ହୃଷିକେଶ ନାୟକ

ଓଡ଼ିଆ ରାଜନୀତିଜ୍ଞ

ହୃଷିକେଶ ନାୟକ (ଜନ୍ମ: ୧ ଜାନୁଆରୀ ୧୯୫୫) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିରେ ଜନତା ଦଳର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ହୃଷିକେଶ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଦୁଇଥର କାର୍ଯ୍ୟ କରିଛନ୍ତି । ୧୯୯୦ ଓ ୧୯୯୫ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ବାଲିପାଟଣା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧୦ମ ଓ ୧୧ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]

ହୃଷିକେଶ ନାୟକ
ବିଧାୟକ: ୧୦ମ, ୧୧ଶ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୯୦ – ୨୦୦୦
ପୂର୍ବ ଅଧିକାରୀରାଘବ ଚରଣ ସେଠୀ
ପର ଅଧିକାରୀରାଘବ ଚରଣ ସେଠୀ
ନିର୍ବାଚନ ମଣ୍ଡଳୀବାଲିପାଟଣା
ବ୍ୟକ୍ତିଗତ ସବିଶେଷ
ଜନ୍ମ (1955-01-01) ୧ ଜାନୁଆରୀ ୧୯୫୫ (ବୟସ ୬୯)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଜନତା ଦଳ
ଜୀବନ ସାଥୀସନ୍ଧ୍ୟାରାଣୀ ଦାସ
ବାପା/ବୋଉଜଗନ୍ନାଥ ନାୟକ (ବାପା)
ବୃତ୍ତିରାଜନୀତିଜ୍ଞ

ଜନ୍ମ, ପରିବାର ଓ ଶିକ୍ଷା ସମ୍ପାଦନା

ହୃଷିକେଶ ନାୟକ ୧୯୫୫ ମସିହାର ଜାନୁଆରୀ ମାସ ୧ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ଜଗନ୍ନାଥ ନାୟକ ଓ ପତ୍ନୀଙ୍କ ନାମ ସନ୍ଧ୍ୟାରାଣୀ ଦାସ ।[୧] ହୃଷିକେଶଙ୍କର ଶିକ୍ଷାଗତ ଯୋଗ୍ୟତା କଳାରେ ସ୍ନାତକ ଓ ପରେ ସେ ଓକିଲାତି ପଢ଼ିଥିଲେ ।[୧]

ରାଜନୈତିକ ଜୀବନ ସମ୍ପାଦନା

ହୃଷିକେଶ ଓଡ଼ିଶା ରାଜନୀତିରେ ଜନତା ଦଳର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ ।[୧] ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଦୁଇଥର କାର୍ଯ୍ୟ କରିଛନ୍ତି ।[୧]

ଆଧାର ସମ୍ପାଦନା

  1. ୧.୦ ୧.୧ ୧.୨ ୧.୩ ୧.୪ "Shri Hrushikesh Nayak". odishaassembly.nic.in. Odisha Assembly. Retrieved 16 June 2020.