ସପ୍ତପୁରୀ ଅମାବାସ୍ୟା

ଭାଦ୍ରବ ମାସର ଅମାବାସ୍ୟାକୁ ସପ୍ତପୁରୀ ଅମାବାସ୍ୟା ବା କୁଶଗ୍ରହଣୀ ଅମାବାସ୍ୟା ନାମରେ ପାଳନ କରାଯାଏ । ଏହି ଅମାବାସ୍ୟା ତିଥିରେ ଓଡ଼ିଆ ଜାତିର ଆରାଧ୍ୟ ଭଗବାନ ଜଗନ୍ନାଥଙ୍କଠାରେ ସପ୍ତପୁରୀ ଭୋଗ ଲାଗିଥାଏ ।[୧] ଶ୍ରୀଜୀଉଙ୍କର ଏହିଦିନ ବିଶେଷ ପୂଜାନୀତି ଅନୁଷ୍ଠିତ ହେବା ସହ ସେବାୟତଙ୍କଦ୍ୱାରା ଏକ ବଡ଼ ସପ୍ତପୁରୀ (ସାତପୁରୀ) ପ୍ରସ୍ତୁତ କରାଯାଇ ଠାକୁରଙ୍କଠାରେ ଭୋଗଲାଗି ହୋଇଥାଏ । ଏହାକୁ ସପ୍ତପୁରୀ ତାଡ଼ ମଧ୍ୟ କୁହାଯାଇଥାଏ ।

ସପ୍ତପୁରୀ ଅମାବାସ୍ୟା
Satapuri Pitha.jpg
ସାତପୁରୀ
ଅନ୍ୟ ନାମକୁଶଗ୍ରହଣି ଅମାବାସ୍ୟା, କୁଶୋତ୍ପାଟିନୀ ଅମାବାସ୍ୟା
ପର୍ବ ପାଳନପୂଜା
ତାରିଖଭାଦ୍ରବ ଅମାବାସ୍ୟା
୨୦୨୩ ତାରିଖdate missing (please add)

ଅଠର ନଳା ନିକଟରେ ଅବସ୍ଥିତ ଅଲାମଚଣ୍ଡୀ ମନ୍ଦିରରୁ ସପ୍ତପୁରୀ ଅମାବାସ୍ୟାରେ ସପ୍ତପୁରୀ ଭୋଗ ପାଇଁ ଆବଶ୍ୟକ ତାଡ଼ ଶ୍ରୀମନ୍ଦିରକୁ ଯାଇଥାଏ । ଭାଦ୍ରବ କୃଷ୍ଣ ଚତୁର୍ଦ୍ଦଶୀ ଦିନ କୁମ୍ଭାର ବିଶୋଇମାନେ ମୁହଁରେ ବାଘମୁହାଁ ବାନ୍ଧି ସାତପୁରୀ ତାଡ଼କୁ ମୁଣ୍ଡରେ ମୁଣ୍ଡାଇ ଘଣ୍ଟ,ଛତା,କାହାଳୀ ସହ ସିଂହଦ୍ୱାର ଦେଇ ଘେନାଣ ନିମନ୍ତେ ଦ୍ୱିପ୍ରହର ଧୂପପରେ ଅଲାମଚଣ୍ଡୀ ମନ୍ଦିରରୁ ଶ୍ରୀମନ୍ଦିରକୁ ସପ୍ତପୁରୀ ପୂଜା ପାଇଁ ନେଇଥାନ୍ତି ।

