ଶଙ୍କର ଓରାମ
ଶଙ୍କର ଓରାମ (ଜନ୍ମ: ୩୧ ଅଗଷ୍ଟ ୧୯୬୯) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରଜନୀତିରେ ଭାରତୀୟ ଜନତା ପାର୍ଟିର କର୍ମକର୍ତ୍ତା ଭାବରେ ଦୁଇଥର କାର୍ଯ୍ୟ କରିଛନ୍ତି । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରୁଛନ୍ତି । ୨୦୦୦ ଓ ୨୦୧୯ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ରଘୁନାଥପାଲୀ ଓ ବୀରମିତ୍ରପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧୨ଶ ଓ ୧୬ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]
ଶଙ୍କର ଓରାମ | |
---|---|
ବିଧାୟକ: ୧୬ଶ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୨୦୧୯ – ୨୦୨୪ | |
ପୂର୍ବ ଅଧିକାରୀ | ଜର୍ଜ ତିର୍କୀ |
ପର ଅଧିକାରୀ | ରୋହିତ ଜୋଶେଫ ତିର୍କୀ |
ନିର୍ବାଚନ ମଣ୍ଡଳୀ | ବୀରମିତ୍ରପୁର |
ବିଧାୟକ: ୧୨ଶ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୨୦୦୦ – ୨୦୦୪ | |
ପୂର୍ବ ଅଧିକାରୀ | ମନସିଦ ଏକ୍କା |
ପର ଅଧିକାରୀ | ହଳୁ ମୁଣ୍ଡାରୀ |
ନିର୍ବାଚନ ମଣ୍ଡଳୀ | ରଘୁନାଥପାଲୀ |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ୩୧ ଅଗଷ୍ଟ ୧୯୬୯ |
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ଭାରତୀୟ ଜନତା ପାର୍ଟି |
ଜୀବନ ସାଥୀ | ଚାମରି ଓରାମ |
ବାପା/ବୋଉ | ମଙ୍ଗୁ ଓରାମ (ବାପା) |
ବୃତ୍ତି | ରାଜନୀତିଜ୍ଞ |
ଜନ୍ମ, ପରିବାର ଓ ଶିକ୍ଷା
ସମ୍ପାଦନାଶଙ୍କର ଓରାମ ୧୯୬୯ ମସିହାର ଅଗଷ୍ଟ ମାସ ୩୧ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ମଙ୍ଗୁ ଓରାମ ଓ ପତ୍ନୀଙ୍କ ନାମ ଚାମରି ଓରାମ ।[୨]
ରାଜନୈତିକ ଜୀବନ
ସମ୍ପାଦନାଶଙ୍କର ଓଡ଼ିଶା ରାଜନୀତିରେ ଭାରତୀୟ ଜନତା ପାର୍ଟିର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଛନ୍ତି । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରିଛନ୍ତି ।[୨]
୨୦୨୪ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ, ସେ ବିଜେପିର ପ୍ରାର୍ଥୀ ଭାବରେ ବୀରମିତ୍ରପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ, ସେ ସମୁଦାୟ ୭୭,୨୩୨ ଖଣ୍ଡ ଭୋଟ୍ ପାଇ ୨ୟ ସ୍ଥାନରେ ଥିଲେ ଏବଂ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦୀ ବିଜୁ ଜନତା ଦଳର ପାର୍ଥୀ ରୋହିତ ଜୋଶେଫ ତିର୍କୀଙ୍କ ଠାରୁ ୬,୮୮୪ ଖଣ୍ଡ ଭୋଟ୍ରେ ପରାସ୍ତ ହୋଇଥିଲେ ।[୩]
ଆଧାର
ସମ୍ପାଦନା- ↑ "LIST OF MEMBERS OF ODISHA LEGISLATIVE ASSEMBLY (1951–2004)" (PDF). ODISHA REFERENCE ANNUAL: 458. 2011. Archived from the original (PDF) on 2 October 2020. Retrieved 29 August 2020.
- ↑ ୨.୦ ୨.୧ "Shri Shankar Oram". odishaassembly.nic.in. Odisha Assembly. Retrieved 18 October 2020.
- ↑ "General Election to Assembly Constituencies 2024: Biramitrapur (Odisha)". Election Commission of India. Retrieved 3 July 2024.
ବାହାର ଆଧାର
ସମ୍ପାଦନା- ଉଇକିମିଡ଼ିଆ କମନ୍ସରେ Shankar Oram-ସମ୍ପର୍କିତ ମିଡ଼ିଆ