ସମାଜ (ଖବରକାଗଜ)

ଓଡ଼ିଆ ଖବରକାଗଜ

ସମାଜ ଓଡ଼ିଶାର ଏକ ଦୈନିକ ଓଡ଼ିଆ ଖବରକାଗଜ । ଏହା ଉତ୍କଳମଣି ଗୋପବନ୍ଧୁ ଦାସଙ୍କଦ୍ୱାରା ୧୯୧୯ ମସିହା ଅକ୍ଟୋବର ୪ ତାରିଖ ସତ୍ୟବାଦୀ ବନବିଦ୍ୟାଳୟର ଗୁପ୍ତବୃନ୍ଦାବନ ନାମରେ କଥିତ ଛୁରିଅନା ବକୁଳବନରୁ ଗୋପବନ୍ଧୁ ଦାସଙ୍କ ସମ୍ପାଦକତାରେ ପ୍ରଥମେ ପ୍ରକାଶ ପାଇଥିଲା ।[୧] ଏହାର ପାଠକ ସଂଖ୍ୟା ପ୍ରାୟ ୧୬ ଲକ୍ଷ ଏବଂ ଦୈନିକ ପ୍ରାୟ ୩ ଲକ୍ଷ ଛପା କପି ପ୍ରକାଶ କରାଯାଏ । ଅଧୁନା ସମାଜ ଏକ ସଙ୍ଗେ କଟକ, ବାଲେଶ୍ୱର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ୱର, ବିଶାଖାପାଟଣା, କଲିକତାସମ୍ବଲପୁରରୁ ପ୍ରକାଶିତ ହେଉଅଛି । ସମାଜ ଏବେ ଲୋକ ସେବକ ମଣ୍ଡଳଦ୍ୱାରା ପରିଚାଳିତ ହେଉଛି । ସୁଶାନ୍ତ କୁମାର ମହାନ୍ତି ଏବେ ସମାଜର କାର୍ଯ୍ୟକାରୀ ସମ୍ପାଦକ[୨] ଏବଂ ନିରଞ୍ଜନ ରଥ ପ୍ରକାଶକ ଭାବେ କାର୍ଯ୍ୟ ନିର୍ବାହ କରୁଛନ୍ତି ।[୩]

ସମାଜ
Samaja logo gif.gif
Owner(s)ଲୋକ ସେବକ ମଣ୍ଡଳ
Founder(s)ଉତ୍କଳମଣି ଗୋପବନ୍ଧୁ ଦାସ
Publisherନିରଞ୍ଜନ ରଥ
Editorସୁଶାନ୍ତ କୁମାର ମହାନ୍ତି
Founded୧୯୧୯ ଅକ୍ଟୋବର ୪
Languageଓଡ଼ିଆ
Headquartersକଟକ
Circulation୩,୦୦,୦୦୦
Sister newspapersସମାଜ ସାପ୍ତାହିକ
WebsiteOfficial website
Free online archivessamajaepaper.in
କଟକରେ ଥିବା ସମାଜ କାର୍ଯ୍ୟାଳୟ

