ସୁରେନ୍ଦ୍ରନାଥ ପଟ୍ଟନାୟକ
ସୁରେନ୍ଦ୍ରନାଥ ପଟ୍ଟନାୟକ (୧୧ ଅକ୍ଟୋବର ୧୯୧୪ - ୩୦ ଡିସେମ୍ବର ୧୯୯୦) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସ ଓ ଜନ କଂଗ୍ରେସର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରିଥିଲେ । ସୁରେନ୍ଦ୍ରନାଥ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ତଥା ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ । ୧୯୫୨ ଓ ୧୯୬୭ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ସାଲେପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ସେ ୧ମ ଓ ୪ର୍ଥ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧] ୧୯୬୧ ଓ ୧୯୮୦ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ମାହାଙ୍ଗା ଏବଂ କିଶାନ ନଗର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୩ୟ ଓ ୮ମ ଓଡ଼ିଶା ବିଧାନ ସଭା ନିର୍ବାଚିତ ହୋଇଥିଲେ ।
ସୁରେନ୍ଦ୍ରନାଥ ପଟ୍ଟନାୟକ | |
---|---|
ବିଧାୟକ: ୧ମ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୫୨ – ୧୯୫୭ | |
ପର ଅଧିକାରୀ | ପ୍ରଦୀପ୍ତ କିଶୋର ଦାସ, ବାଇଧର ବେହେରା |
ନିର୍ବାଚନ ମଣ୍ଡଳୀ | ସାଲେପୁର |
ବିଧାୟକ: ୩ୟ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୬୧ – ୧୯୬୭ | |
ପୂର୍ବ ଅଧିକାରୀ | ମହମ୍ମଦ ଅତାହାର |
ପର ଅଧିକାରୀ | ବିରାଜ ପ୍ରସାଦ ରାୟ |
ନିର୍ବାଚନ ମଣ୍ଡଳୀ | ମାହାଙ୍ଗା |
ବିଧାୟକ: ୪ର୍ଥ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୬୭ – ୧୯୭୧ | |
ପୂର୍ବ ଅଧିକାରୀ | ବାଇଧର ବେହେରା |
ପର ଅଧିକାରୀ | ବଟକୃଷ୍ଣ ଜେନା |
ନିର୍ବାଚନ ମଣ୍ଡଳୀ | ସାଲେପୁର |
ବିଧାୟକ: ୮ମ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୮୦ – ୧୯୮୫ | |
ପୂର୍ବ ଅଧିକାରୀ | ବଟକୃଷ୍ଣ ଜେନା |
ପର ଅଧିକାରୀ | ବଟକୃଷ୍ଣ ଜେନା |
ନିର୍ବାଚନ ମଣ୍ଡଳୀ | କିଶାନ ନଗର |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ୧୧ ଅକ୍ଟୋବର ୧୯୧୪ |
ମୃତ୍ୟୁ | ୩୦ ଡିସେମ୍ବର ୧୯୯୦ | (ବୟସ ୭୬)
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ଭାରତୀୟ ଜାତୀୟ କଂଗ୍ରେସ |
ଅନ୍ୟାନ୍ୟ ରାଜନୀତିକ ସମ୍ବନ୍ଧ | ଜନ କଂଗ୍ରେସ |
ଜୀବନ ସାଥୀ | ଶକୁନ୍ତଳା ପଟ୍ଟନାୟକ |
ବାପା/ବୋଉ | କୃଷ୍ଣ ଚନ୍ଦ୍ର ପଟ୍ଟନାୟକ (ବାପା) |
ବୃତ୍ତି | ରାଜନୀତିଜ୍ଞ |
ଜନ୍ମ, ପରିବାର ଓ ଶିକ୍ଷା
ସମ୍ପାଦନାସୁରେନ୍ଦ୍ରନାଥ ପଟ୍ଟନାୟକ ୧୯୧୪ ମସିହାର ଅକ୍ଟୋବର ମାସ ୧୧ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ କୃଷ୍ଣ ଚନ୍ଦ୍ର ପଟ୍ଟନାୟକ ଏବଂ ପତ୍ନୀଙ୍କ ନାମ ଶକୁନ୍ତଳା ପଟ୍ଟନାୟକ ।[୧] ସୁରେନ୍ଦ୍ରନାଥଙ୍କର ଶିକ୍ଷାଗତ ଯୋଗ୍ୟତା ମାଟ୍ରିକ୍ରୁ କମ ଥିଲା ।[୧]
ରାଜନୈତିକ ଜୀବନ
ସମ୍ପାଦନାସୁରେନ୍ଦ୍ରନାଥ ପଟ୍ଟନାୟକ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସ ଓ ଜନ କଂଗ୍ରେସର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ଓଡ଼ିଶା ବିଧାନ ସଭାରେ ଚାରିଥର ବିଧାୟକ ଭାବରେ ଏବଂ ୧୯୬୭ ମସିହାରୁ ୧୯୭୧ ମସିହାଯାଏଁ ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ ।[୧]
ମୃତ୍ୟୁ
ସମ୍ପାଦନାସୁରେନ୍ଦ୍ରନାଥ ପଟ୍ଟନାୟକ ୧୯୯୦ ମସିହାର ଡିସେମ୍ବର ମାସ ୩୦ ତାରିଖରେ ମୃତ୍ୟୁବରଣ କରିଥିଲେ ।[୧] ମୃତ୍ୟୁବେଳକୁ ତାଙ୍କୁ ୭୬ ବର୍ଷ ବୟସ ହୋଇଥିଲା ।