ଶଶି ଭୂଷଣ ବେହେରା
ଶଶି ଭୂଷଣ ବେହେରା (ଜନ୍ମ: ୧୨ ଫେବୃଆରୀ ୧୯୫୩) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଛନ୍ତି । ଶଶି ଭୂଷଣ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ତଥା ମନ୍ତ୍ରୀ ଭାବରେ କାର୍ଯ୍ୟ କରୁଛନ୍ତି । ୨୦୦୪, ୨୦୧୪ ଓ ୨୦୧୯ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ବାଲିପାଟଣା, ଜୟଦେବ ଏବଂ କେନ୍ଦ୍ରାପଡ଼ା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ସେ ୧୩ଶ ଓ ୧୫ଶ ଓ ୧୬ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]
ଶଶି ଭୂଷଣ ବେହେରା | |
---|---|
ବିଧାୟକ: ୧୩ଶ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୨୦୦୪ – ୨୦୦୯ | |
ପୂର୍ବ ଅଧିକାରୀ | ରାଘବ ଚନ୍ଦ୍ର ସେଠୀ |
ନିର୍ବାଚନ ମଣ୍ଡଳୀ | ବାଲିପାଟଣା |
ବିଧାୟକ: ୧୫ଶ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୨୦୧୪ – ୨୦୧୯ | |
ପୂର୍ବ ଅଧିକାରୀ | ଅରବିନ୍ଦ ଢାଲି |
ପର ଅଧିକାରୀ | ଅରବିନ୍ଦ ଢାଲି |
ନିର୍ବାଚନ ମଣ୍ଡଳୀ | ଜୟଦେବ |
ବିଧାୟକ: ୧୬ଶ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୨୦୧୯ – ଏବେଯାଏଁ | |
ପୂର୍ବ ଅଧିକାରୀ | କିଶୋର ଚନ୍ଦ୍ର ତରାଇ |
ନିର୍ବାଚନ ମଣ୍ଡଳୀ | କେନ୍ଦ୍ରାପଡ଼ା |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ୧୨ ଫେବୃଆରୀ ୧୯୫୩ |
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ବିଜୁ ଜନତା ଦଳ |
ଜୀବନ ସାଥୀ | ସୁପ୍ରଭା କୁମାରୀ ମହାନ୍ତି |
ବାପା/ବୋଉ | ମଧୁସୂଦନ ବେହେରା (ବାପା) |
ବୃତ୍ତି | ରାଜନୀତିଜ୍ଞ |
ଜନ୍ମ, ପରିବାର ଓ ଶିକ୍ଷା
ସମ୍ପାଦନାଶଶି ଭୂଷଣ ବେହେରା ୧୯୫୩ ମସିହାର ଫେବୃଆରୀ ମାସ ୧୨ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ମଧୁସୂଦନ ବେହେରା ଏବଂ ପତ୍ନୀଙ୍କ ନାମ ସୁପ୍ରଭା କୁମାରୀ ମହାନ୍ତି ।[୧] ଶଶି ଭୂଷଣଙ୍କର ଶିକ୍ଷାଗତ ଯୋଗ୍ୟତା କଳାରେ ସ୍ନାତକ ।[୧]
ରାଜନୈତିକ ଜୀବନ
ସମ୍ପାଦନାଶଶି ଭୂଷଣ ବେହେରା ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଛନ୍ତି । ସେ ଓଡ଼ିଶା ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ତଥା ମନ୍ତ୍ରୀ ଭାବରେ କାର୍ଯ୍ୟ କରୁଛନ୍ତି ।[୧]
ଆଧାର
ସମ୍ପାଦନା- ↑ ୧.୦ ୧.୧ ୧.୨ ୧.୩ "Shri Shashi Bhusan Behera". odishaassembly.nic.in. Odisha Assembly. Retrieved 28 December 2019.