ଡ ଭୋଟ ପାଇ ବିଜୟୀ ହୋଇ ୧୨ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୨] ସେ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦୀ ଭାରତୀୟ ଜାତୀୟ କଂଗ୍ରେସର ପ୍ରାର୍ଥୀ ଜଗଦିଶ ନାଏକଙ୍କୁ ୨୨,୧୬୩ ଖଣ୍ଡ ଭୋଟରେ ପରାସ୍ତ କରିଥିଲେ ।[୨] ଏହି ବିଧାନ ସଭାରେ ସେ ୨୦୦୦ ମସିହାରୁ ୨୦୦୪ ମସିହାରେ ନବୀନ ପଟ୍ଟନାୟକଙ୍କର ମନ୍ତ୍ରୀମଣ୍ଡ ଭାଙ୍ଗିବାଯାଏଁ କାର୍ଯ୍ୟ କରିଥିଲେ ।
୨୦୦୪ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ମୋହନ ଭାରତୀୟ ଜନତା ପାର୍ଟିର ପ୍ରାର୍ଥୀ ଭାବରେ କେନ୍ଦୁଝର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ ସେ ସମୁଦାୟ ୪୬,୧୪୬ ଖଣ୍ଡ ଭୋଟ ପାଇ ବିଜୟୀ ହୋଇ ୧୩ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୩] ସେ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦୀ ଭାରତୀୟ ଜାତୀୟ କଂଗ୍ରେସର ପ୍ରାର୍ଥୀ ମାଧବ ସରଦାରଙ୍କୁ ୧୧,୦୦୨ ଖଣ୍ଡ ଭୋଟରେ ପରାସ୍ତ କରିଥିଲେ ।[୩] ଏହି ବିଧାନ ସଭାରେ ସେ ୨୦୦୪ ମସିହାରୁ ୨୦୦୫ ମସିହାଯାଏଁ କାର୍ଯ୍ୟ କରିଥିଲେ ।
୨୦୦୯ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ମୋହନ ଭାରତୀୟ ଜନତା ପାର୍ଟିର ପ୍ରାର୍ଥୀ ଭାବରେ କେନ୍ଦୁଝର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ ସେ ସମୁଦାୟ ୨୯,୨୦୨ ଖଣ୍ଡ ଭୋଟ ପାଇ ୨ୟ ସ୍ଥାନରେ ରହି ପରାଜିତ ହୋଇଥିଲେ ।[୪] ବିଜୁ ଜନତା ଦଳର ପ୍ରାର୍ଥୀ ଶୁଭମ ନାଏକ ତାଙ୍କୁ ୭,୨୬୯ ଖଣ୍ଡ ଭୋଟରେ ପରାସ୍ତ କରି ୧୪ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୪]
୨୦୧୪ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ମୋହନ ଭାରତୀୟ ଜନତା ପାର୍ଟିର ପ୍ରାର୍ଥୀ ଭାବରେ କେନ୍ଦୁଝର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ ସେ ସମୁଦାୟ ୪୭,୨୮୩ ଖଣ୍ଡ ଭୋଟ ପାଇ ୨ୟ ସ୍ଥାନରେ ରହି ପରାଜିତ ହୋଇଥିଲେ ।[୫] ବିଜୁ ଜନତା ଦଳର ପ୍ରାର୍ଥୀ ଅଭିରାମ ନାଏକ ତାଙ୍କୁ ୮,୬୭୬ ଖଣ୍ଡ ଭୋଟରେ ପରାସ୍ତ କରି ୧୫ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୫]
୨୦୧୯ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ମୋହନ ଭାରତୀୟ ଜନତା ପାର୍ଟିର ପ୍ରାର୍ଥୀ ଭାବରେ କେନ୍ଦୁଝର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ ସେ ବିଜୟୀ ହୋଇ ୧୬ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଆଧାର ସମ୍ପାଦନ କରନ୍ତୁ
- ↑ "Shri Mohan Charan Majhi". odishaassembly.nic.in. Odisha Assembly. Retrieved 19 July 2019.
- ↑ ୨.୦ ୨.୧ "Orissa 2000". Election Commission of India (in Indian English). Retrieved 2019-06-27.
- ↑ ୩.୦ ୩.୧ "Orissa 2004". Election Commission of India (in Indian English). Retrieved 2019-06-27.
- ↑ ୪.୦ ୪.୧ "Orissa 2009". Election Commission of India (in Indian English). Retrieved 2019-06-27.
- ↑ ୫.୦ ୫.୧ "Orissa 2014". Election Commission of India (in Indian English). Retrieved 2019-06-27.