ରାଘବ ଚରଣ ସେଠୀ

ଓଡ଼ିଆ ରାଜନୀତିଜ୍ଞ

ରାଘବ ଚରଣ ସେଠୀ (ଜନ୍ମ: ୧୪ ମାର୍ଚ୍ଚ ୧୯୫୮) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଛନ୍ତି । ରାଘବ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଦୁଇଥର କାର୍ଯ୍ୟ କରିଛନ୍ତି । ୧୯୮୫ ଓ ୧୯୯୫ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ବାଲିପାଟଣା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୯ମ ଓ ୧୨ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]

ରାଘବ ଚରଣ ସେଠୀ
ବିଧାୟକ: ୯ମ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୮୫ – ୧୯୯୦
ପୂର୍ବ ଅଧିକାରୀବସନ୍ତ ବେହେରା
ପର ଅଧିକାରୀହୃଷିକେଶ ନାୟକ
ନିର୍ବାଚନ ମଣ୍ଡଳୀବାଲିପାଟଣା
ବିଧାୟକ: ୧୨ଶ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୨୦୦୦ – ୨୦୦୪
ପୂର୍ବ ଅଧିକାରୀହୃଷିକେଶ ନାୟକ
ପର ଅଧିକାରୀଶଶି ଭୂଷଣ ବେହେରା
ନିର୍ବାଚନ ମଣ୍ଡଳୀବାଲିପାଟଣା
ବ୍ୟକ୍ତିଗତ ସବିଶେଷ
ଜନ୍ମ (1958-03-14) ୧୪ ମାର୍ଚ୍ଚ ୧୯୫୮ (ବୟସ ୬୬)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳବିଜୁ ଜନତା ଦଳ
ଅନ୍ୟାନ୍ୟ ରାଜନୀତିକ
ସମ୍ବନ୍ଧ
ଭାରତୀୟ ଜାତୀୟ କଂଗ୍ରେସ
ଜୀବନ ସାଥୀରେଣୁବାଳା ସେଠୀ
ବାପା/ବୋଉନରେନ୍ଦ୍ର ସେଠୀ (ବାପା)
ବୃତ୍ତିରାଜନୀତିଜ୍ଞ

ଜନ୍ମ, ପରିବାର ଓ ଶିକ୍ଷା ସମ୍ପାଦନା

ରାଘବ ଚରଣ ସେଠୀ ୧୯୫୮ ମସିହାର ମାର୍ଚ୍ଚ ମାସ ୧୪ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ନରେନ୍ଦ୍ର ସେଠୀ ଓ ପତ୍ନୀଙ୍କ ନାମ ରେଣୁବାଳା ସେଠୀ ।[୧] ରାଘବଙ୍କର ଶିକ୍ଷାଗତ ଯୋଗ୍ୟତା କଳାରେ ସ୍ନାତକୋତ୍ତର ଓ ପରେ ସେ ଓକିଲାତି ପଢ଼ିଥିଲେ ।[୧]

ରାଜନୈତିକ ଜୀବନ ସମ୍ପାଦନା

ରାଘବ ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଛନ୍ତି ଏବଂ ପୂର୍ବରୁ ସେ ଭାରତୀୟ ଜାତୀୟ କଂଗ୍ରେସରେ କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ ।[୧] ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଦୁଇଥର କାର୍ଯ୍ୟ କରିଛନ୍ତି ।[୧]

ଆଧାର ସମ୍ପାଦନା

  1. ୧.୦ ୧.୧ ୧.୨ ୧.୩ ୧.୪ "Shri Raghab Chandra Sethi". odishaassembly.nic.in. Odisha Assembly. Retrieved 17 June 2020.