ସନାତନ ମହାକୁଡ଼
ଓଡ଼ିଆ ରାଜନୀତିଜ୍ଞ
ସନାତନ ମହାକୁଡ଼ ଜଣେ ଓଡ଼ିଆ ରାଜନୀତିଜ୍ଞ । ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ସେ କାର୍ଯ୍ୟ କରିଛନ୍ତି । ୨୦୧୪ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଚମ୍ପୁଆ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୫ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]
ସନାତନ ମହାକୁଡ଼ | |
---|---|
ବିଧାୟକ: ୧୫ଶ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୨୦୧୪ – ୨୦୧୯ | |
ପୂର୍ବ ଅଧିକାରୀ | ଜିତୁ ପଟ୍ଟନାୟକ |
ନିର୍ବାଚନ ମଣ୍ଡଳୀ | ଚମ୍ପୁଆ |
ବ୍ୟକ୍ତିଗତ ସବିଶେଷ | |
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ସ୍ୱାଧୀନ |
ବୃତ୍ତି | ରାଜନୀତିଜ୍ଞ |
ରାଜନୈତିକ ଜୀବନ
ସମ୍ପାଦନା୨୦୧୪ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ସନାତନ ସ୍ୱାଧୀନ ପ୍ରାର୍ଥୀ ଭାବରେ ଚମ୍ପୁଆ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ ସେ ସମୁଦାୟ ୬୯,୬୩୫ ଖଣ୍ଡ ଭୋଟ ପାଇ ବିଜୟୀ ହୋଇ ୧୫ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୨] ସେ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦୀ ସ୍ୱାଧୀନ ପ୍ରାର୍ଥୀ କୁଶ ଅପାତଙ୍କୁ ୧୪୬୭୮ ଖଣ୍ଡ ଭୋଟରେ ପରାସ୍ତ କରିଥିଲେ ।[୨] ଏହି ବିଧାନ ସଭାରେ ସେ ୨୦୧୪ ମସିହାରୁ ୨୦୧୯ ମସିହାଯାଏଁ କାର୍ଯ୍ୟ କରିଥିଲେ ।
ଆଧାର
ସମ୍ପାଦନା- ↑ "Shri Sanatan Mahakud". odishaassembly.nic.in. Odisha Assembly. Retrieved 7 August 2019.
- ↑ ୨.୦ ୨.୧ "Orissa 2014". Election Commission of India (in Indian English). Retrieved 2019-06-27.