ସୀତାକାନ୍ତ ମହାପାତ୍ର (ରାଜନେତା)

ଓଡ଼ିଆ ରାଜନୀତିଜ୍ଞ

ସୀତାକାନ୍ତ ମହାପାତ୍ର (ଜନ୍ମ: ୨୩ ଅକ୍ଟୋବର ୧୯୪୩) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ତିନି ଥର କାର୍ଯ୍ୟ କରିଛନ୍ତି । ୧୯୮୦, ୧୯୮୫ ଓ ୨୦୦୪ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ବଡ଼ଚଣା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୮ମ, ୯ମ୧୩ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ସୀତାକାନ୍ତ ମହାପାତ୍ର
Sitakanta Mohapatra.jpg
ବିଧାୟକ: ୧୩ଶ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୨୦୦୪ – ୨୦୦୯
ପୂର୍ବ ଅଧିକାରୀଅମର ପ୍ରସାଦ ଶତପଥୀ
ପର ଅଧିକାରୀଅମର ପ୍ରସାଦ ଶପତଥୀ
ନିର୍ବାଚନ ମଣ୍ଡଳୀବଡ଼ଚଣା
ବିଧାୟକ: ୮ମ, ୯ମ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୮୦ – ୧୯୯୦
ପୂର୍ବ ଅଧିକାରୀମାନଗୋବିନ୍ଦ ସାମଲ
ପର ଅଧିକାରୀଅମର ପ୍ରସାଦ ଶପତଥୀ
ନିର୍ବାଚନ ମଣ୍ଡଳୀବଡ଼ଚଣା
ବ୍ୟକ୍ତିଗତ ସବିଶେଷ
ଜନ୍ମ (1943-10-23) ୨୩ ଅକ୍ଟୋବର ୧୯୪୩ (ବୟସ ୭୯)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଭାରତୀୟ ଜାତୀୟ କଂଗ୍ରେସ
ଅନ୍ୟାନ୍ୟ ରାଜନୀତିକ
ସମ୍ବନ୍ଧ
କଂଗ୍ରେସ (ଇ)
ଜୀବନ ସାଥୀବାସନ୍ତି ମହାପାତ୍ର
ବାପା/ବୋଉବାସୁଦେବ ମହାପାତ୍ର (ବାପା)
ବୃତ୍ତିରାଜନୀତିଜ୍ଞ

ଜନ୍ମ, ପରିବାର ଓ ଶିକ୍ଷାସମ୍ପାଦନ କରନ୍ତୁ

ସୀତାକାନ୍ତ ମହାପାତ୍ର ୧୯୪୩ ମସିହାର ଅକ୍ଟୋବର ୨୩ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ବାସୁଦେବ ମହାପାତ୍ର ଓ ପତ୍ନୀଙ୍କ ନାମ ବାସନ୍ତି ମହାପାତ୍ର ।[୧]

ରାଜନୈତିକ ଜୀବନସମ୍ପାଦନ କରନ୍ତୁ

ସୀତାକାନ୍ତ ମହାପାତ୍ର ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମୀ ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ତିନି ଥର କାର୍ଯ୍ୟ କରିଛନ୍ତି ।[୧] ୭ ଡିସେମ୍ବର ୧୯୮୯ରୁ ୩ ମାର୍ଚ୍ଚ ୧୯୯୦ ପର୍ଯ୍ୟନ୍ତ ସେ ଓଡ଼ିଶା ବିଧାନ ସଭାରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ ।

ବିଧାନ ସଭା ସଭ୍ୟ ବିବରଣୀସମ୍ପାଦନ କରନ୍ତୁ

ଆରମ୍ଭ ଶେଷ ପଦବୀ ନିର୍ବାଚନ ମଣ୍ଡଳୀ ଦଳ
୧୯୮୦ ୧୯୮୫ ସଭ୍ୟ, ୮ମ ଓଡ଼ିଶା ବିଧାନ ସଭା ବଡ଼ଚଣା କଂଗ୍ରେସ (ଇ)
୧୯୮୫ ୧୯୯୦ ସଭ୍ୟ, ୯ମ ଓଡ଼ିଶା ବିଧାନ ସଭା ବଡ଼ଚଣା ଭାରତୀୟ ଜାତୀୟ କଂଗ୍ରେସ
୨୦୦୪ ୨୦୦୯ ସଭ୍ୟ, ୧୩ଶ ଓଡ଼ିଶା ବିଧାନ ସଭା ବଡ଼ଚଣା ଭାରତୀୟ ଜାତୀୟ କଂଗ୍ରେସ

ଆଧାରସମ୍ପାଦନ କରନ୍ତୁ

  1. ୧.୦ ୧.୧ "Shri Sitakanta Mohapatra". odishaassembly.nic.in. Odisha Assembly. Retrieved 4 August 2022.