ରାଜ ବଲ୍ଲଭ ମିଶ୍ର

ଓଡ଼ିଆ ରାଜନୀତିଜ୍ଞ

ରାଜ ବଲ୍ଲଭ ମିଶ୍ର (୧୧ ମଇ ୧୯୧୭ - ୨୧ ମଇ ୧୯୯୦) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ରାଜ ବଲ୍ଲଭ ଓଡ଼ିଶା ରାଜନୀତିରେ ଅଖିଳ ଭାରତୀୟ ଗଣତନ୍ତ୍ର ପରିଷଦ ଓ ସ୍ୱତନ୍ତ୍ର ପାର୍ଟିର କର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ । ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ସେ ୩ଥର କାର୍ଯ୍ୟ କରିଥିଲେ । ୧୯୫୭, ୧୯୬୧ ଓ ୧୯୬୭ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଚମ୍ପୁଆ, ପାଟଣା ଓ ରାମଚନ୍ଦ୍ରପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୨ୟ, ୩ୟ୪ର୍ଥ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]

ରାଜ ବଲ୍ଲଭ ମିଶ୍ର
ବିଧାୟକ: ୨ୟ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୫୭ – ୧୯୬୧
ପୂର୍ବ ଅଧିକାରୀଗୁରୁ ଚରଣ ନାୟକ
ପର ଅଧିକାରୀଗୁରୁ ଚରଣ ନାୟକ
ନିର୍ବାଚନ ମଣ୍ଡଳୀଚମ୍ପୁଆ
ବିଧାୟକ: ୩ୟ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୬୧ – ୧୯୬୭
ପର ଅଧିକାରୀରାମରାୟ ମୁଣ୍ଡା
ନିର୍ବାଚନ ମଣ୍ଡଳୀପାଟଣା
ବିଧାୟକ: ୪ର୍ଥ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୬୭ – ୧୯୭୧
ପୂର୍ବ ଅଧିକାରୀମୂରଲୀଧର କୁଆଁର
ପର ଅଧିକାରୀମୂରଲୀଧର କୁଆଁର
ନିର୍ବାଚନ ମଣ୍ଡଳୀରାମଚନ୍ଦ୍ରପୁର
ବ୍ୟକ୍ତିଗତ ସବିଶେଷ
ଜନ୍ମ(1917-05-11)ମଇ ୧୧, ୧୯୧୭
ମୃତ୍ୟୁ୨୧ ମଇ ୧୯୯୦(1990-05-21) (ବୟସ ୭୩)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳସ୍ୱତନ୍ତ୍ର ପାର୍ଟି
ଅନ୍ୟାନ୍ୟ ରାଜନୀତିକ
ସମ୍ବନ୍ଧ
ଅଖିଳ ଭାରତୀୟ ଗଣତନ୍ତ୍ର ପରିଷଦ
ଜୀବନ ସାଥୀସୂର୍ଯ୍ୟମଣି ଦେବୀ
ସନ୍ତାନ୨ ପୁଅ, ୩ ଝିଅ
ବାପା/ବୋଉହିମାଦ୍ରୀ ମିଶ୍ର (ବାପା)
ବୃତ୍ତିରାଜନୀତିଜ୍ଞ

ଜନ୍ମ, ଶିକ୍ଷା ଓ ପରିବାର ସମ୍ପାଦନା

ରାଜ ବଲ୍ଲଭ ମିଶ୍ର ୧୯୧୭ ମସିହାର ମଇ ମାସ ୧୧ ତାରିଖରେ କେନ୍ଦୁଝର ଜିଲ୍ଲାରେ ଜନ୍ମଗ୍ରହଣ କରିଥିଲେ ।[୧] ତାଙ୍କ ବାପାଙ୍କ ନାମ ହିମାଦ୍ରୀ ମିଶ୍ର ।[୧] ରାଜ ବଲ୍ଲଭଙ୍କର ଶିକ୍ଷାଗତ ଯୋଗ୍ୟତା ଥିଲା ମାଟ୍ରିକ୍ ।[୧] ତାଙ୍କ ପତ୍ନୀଙ୍କ ନାମ ସୂର୍ଯ୍ୟମଣି ଦେବୀ ।[୧]

