ରମାକାନ୍ତ ଭୋଇ

ଓଡ଼ିଆ ରାଜନୀତିଜ୍ଞ

ରମାକାନ୍ତ ଭୋଇ ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରୁଛନ୍ତି । ୨୦୨୪ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ୧୭ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ରମାକାନ୍ତ ଭୋଇ
ବିଧାୟକ: ୧୭ଶ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୫ ଜୁନ ୨୦୨୪ – ଏବେଯାଏଁ
ପୂର୍ବ ଅଧିକାରୀବିଜୟ ଶଙ୍କର ଦାସ
ନିର୍ବାଚନ ମଣ୍ଡଳୀତିର୍ତ୍ତୋଲ
ବ୍ୟକ୍ତିଗତ ସବିଶେଷ
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳବିଜୁ ଜନତା ଦଳ
ବୃତ୍ତିରାଜନୀତିଜ୍ଞ

ରାଜନୈତିକ ଜୀବନ

ସମ୍ପାଦନା

ସେ ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମୀ ଭାବରେ ସକ୍ରିୟ ଅଛନ୍ତି । ୨୦୨୪ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ, ସେ ବିଜେଡିର ପ୍ରାର୍ଥୀ ଭାବରେ ତିର୍ତ୍ତୋଲ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ, ସେ ସମୁଦାୟ ୮୩,୭୪୦ ଖଣ୍ଡ ଭୋଟ୍ ପାଇଥିଲେ ଏବଂ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦୀ ଭାରତୀୟ ଜନତା ପାର୍ଟିର ପାର୍ଥୀ ରାଜକିଶୋର ବେହେରାଙ୍କୁ ୨୮,୪୯୫ ଖଣ୍ଡ ଭୋଟ୍‌ରେ ପରାସ୍ତ କରି ୧୭ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[]

  1. "General Election to Assembly Constituencies 2024: Tirtol (Odisha)". Election Commission of India. Retrieved 3 July 2024.