ସୋମବାର ହେଲା ସପ୍ତାହର ଏକ ଦିନ ଯାହା ରବିବାର ପରେ ଓ ମଙ୍ଗଳବାର ପୂର୍ବରୁ ଆସେ । ଏହାକୁ ସପ୍ତାହର ପ୍ରଥମ ଦିନ ଭାବେ ଗଣାଯାଏ ଓ କାର୍ଯ୍ୟାଳୟ ଗୁଡିକରେ ଏହି ଦିନ କାମ ଆରମ୍ଭ ହୁଏ । ସୁଖୀ ଦାମ୍ପତ୍ୟ ଜୀବନ ତଥା ସନ୍ତାନ ପ୍ରାପ୍ତି ପାଇଁ ଏହିଦିନ ଭଗବାନ ଶିବମା'ପାର୍ବତୀଙ୍କୁ ପୂଜା କରାଯାଏ । ଭଗବାନ ଶିବଙ୍କୁ ଧଳାଫୁଲ, ବେଲପତ୍ର ଚଢାଇବା ସହ ଶିବସ୍ତୋତ୍ର, ଶିବଚାଳିଶା, ରୁଦ୍ରାଷ୍ଟକ ମନ୍ତ୍ର ଜପ କରାଯାଏ । ଥଣ୍ଡାଜନିତ ବିଭିନ୍ନ ରୋଗରୁ ରକ୍ଷା ପାଇବା ପାଇଁ ସୋମବାର ଦିନ ଚନ୍ଦ୍ରଙ୍କ ବ୍ରତ ରଖାଯାଏ ।

ଆଧାରସମ୍ପାଦନ କରନ୍ତୁ