ସୁଶାନ୍ତ ଚାନ୍ଦ
ସୁଶାନ୍ତ ଚାନ୍ଦ (ଜନ୍ମ: ୧୪ ନଭେମ୍ବର ୧୯୪୪) ଜଣେ ଓଡ଼ିଆ ରାଜନୀତିଜ୍ଞ । ଓଡ଼ିଶା ରାଜନୀତିରେ ସେ ଜନତା ପାର୍ଟିର କର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ । ଓଡ଼ିଶା ବିଧାନ ସଭାରେ ସେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରିଛନ୍ତି । ୧୯୭୭ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଭୋଗରାଇ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୭ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]
ସୁଶାନ୍ତ ଚାନ୍ଦ | |
---|---|
ବିଧାୟକ: ୭ମ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୭୭ – ୧୯୮୦ | |
ପୂର୍ବ ଅଧିକାରୀ | କାର୍ତ୍ତିକେଶ୍ୱର ପାତ୍ର |
ପର ଅଧିକାରୀ | କାର୍ତ୍ତିକେଶ୍ୱର ପାତ୍ର |
ନିର୍ବାଚନ ମଣ୍ଡଳୀ | ଭୋଗରାଇ |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ୧୪ ନଭେମ୍ବର ୧୯୪୪ |
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ଜନତା ପାର୍ଟି |
ବାପା/ବୋଉ | ସୁବୋଧ ଚନ୍ଦ୍ର ଚାନ୍ଦ (ବାପା) |
ବୃତ୍ତି | ରାଜନୀତିଜ୍ଞ |
ଜନ୍ମ, ଶିକ୍ଷା ଓ ପରିବାର
ସମ୍ପାଦନାସୁଶାନ୍ତ ଚାନ୍ଦ ୧୯୪୪ ମସିହାର ନଭେମ୍ବର ମାସ ୧୪ ତାରିଖରେ ବାଲେଶ୍ୱର ଜିଲ୍ଲାରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ସୁବୋଧ ଚନ୍ଦ୍ର ଚାନ୍ଦ । ତାଙ୍କର ଶିକ୍ଷାଗତ ଯୋଗ୍ୟତା କଳାରେ ସ୍ନାତକତ୍ତୋର ।
ରାଜନୈତିକ ଜୀବନ
ସମ୍ପାଦନାସୁଶାନ୍ତ ଓଡ଼ିଶା ରାଜନୀତିରେ ଜନତା ପାର୍ଟିର କର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ । ସେ ୧୯୬୪ ଓ ୧୯୬୯ ମସିହାର ଛାତ୍ର ଆନ୍ଦୋଳରେ ସକ୍ରିୟ ଅଂଶଗ୍ରହଣ କରି ଗିରଫ ହୋଇଥିଲେ ଏବଂ ପରେ ଯେତେବେଳେ ଭାରତ ବର୍ଷରେ ଜରୁରୀକାଳୀନ ପରିସ୍ଥିତି ଘୋଷଣା ହୋଇଥିଲା, ସେତେବେଳେ ୧୯୭୪-୭୫ ମସିହାରେ ସେ ଜନତା ପାର୍ଟିରେ ଯୋଗ ଦେଇଥିଲେ ।[୧] ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରିଛନ୍ତି ।
୧୯୭୭ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ସୁଶାନ୍ତ ଭୋଗରାଇ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଜନତା ପାର୍ଟିର ପ୍ରାର୍ଥୀ ଭାବରେ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ ସେ ସମୁଦାୟ ୩୧,୫୮୬ ଖଣ୍ଡ ଭୋଟ ପାଇ ବିଜୟୀ ହୋଇ ୭ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୨] ସେ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦି କାର୍ତ୍ତିକେଶ୍ୱର ପାତ୍ରଙ୍କୁ ୧୩,୯୬୯ ଖଣ୍ଡ ଭୋଟରେ ପରାସ୍ତ କରିଥିଲେ ।[୨] ଏହି ବିଧାନ ସଭାରେ ସେ ୧୯୭୭ ମସିହାରୁ ୧୯୮୦ ମସିହାଯାଏଁ କାର୍ଯ୍ୟ କରିଥିଲେ ।
ଆଧାର
ସମ୍ପାଦନା- ↑ ୧.୦ ୧.୧ "Shri Sushanta Chand". odishaassembly.nic.in. Odisha Assembly. Retrieved 27 June 2019.
- ↑ ୨.୦ ୨.୧ "Orissa 1977". Election Commission of India (in Indian English). Retrieved 2019-06-27.