ଶବରପଲ୍ଲୀର ଶବର ରାଜା ବିଶ୍ୱାବସୁଙ୍କ କନ୍ୟା ଥିଲେ ଲଳିତା । ବିଦ୍ୟାପତିଙ୍କୁ ବିବାହ କରିଥିଲେ ।

କିମ୍ବଦନ୍ତୀ ସମ୍ପାଦନା

ସ୍କନ୍ଧ ପୁରାଣ, ବ୍ରହ୍ମ ପୁରାଣ ଓ ଅନ୍ୟ ପୁରାଣରେ ବର୍ଣ୍ଣିତ ତଥ୍ୟ ଅନୁସାରେ ଶ୍ରୀଜଗନ୍ନାଥ ପ୍ରକୃତରେ ନୀଳମାଧାବ ନାମରେ ବିଶ୍ୱାବସୁ ନାମକ ଜାଣେ ଶବର ରାଜାଙ୍କଦ୍ୱାରା ଜଙ୍ଗଲରେ ଗୋଟିଏ ଗୁମ୍ଫାରେ ଲୁକ୍କାୟିତ ଭାବେ ପୂଜା ପାଉଥିଲେ । ନୀଳ ମାଧବଙ୍କ ନାମ ଶୁଣିବା ପରେ, ଏହି ବିଷୟରେ ଖବର ପାଇ ରାଜା ଇନ୍ଦ୍ରଦ୍ୟୁମ୍ନ, ବିଦ୍ୟାପତି ନାମକ ଜଣେ ବ୍ରାହ୍ମଣଙ୍କୁ ଠାକୁରଙ୍କ ଅନୁସନ୍ଧାନ କରିବା ନିମନ୍ତେ ସେଠାକୁ ପଠାଇଥିଲେ । ବହୁ ଚେଷ୍ଟା ପରେ ମଧ୍ୟ ବିଦ୍ୟାପତି ଠାକୁରଙ୍କୁ ଠାବ କରିବାରେ ବିଫଳ ହୋଇଥିଲେ । କିଛି ଦିନ ସେଠାରେ ରହି ସେ ଶେଷରେ ବିଦ୍ୟାପତିଙ୍କ କନ୍ୟା ଲଳିତାଙ୍କୁ ବାହା ହୋଇଥିଲେ ଓ ନିଜ ଶ୍ୱଶୁର ବିଶ୍ୱାବସୁଙ୍କ ବିଶ୍ୱାସଭାଜନ ହୋଇଥିଲେ । [୧] ବିଶ୍ୱାବସୁ ଶେଷରେ ନିଜ ଜ୍ୱାଇଁଙ୍କ ଅନୁରୋଧ ରକ୍ଷାକରି, ବିଦ୍ୟାପତିଙ୍କ ଆଖିରେ ଅନ୍ଧପୁଟୁଳି ବାନ୍ଧି ନୀଳମାଧବ ପୂଜା ପାଉଥିବା ଜାଗାକୁ ନେଇ ଠାକୁରଙ୍କ ଦର୍ଶନ କରାଇଥିଲେ । କିନ୍ତୁ ଚତୁର ବ୍ରାହ୍ମଣ ବିଦ୍ୟାପତି ଉକ୍ତ ସ୍ଥାନର ପୁନଃ ଚିହ୍ନଟ କରିପାରିବା ନିମନ୍ତେ ସେଠାରେ ସୋରିଷ ମଞ୍ଜି ବୁଣିଦେଇ ଆସିଯାଇଥିଲେ ଯାହାକି ତାଙ୍କୁ ପରବର୍ତ୍ତୀ ସମୟରେ ଗୁମ୍ଫା ଭିତରକୁ ରାସ୍ତା ଚିହ୍ନାଇବାରେ ସାହାଯ୍ୟ କରିଥିଲା । ସେଠାରୁ ଫେରିବା ପରେ ସେ କଥା ରାଜା ଇନ୍ଦ୍ରଦ୍ୟୁମ୍ନଙ୍କୁ ଜଣାଇଥିଲେ । [୨] ବିଦ୍ୟାପତିଠାରୁ ଏ କଥା ଶୁଣି ରାଜା ଇନ୍ଦ୍ରଦ୍ୟୁମ୍ନ, ନୀଳମାଧବଙ୍କ ଦର୍ଶନ ନିମନ୍ତେ ଉତ୍କଳ ଦେଶକୁ ଯାଇଥିଲେ । ବିଦ୍ୟାପତିଙ୍କ ସହାୟତାରେ ନିଳକନ୍ଦରକୁ ଠାବ କରିବାରେ ସକ୍ଷମ ହୋଇଥିଲେ ।

ବଂଶଧର ସମ୍ପାଦନା

ପତି ମହାପାତ୍ର , ଶୂଦ୍ର ସୁଆର ଆଦି ବିଦ୍ୟାପତି ଓ ଲଳିତାଙ୍କ ବଂଶଧର ଅଟନ୍ତି । ଏମାନେ ସ୍ନାନ ପୂର୍ଣ୍ଣିମା ପରେ ଜଗନ୍ନାଥଙ୍କ ଦେହରେ ଲେପ ଲଗାଇବା ପାଇଁ ଚାଉଳର ଖଳି ରାନ୍ଧନ୍ତି ।ଖଳି ରାନ୍ଧିବା ଯୋଗୁଁ ଏମାନେ 'ସୁପକାର' ବା 'ସୁଆର' ଓ ବ୍ରାହ୍ମଣ ଔରଷରେ ଶବରୁଣୀ ଗର୍ଭରୁ ଜାତ ହୋଇ ଥିବାରୁ 'ଶୂଦ୍ର' ନାମରେ ଆଭିହିତ ।

ଅଧିକ ଦେଖନ୍ତୁ ସମ୍ପାଦନା

ଆଧାର ସମ୍ପାଦନା

  1. Mahesh Sharma (2005). Tales From The Puranas. Diamond Pocket Books (P) Ltd. pp. 55–. ISBN 978-81-288-1040-4.
  2. "ଇନ୍ଦ୍ରଦ୍ୟୁମ୍ନ". wikipedia. Retrieved 10 September 2015.