ସଞ୍ଜୀବ କୁମାର ସାହୁ
ସଞ୍ଜୀବ କୁମାର ସାହୁ (ଜନ୍ମ: ୨ ମଇ ୧୯୬୦) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଛନ୍ତି । ସଞ୍ଜୀବ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଚାରିଥର କାର୍ଯ୍ୟ କରିଛନ୍ତି । ୨୦୦୩ ମସିହାରେ ବୀରମହାରାଜପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରେ ହୋଇଥିବା ଉପ ନିର୍ବାଚନରେ ସେ ୧୨ଶ ଓ ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ଏହାପରେ ୨୦୦୪, ୨୦୦୯ ଓ ୨୦୧୪ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ବୀରମହାରାଜପୁର ଓ ଆଠମଲ୍ଲିକ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧୩ଶ, ୧୪ଶ ଓ ୧୫ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ସଞ୍ଜୀବ କୁମାର ସାହୁ | |
---|---|
ବିଧାୟକ: ୧୪ଶ, ୧୫ଶ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୨୦୦୯ – ୨୦୧୯ | |
ପୂର୍ବ ଅଧିକାରୀ | ନଗେନ୍ଦ୍ର କୁମାର ପ୍ରଧାନ |
ପର ଅଧିକାରୀ | ରମେଶ ଚନ୍ଦ୍ର ସାଇ |
ନିର୍ବାଚନ ମଣ୍ଡଳୀ | ଆଠମଲ୍ଲିକ |
ବିଧାୟକ: ୧୨ଶ (ଉପ), ୧୩ଶ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୨୯ ସେପ୍ଟେମ୍ବର ୨୦୦୩ – ୨୦୦୯ | |
ପୂର୍ବ ଅଧିକାରୀ | ରାମଚନ୍ଦ୍ର ପ୍ରଧାନ |
ପର ଅଧିକାରୀ | ପଦ୍ମନାଭ ବେହେରା |
ନିର୍ବାଚନ ମଣ୍ଡଳୀ | ବୀରମହାରାଜପୁର |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ୨ ମଇ ୧୯୬୦ |
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ଭାରତୀୟ ଜନତା ପାର୍ଟି (୨୦୨୧ - ଏବେଯାଏଁ) |
ଅନ୍ୟାନ୍ୟ ରାଜନୀତିକ ସମ୍ବନ୍ଧ | ବିଜୁ ଜନତା ଦଳ ( - ୨୦୨୧) |
ଜୀବନ ସାଥୀ | ଉଷାରାଣୀ ସାହୁ |
ବାପା/ବୋଉ | ଦଶରଥ ସାହୁ (ବାପା) |
ବୃତ୍ତି | ରାଜନୀତିଜ୍ଞ |
ଜନ୍ମ, ପରିବାର ଓ ଶିକ୍ଷା
ସମ୍ପାଦନାସଞ୍ଜୀବ କୁମାର ସାହୁ ୧୯୬୦ ମସିହାର ମଇ ମାସ ୨ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ଦଶରଥ ସାହୁ ଓ ପତ୍ନୀଙ୍କ ନାମ ଉଷାରାଣୀ ସାହୁ । ତାଙ୍କର ଶିକ୍ଷାଗତ ଯୋଗ୍ୟତା କଳାରେ ସ୍ନାତକ ।[୧]
ରାଜନୈତିକ ଜୀବନ
ସମ୍ପାଦନାସଞ୍ଜୀବ ଓଡ଼ିଶା ରାଜନୀତିରେ ଭାରତୀୟ ଜନତା ପାର୍ଟିର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଛନ୍ତି । ପୂର୍ବରୁ, ସେ ବିଜୁ ଜନତା ଦଳର କର୍ମୀ ଭାବରେ କାର୍ଯ୍ୟ କରୁଥିଲେ ଏବଂ ୨୦୨୧ ମସିହାରେ, ଦଳ ଛାଡ଼ିଥିଲେ ।[୨] ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଚାରିଥର କାର୍ଯ୍ୟ କରିଛନ୍ତି ।[୧]
୨୦୨୪ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ, ସେ ବିଜେପିର ପ୍ରାର୍ଥୀ ଭାବରେ ଆଠମଲ୍ଲିକ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ, ସେ ସମୁଦାୟ ୯୩,୯୫୭ ଖଣ୍ଡ ଭୋଟ୍ ପାଇ ୨ୟ ସ୍ଥାନରେ ଥିଲେ ଏବଂ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦୀ ବିଜୁ ଜନତା ଦଳର ପାର୍ଥୀ ନଳିନୀକାନ୍ତ ପ୍ରଧାନଙ୍କଠାରୁ ୧୬,୧୫୩ ଖଣ୍ଡ ଭୋଟ୍ରେ ପରାସ୍ତ ହୋଇଥିଲେ ।[୩]
ବିଧାନ ସଭା ସଭ୍ୟ ବିବରଣୀ
ସମ୍ପାଦନାଆରମ୍ଭ | ଶେଷ | ପଦବୀ | ନିର୍ବାଚନ ମଣ୍ଡଳୀ | ଦଳ |
---|---|---|---|---|
୨୯ ସେପ୍ଟେମ୍ବର ୨୦୦୩ | ୨୦୦୪ | ସଭ୍ୟ, ୧୨ଶ ଓଡ଼ିଶା ବିଧାନ ସଭା | ବୀରମହାରାଜପୁର | ବିଜୁ ଜନତା ଦଳ |
୨୦୦୪ | ୨୦୦୯ | ସଭ୍ୟ, ୧୩ଶ ଓଡ଼ିଶା ବିଧାନ ସଭା | ||
୨୦୦୯ | ୨୦୧୪ | ସଭ୍ୟ, ୧୪ଶ ଓଡ଼ିଶା ବିଧାନ ସଭା | ଆଠମଲ୍ଲିକ | |
୨୦୧୪ | ୨୦୧୯ | ସଭ୍ୟ, ୧୫ଶ ଓଡ଼ିଶା ବିଧାନ ସଭା |
ଆଧାର
ସମ୍ପାଦନା- ↑ ୧.୦ ୧.୧ "Shri Sanjeeb Kumar Sahoo". odishaassembly.nic.in. Odisha Assembly. Retrieved 7 July 2020.
- ↑ "ବିଜେଡିରୁ ଇସ୍ତଫା ଦେଲେ ବରିଷ୍ଠ ନେତା ସଂଜୀବ ସାହୁ - Samaja Live" (in ଆମେରିକୀୟ ଇଂରାଜୀ). 2021-11-03. Retrieved 2024-07-03.
- ↑ "General Election to Assembly Constituencies 2024: Athamallik (Odisha)". Election Commission of India. Retrieved 3 July 2024.