ଲତିକା ପ୍ରଧାନ
ଲତିକା ପ୍ରଧାନ (ଜନ୍ମ: ୨୫ ଅପ୍ରେଲ ୧୯୭୫) ଜଣେ ଓଡ଼ିଆ ରାଜନୀତିଜ୍ଞା । ଲତିକା ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ ସକ୍ରିୟ ଅଛନ୍ତି । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରୁଛନ୍ତି । ୨୦୧୯ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ କବିସୂର୍ଯ୍ୟ ନଗର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୬ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]
ଲତିକା ପ୍ରଧାନ | |
---|---|
![]() | |
ବିଧାୟକ: ୧୬ଶ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୨୦୧୯ – ଏବେଯାଏଁ | |
ପୂର୍ବ ଅଧିକାରୀ | ଭି. ସୁଜ୍ଞାନ କୁମାରୀ ଦେଓ |
ନିର୍ବାଚନ ମଣ୍ଡଳୀ | କବିସୂର୍ଯ୍ୟ ନଗର |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ୨୫ ଅପ୍ରେଲ ୧୯୭୫ |
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ବିଜୁ ଜନତା ଦଳ |
ଜୀବନ ସାଥୀ | ଶକ୍ତିପ୍ରସାଦ ପ୍ରଧାନ |
ବାପା/ବୋଉ | ନିତ୍ୟାନନ୍ଦ ପ୍ରଧାନ (ବାପା) |
ବୃତ୍ତି | ରାଜନୀତିଜ୍ଞ |
ଜନ୍ମ, ପରିବାର ଓ ଶିକ୍ଷା ସମ୍ପାଦନ କରନ୍ତୁ
ଲତିକା ପ୍ରଧାନ ୧୯୭୫ ମସିହାର ଅପ୍ରେଲ ମାସ ୨୫ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ନିତ୍ୟାନନ୍ଦ ପ୍ରଧାନ ଏବଂ ପତିଙ୍କ ନାମ ଶକ୍ତିପ୍ରସାଦ ପ୍ରଧାନ ।[୧] ଲତିକାଙ୍କର ଶିକ୍ଷାଗତ ଯୋଗ୍ୟତା ବିଜ୍ଞାନରେ ସ୍ନାତକ ଏବଂ ପରେ ସେ ଓକିଲାତି ପଢ଼ିଥିଲେ ।[୧]
ରାଜନୈତିକ ଜୀବନ ସମ୍ପାଦନ କରନ୍ତୁ
ଲତିକା ପ୍ରଧାନ ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ ସକ୍ରିୟ ଅଛନ୍ତି । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ବର୍ତ୍ତମାନ କାର୍ଯ୍ୟ କରୁଛନ୍ତି ।[୧]
୨୦୧୯ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ଲତିକା ପ୍ରଧାନ ବିଜୁ ଜନତା ଦଳର ପ୍ରାର୍ଥୀ ଭାବରେ କବିସୂର୍ଯ୍ୟ ନଗର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ ସେ ବିଜୟୀ ହୋଇ ୧୬ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ଏହି ବିଧାନ ସଭାରେ ସେ ୨୦୧୯ ମସିହାରୁ ଏବେଯାଏଁ କାର୍ଯ୍ୟ କରି ଆସୁଛନ୍ତି ।
ଆଧାର ସମ୍ପାଦନ କରନ୍ତୁ
- ↑ ୧.୦ ୧.୧ ୧.୨ ୧.୩ "Smt. Latika Pradhan". odishaassembly.nic.in. Odisha Assembly. Retrieved 3 February 2020.