ଇତିହାସସମ୍ପାଦନ କରନ୍ତୁ

ସମାଜର ପ୍ରତିଷ୍ଠାତା ଉତ୍କଳମଣି ଗୋପବନ୍ଧୁ ଦାସ ଜଣେ ସ୍ୱାଧୀନତା ସଂଗ୍ରାମୀ ଏବଂ ସମାଜ ସଂସ୍କାରକ ଥିଲେ । [୪]ସମାଜ ସଂସ୍କାର କାର୍ଯ୍ୟ କରିବା ପାଇଁ ସେ ସାମ୍ବାଦିକତାକୁ ବୃତି ହିସାବରେ ଗ୍ରହଣ କରିଥିଲେ । ପ୍ରଥମେ ସେ 'ସତ୍ୟବାଦୀ' ନାମରେ ଗୋଟିଏ ମାସିକ ପତ୍ରିକା ପ୍ରକାଶ କରୁଥିଲେ । ୧୯୧୯ ମସିହା ଅକ୍ଟୋବର ୧୦ ତାରିଖ ବିଜୟା ଦଶମୀ ଅବସରରେ ସେ ସମାଜ ଖବରକାଗଜର ପ୍ରକାଶନ ଆରମ୍ଭ କରିଥିଲେ । ସମାଜ ପ୍ରଥମେ ଏକେ ସାପ୍ତାହିକ ଖବରକାଗଜ ରୂପେ ପ୍ରକାଶ ପାଉଥିଲା ଏବଂ କାଳକ୍ରମେ ଏହା ଦୈନିକ ପ୍ରକାଶ ପାଇବାକୁ ଲାଗିଲା | [୫] ନିଜେ ଉତ୍କଳମଣି ଗୋପବନ୍ଧୁ ଦାସ ଏହାର ପ୍ରଥମ ସମ୍ପାଦକ ଥିଲେ । ଆଚାର୍ଯ୍ୟ ହରିହର, ପଣ୍ଡିତ ନୀଳକଣ୍ଠ ଦାସ ଆଦିଙ୍କ ସହଯୋଗରେ ଗୋପବନ୍ଧୁ ଦାସ ତତ୍କାଳୀନ ଇଁରେଜ ଶାସକଙ୍କ ବିରୁଦ୍ଧରେ ସମାଜରେ ଲେଖୁଥିଲେ ଏବଂ ଏଥି ପାଇଁ ତାଙ୍କୁ କାରାବରଣ କରିବାକୁ ପଡ଼ିଥିଲା । ୧୯୨୮ ମସିହାରେ ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ତିରୋଧାନ ପୁର୍ବରୁ ସମାଜକୁ ଲାଲା ଲାଜପତ ରାୟଙ୍କଦ୍ୱାରା ପ୍ରତିଷ୍ଟିତ ଲୋକ ସେବକ ମଣ୍ଡଳକୁ ହସ୍ତାନ୍ତର କରାଯାଇଥିଲା । ସେବେଠାରୁ ଲୋକ ସେବକ ମଣ୍ଡଳ ସମାଜର ପରିଚାଳନା କରିଆସୁଛି ।[୬] ୧୯୨୮ ମସିହାରେ ଗୋପବନ୍ଧୁ ଦାସଙ୍କ ତିରୋଧାନ ପରେ, ପଣ୍ଡିତ ଲିଂଗରାଜ ମିଶ୍ର, ସମାଜର ସମ୍ପାଦକ ନିଯୁକ୍ତ ହୋଇଥିଲେ । ୧୯୩୦ ମସିହାରୁ ସମାଜ ଏକ ଦୈନିକ ସମ୍ବାଦପତ୍ର ରୁପେ ପ୍ରକାଶ ପାଇବାକୁ ଲାଗିଲା । ୧୯୪୬ ମସିହାରେ ପଣ୍ଡିତ ଲିଂଗରାଜ ମିଶ୍ରଙ୍କୁ ଓଡ଼ିଶାର ଶିକ୍ଷାମନ୍ତ୍ରୀ ନିଯୁକ୍ତ କରାଗଲା ଓ ରାଧାନାଥ ରଥ, ସମାଜର ସମ୍ପାଦନାର ଦାୟିତ୍ୱ ନେଲେ । ୧୯୫୨ ମସିହାରୁ ୧୯୬୧ ମସିହା ପର୍ଯ୍ୟନ୍ତ, ରାଧାନାଥ ରଥ ସକ୍ରିୟ ରାଜନୀତିରେ ଭାଗନେଇ ସମାଜର ସମ୍ପାଦନାରୁ ଦୁରେଇ ରହିଥିଲେ ଓ ୧୯୬୧ ମସିହାରେ ସମାଜର ସମ୍ପାଦନାକୁ ପୁନଶ୍ଚ ପ୍ରତ୍ୟାବର୍ତ୍ତନ କରିଥିଲେ । ରାଧାନାଥ ରଥଙ୍କ ପରେ ମନୋରମା ମହାପାତ୍ର, ସମାଜର ସମ୍ପାଦକ ଦାୟିତ୍ୱରେ ରହିଥିଲେ ।

ସାମାଜିକ କାର୍ଯ୍ୟ ଓ ସମ୍ମାନସମ୍ପାଦନ କରନ୍ତୁ

ସମାଜ କ୍ରମେ ନିଜକୁ ଏକ ଖବରକାଗଜରୁ ଏକ ସାମାଜିକ ଅନୁଷ୍ଠାନରେ ପରିବର୍ତିତ କରିସାରିଛି । ଏକ ସ୍ୱାଧୀନତା ପରବର୍ତି ସମୟରେ ଏହା ସମାଜ ସଂସ୍କାର ତଥା ଦେଶ ଗଠନ ଦିଗରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରି ଆସିଛି । ସମାଜର ଏହି ଗଠନ ମୁଳକ କାର୍ଯ୍ୟ ପାଇଁ ୨୦୦୭ ମସିହାରେ ଏହାକୁ 'ଆଇ.ଏଲ୍.ଏନ୍.ଏ' ସର୍ବୋତ୍କୃଷ୍ଟ ଜାତିୟବାଦି ଖବରକାଗଜ ଭାବରେ ସମ୍ମାନିତ କରାଯାଇଛି । [୭]ଏହା ବ୍ୟତିତ ସମାଜର ରିଲିଫ କମିଟି ମଧ୍ୟ ଖୁବ ଉଚ୍ଚକୋଟିର ସମାଜ ସେବା କାର୍ଯ୍ୟ କରିଆସିଛି ।

ଆଧାରସମ୍ପାଦନ କରନ୍ତୁ

  1. "ସମାଜର ଆତ୍ମଲିପି". ସମାଜ. ୧୦ ଅକ୍ଟୋବର ୨୦୧୪. Retrieved ୧୦ ଅକ୍ଟୋବର ୨୦୧୪. {{cite news}}: Check date values in: |accessdate= and |date= (help)
  2. "ସୁଶାନ୍ତ କୁମାର ମହାନ୍ତି 'ସମାଜ'ର କାର୍ଯ୍ୟକାରୀ ସମ୍ପାଦକ". No. ସମାଜ ୦୭/୦୧/୨୦୨୦ପୃଷ୍ଠା ୩. ସମାଜ. Retrieved 7 January 2020.
  3. ସମାଜର ୱେବସାଇଟ
  4. Shreeram Chandra Dash (1976). Gopabandhu Das. National Book Trust, India. p. 17. Retrieved 20 June 2012.
  5. Durgācaraṇa Kuam̐ra (1 January 2000). Utkalmani Gopabandhu Das. Sahitya Akademi. p. 20. ISBN 978-81-260-1101-8. Retrieved 20 June 2012.
  6. http://www.servantspeople.org/
  7. http://www.allaboutnewspapers.com/oct07/news40.htm

ବାହାର ଲିଙ୍କସମ୍ପାଦନ କରନ୍ତୁ