ରାଜନୈତିକ ଜୀବନ ସମ୍ପାଦନା

ରାଜ ବଲ୍ଲଭ ଓଡ଼ିଶା ରାଜନୀତିରେ ଅଖିଳ ଭାରତୀୟ ଗଣତନ୍ତ୍ର ପରିଷଦ ଓ ସ୍ୱତନ୍ତ୍ର ପାର୍ଟିର କର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ ।[୧] ସେ ଓଡ଼ିଶା ବିଧାନ ସଭାରେ ତିନିଥର ବିଧାୟକ ଭାବରେ କାର୍ଯ୍ୟ କରିଥିଲେ ।[୧]

୧୯୫୭ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ରାଜ ବଲ୍ଲଭ ମିଶ୍ର ଅଖିଳ ଭାରତୀୟ ଗଣତନ୍ତ୍ର ପରିଷଦର ପ୍ରାର୍ଥୀ ଭାବରେ ଚମ୍ପୁଆ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ ସେ ସମୁଦାୟ ୫,୧୪୯ ଖଣ୍ଡ ଭୋଟ ପାଇ ବିଜୟୀ ହୋଇ ୨ୟ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ସେ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦୀ ଭାରତୀୟ ଜାତୀୟ କଂଗ୍ରେସର ପ୍ରାର୍ଥୀ ପଦ୍ମଲୋଚନ ସିଂହଙ୍କୁ ୯୬୨ ଖଣ୍ଡ ଭୋଟରେ ପରାସ୍ତ କରିଥିଲେ । ଏହି ବିଧାନ ସଭାରେ ସେ ୧୯୫୭ ମସିହାରୁ ୧୯୬୧ ମସିହାଯାଏଁ କାର୍ଯ୍ୟ କରିଥିଲେ ।

୧୯୬୧ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ରାଜ ବଲ୍ଲଭ ମିଶ୍ର ପ୍ରଗତି ଦଳର ପ୍ରାର୍ଥୀ ଭାବରେ ପାଟଣା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ ସେ ସମୁଦାୟ ୯,୪୪୨ ଖଣ୍ଡ ଭୋଟ ପାଇ ବିଜୟୀ ହୋଇ ୩ୟ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ସେ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦୀ ଭାରତୀୟ ଜାତୀୟ କଂଗ୍ରେସର ପ୍ରାର୍ଥୀ ଲକ୍ଷ୍ମଣ ସୋରେନଙ୍କୁ ୧,୪୫୮ ଖଣ୍ଡ ଭୋଟରେ ପରାସ୍ତ କରିଥିଲେ । ଏହି ବିଧାନ ସଭାରେ ସେ ୧୯୬୧ ମସିହାରୁ ୧୯୬୭ ମସିହାଯାଏଁ କାର୍ଯ୍ୟ କରିଥିଲେ ।

୧୯୬୭ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ରାଜ ବଲ୍ଲଭ ମିଶ୍ର ଜନତା ପାର୍ଟିର ପ୍ରାର୍ଥୀ ଭାବରେ ରାମଚନ୍ଦ୍ରପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ ସେ ସମୁଦାୟ ୬,୯୯୨ ଖଣ୍ଡ ଭୋଟ ପାଇ ବିଜୟୀ ହୋଇ ୪ର୍ଥ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ସେ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦୀ ସ୍ୱାଧୀନ ପ୍ରାର୍ଥୀ ଚନ୍ଦ୍ରସେନ ନାଏକଙ୍କୁ ୪,୦୮୪ ଖଣ୍ଡ ଭୋଟରେ ପରାସ୍ତ କରିଥିଲେ । ଏହି ବିଧାନ ସଭାରେ ସେ ୧୯୬୭ ମସିହାରୁ ୧୯୭୧ ମସିହାଯାଏଁ କାର୍ଯ୍ୟ କରିଥିଲେ ।

ମୃତ୍ୟୁ ସମ୍ପାଦନା

ରାଜ ବଲ୍ଲଭ ମିଶ୍ର ୧୯୯୦ ମସିହାର ମଇ ମାସ ୨୧ ତାରିଖରେ ମୃତ୍ୟୁବରଣ କରିଥିଲେ ।[୧] ମୃତ୍ୟୁବେଳକୁ ତାଙ୍କୁ ୭୩ ବର୍ଷ ବୟସ ହୋଇଥିଲା ।

ଆଧାର ସମ୍ପାଦନା

  1. ୧.୦ ୧.୧ ୧.୨ ୧.୩ ୧.୪ ୧.୫ ୧.୬ ୧.୭ "Late Raj Ballabh Mishra". odishaassembly.nic.in. Odisha Assembly. Retrieved 27 July 2019.