ସୀତାକାନ୍ତ ମିଶ୍ର

ଓଡ଼ିଆ ରାଜନୀତିଜ୍ଞ

ସୀତାକାନ୍ତ ମିଶ୍ର (ଜନ୍ମ: ୧୮ ମଇ ୧୯୬୧) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ । ସୀତାକାନ୍ତ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି । ୧୯୯୫ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ନୟାଗଡ଼ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୧ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]

ସୀତାକାନ୍ତ ମିଶ୍ର
ବିଧାୟକ: ୧୧ଶ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୯୫ – ୨୦୦୦
ପୂର୍ବ ଅଧିକାରୀକୃଷ୍ଣ ଚନ୍ଦ୍ର ସିଂହ ମାନ୍ଧାତା
ପର ଅଧିକାରୀଭାଗବତ ବେହେରା
ନିର୍ବାଚନ ମଣ୍ଡଳୀନୟାଗଡ଼
ବ୍ୟକ୍ତିଗତ ସବିଶେଷ
ଜନ୍ମ (1961-05-18) ୧୮ ମଇ ୧୯୬୧ (ବୟସ ୬୨)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଭାରତୀୟ ଜାତୀୟ କଂଗ୍ରେସ
ଜୀବନ ସାଥୀଉର୍ମିଳା ମିଶ୍ର
ବାପା/ବୋଉନରସିଂହ ମିଶ୍ର (ବାପା)
ବୃତ୍ତିରାଜନୀତିଜ୍ଞ

ଜନ୍ମ, ପରିବାର ଓ ଶିକ୍ଷା ସମ୍ପାଦନା

ସୀତାକାନ୍ତ ମିଶ୍ର ୧୯୬୧ ମସିହାର ମଇ ମାସ ୧୮ ତାରିଖରେ ଜନ୍ମଗ୍ରହଣ କରିଥିଲେ ।[୧] ତାଙ୍କ ବାପାଙ୍କ ନାମ ନରସିଂହ ମିଶ୍ର ଏବଂ ପତ୍ନୀଙ୍କ ନାମ ଉର୍ମିଳା ମିଶ୍ର ।[୧] ତାଙ୍କର ଶିକ୍ଷାଗତ ଯୋଗତ୍ୟା କଳାରେ ସ୍ନାତକ ଏବଂ ପରେ ସେ ଓକିଲାତି ପଢ଼ିଥିଲେ ।

ରାଜନୈତିକ ଜୀବନ ସମ୍ପାଦନା

ସୀତାକାନ୍ତ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ ।[୧] ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି ।[୧]

ଆଧାର ସମ୍ପାଦନା

  1. ୧.୦ ୧.୧ ୧.୨ ୧.୩ ୧.୪ "Shri Sitakanta Mishra". odishaassembly.nic.in. Odisha Assembly. Retrieved 8 May 2020.