ସପ୍ତପୁରୀ ତାଡ଼ ବିଜେ ପଟୁଆରର ଚିତ୍ର

ହିନ୍ଦୁଧର୍ମର ପରମ୍ପରାରେ ଅନେକ ପ୍ରକାର ପୂଜାକାର୍ଯ୍ୟରେ କୁଶ (ଏକ ବିଶେଷ ପ୍ରକାରର ଘାସ, ଯାହାର ଉପଯୋଗ କେବଳ ଧାର୍ମିକ କାର୍ଯ୍ୟରେ କରାଯାଇଥାଏ) କରାଯାଇଥାଏ । ପ୍ରତ୍ୟେକ ଗୃହସ୍ଥ ଏହି ଅମାବାସ୍ୟା ଦିନ କୁଶଗୁଡ଼ିକୁ ସଂଗ୍ରହ କରିଥାନ୍ତି । ସୂର୍ଯ୍ୟ ଉଦୟ ସମୟରେ ଉତ୍ତର କିମ୍ବା ପୂର୍ବାଭିମୁଖି ହୋଇ କୁଶ ହାତରୁ ବାହାର କରାଯାଇଥାଏ । ବର୍ଷତମାମ କରାଯାଇଥିବା ପୂଜା ଏବଂ ଧାର୍ମିକ କାର୍ଯ୍ୟରେ ଉପଯୋଗ ହୋଇଥିବା ଶାସ୍ତ୍ରରେ ଦଶ ପ୍ରକାରର କୁଶ ବିଷୟରେ ବର୍ଣ୍ଣନା କରାଯାଇଛି । “ କୁଶାଃ କାଶ ଯବା ଦୁର୍ବା ଉଶୀରଚ୍ଛ ସକୁନ୍ଦକାଃ । ଗୋଧୂମା ବ୍ରାହ୍ମୟୋ ମୌନ୍‌ଜା ଦଶ ଦର୍ଭାଃ ସବଲ୍ୱଜାଃ” ଅମାବାସ୍ୟା ତିଥିର ସ୍ୱାମୀ ବା ଉପାସିତା ଦେବତା ହେଉଛନ୍ତି ପିତୃଦେବ । ସେଥିପାଇଁ ପିତୃଦେବଙ୍କ ତୃପ୍ତି ନିମନ୍ତେ ଏହି ଦିନ ତର୍ପଣ, ଦାନପୂଣ୍ୟ ଆଦି କରାଯାଏ । ଅମାବାସ୍ୟା ଦିନ ସୋମବାର, ମଙ୍ଗଳବାର ଏବଂ ଗୁରୁବାର ହୋଇଥିଲେ ତଥା ଅନୁରାଧା, ବିଶାଖା ଏବଂ ସ୍ୱାତୀ ନକ୍ଷତ୍ର ଯୋଗ ସୃଷ୍ଟି ହୋଇଥିଲେ, ଏହାକୁ ଅତ୍ୟନ୍ତ ପବିତ୍ର ତିଥି ଭାବେ ଗ୍ରହଣ କରାଯାଇଥାଏ । ଏହାକୁ ଦୃଷ୍ଟିରେ ରଖି କୁଶାଗ୍ରହଣୀ ଅମାବାସ୍ୟା ଦିନ ତୀର୍ଥ, ସ୍ନାନ, ଜପ, ତପ ଏବଂ ବ୍ରତ କରିବାଦ୍ୱାରା ପାପ ଦୂର ହୋଇ ପୂଣ୍ୟ ବଳରେ ଋଣ ଆଦି ପୀଡ଼ାରୁ ମୁକ୍ତି ପ୍ରାପ୍ତ ହୁଏ । ସଂଯମ, ସାଧନା ଏବଂ ତପ ନିମନ୍ତେ ଏହା ଶ୍ରେଷ୍ଠ ଦିନ ବୋଲି ବିଶ୍ୱାସ କରାଯାଏ । ଏହି ବ୍ରତ ବର୍ଷକୁ ଥରେ ଏହିଦିନ କରାଯାଇଥାଏ । ଯଦ୍ୱାରା ମାନସିକ ଶାନ୍ତି ପ୍ରାପ୍ତ ହୁଏ । [୨]

ଆଧାରସମ୍ପାଦନ କରନ୍ତୁ

  1. J C Manti (22 August 2014). The Saga of Jagannatha and Badadeula at Puri (: Story of Lord Jagannatha and his Temple). Vij Books India Pvt Ltd. pp. 243–. ISBN 978-93-82652-45-8.
  2. ପୃଷ୍ଠା-୨ଦିନଲିପି,୧୨.୯.୧୫