ସୋନାରାମ ସୋରେନ

ଓଡ଼ିଆ ରାଜନୀତିଜ୍ଞ

ସୋନାରାମ ସୋରେନ (୧ ନଭେମ୍ବର ୧୯୨୦ - ୧୯ ଜୁଲାଇ ୧୯୮୮) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଚାରି ଥର କାର୍ଯ୍ୟ କରିଥିଲେ । ୧୯୫୨, ୧୯୬୧, ୧୯୬୭ ଓ ୧୯୭୭ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ବହଳଦା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧ମ, ୩ୟ, ୪ର୍ଥ୭ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ସୋନାରାମ ସୋରେନ
ବିଧାୟକ: ୭ମ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୭୭ – ୧୯୮୦
ନିର୍ବାଚନ ମଣ୍ଡଳୀବହଳଦା
ବିଧାୟକ: ୩ୟ, ୪ର୍ଥ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୬୧ – ୧୯୭୧
ନିର୍ବାଚନ ମଣ୍ଡଳୀବହଳଦା
ବିଧାୟକ: ୧ମ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୫୨ – ୧୯୫୭
ନିର୍ବାଚନ ମଣ୍ଡଳୀବହଳଦା
ବ୍ୟକ୍ତିଗତ ସବିଶେଷ
ଜନ୍ମ(1920-11-01)୧ ନଭେମ୍ବର ୧୯୨୦
ମୃତ୍ୟୁ୧୯ ଜୁଲାଇ ୧୯୮୮(1988-07-19) (ବୟସ ୬୭)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଜନତା ପାର୍ଟି
ଅନ୍ୟାନ୍ୟ ରାଜନୀତିକ
ସମ୍ବନ୍ଧ
ଭାରତୀୟ ଜାତୀୟ କଂଗ୍ରେସ, ଜନ କଂଗ୍ରେସ
ଜୀବନ ସାଥୀସୋନା ସୋରେନ
ବାପା/ବୋଉଚମ୍ପତିରାମ ସୋରେନ (ବାପା)
ବୃତ୍ତିରାଜନୀତିଜ୍ଞ

ଜନ୍ମ, ପରିବାର ଓ ଶିକ୍ଷା ସମ୍ପାଦନା

ସୋନାରାମ ସୋରେନ ୧୯୨୦ ମସିହାର ନଭେମ୍ବର ୧ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ଚମ୍ପତିରାମ ସୋରେନ ଓ ପତ୍ନୀଙ୍କ ନାମ ସୋନା ସୋରେନ ।[୧]

ରାଜନୈତିକ ଜୀବନ ସମ୍ପାଦନା

ସୋନାରାମ ସୋରେନ ଓଡ଼ିଶା ରାଜନୀତିରେ ପ୍ରଥମେ ଭାରତୀୟ ଜାତୀୟ କଂଗ୍ରେସରେ ଓ ପରେ ଜନ କଂଗ୍ରେସ ତଥା ଜନତା ପାର୍ଟିର କର୍ମୀ ଭାବରେ କାର୍ଯ୍ୟ କରିଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଚାରି ଥର କାର୍ଯ୍ୟ କରିଥିଲେ । ୧୯୫୨ରୁ ୧୯୫୬ ମସିହା ପର୍ଯ୍ୟନ୍ତ ଓଡ଼ିଶା ବିଧାନ ସଭାରେ ଜଣେ ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ ସେ ।[୧]

ବିଧାନ ସଭା ସଭ୍ୟ ବିବରଣୀ ସମ୍ପାଦନା

ଆରମ୍ଭ ଶେଷ ପଦବୀ ନିର୍ବାଚନ ମଣ୍ଡଳୀ ଦଳ
୧୯୫୨ ୧୯୫୭ ସଭ୍ୟ, ୧ମ ଓଡ଼ିଶା ବିଧାନ ସଭା ବହଳଦା ଭାରତୀୟ ଜାତୀୟ କଂଗ୍ରେସ
୧୯୬୧ ୧୯୬୭ ସଭ୍ୟ, ୩ୟ ଓଡ଼ିଶା ବିଧାନ ସଭା ବହଳଦା ଜନ କଂଗ୍ରେସ
୧୯୬୭ ୧୯୭୧ ସଭ୍ୟ, ୪ର୍ଥ ଓଡ଼ିଶା ବିଧାନ ସଭା ବହଳଦା ଜନ କଂଗ୍ରେସ
୧୯୭୭ ୧୯୮୦ ସଭ୍ୟ, ୭ମ ଓଡ଼ିଶା ବିଧାନ ସଭା ବହଳଦା ଜନତା ପାର୍ଟି

ମୃତ୍ୟୁ ସମ୍ପାଦନା

ସୋନାରାମ ସୋରେନ ୧୯୮୮ ମସିହାର ଜୁଲାଇ ୧୯ ତାରିଖରେ ମୃତ୍ୟୁବରଣ କରିଥିଲେ ।[୧] ମୃତ୍ୟୁବେଳକୁ ତାଙ୍କୁ ୬୭ ବର୍ଷ ବୟସ ହୋଇଥିଲା ।

ଆଧାର ସମ୍ପାଦନା

  1. ୧.୦ ୧.୧ ୧.୨ "Shri Sonaram Soren". odishaassembly.nic.in. Odisha Assembly. Retrieved 25 September 2022.