ଅତନୁ ସବ୍ୟସାଚୀ ନାୟକ

ଓଡ଼ିଆ ରାଜନୀତିଜ୍ଞ
(Atanu Sabyasachi Nayakରୁ ଲେଉଟି ଆସିଛି)

ଅତନୁ ସବ୍ୟସାଚୀ ନାୟକ (ଜନ୍ମ: ୭ ମଇ ୧୯୬୭) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ ସକ୍ରିୟ ଅଛନ୍ତି । ଅତନୁ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଚାରି ଥର କାର୍ଯ୍ୟ କରିଛନ୍ତି । ୨୦୦୪, ୨୦୦୯, ୨୦୧୪ ଓ ୨୦୧୯ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ପାଟକୁରା ଏବଂ ମହାକାଳପଡ଼ା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧୩ଶ, ୧୪ଶ, ୧୫ଶ୧୬ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[]

ଅତନୁ ସବ୍ୟସାଚୀ ନାୟକ
ବିଧାୟକ: ୧୪ଶ, ୧୫ଶ, ୧୬ଶ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୨୦୦୯ – ୨୦୨୪
ପର ଅଧିକାରୀଦୁର୍ଗା ପ୍ରସନ ନାୟକ
ନିର୍ବାଚନ ମଣ୍ଡଳୀମହାକାଳପଡ଼ା
ବିଧାୟକ: ୧୩ଶ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୨୦୦୪ – ୨୦୦୯
ପୂର୍ବ ଅଧିକାରୀତ୍ରିଲୋଚନ ବେହେରା
ପର ଅଧିକାରୀବେଦ ପ୍ରକାଶ ଅଗ୍ରୱାଲ
ନିର୍ବାଚନ ମଣ୍ଡଳୀପାଟକୁରା
ବ୍ୟକ୍ତିଗତ ସବିଶେଷ
ଜନ୍ମ(1967-05-07)ମଇ ୭, ୧୯୬୭
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳବିଜୁ ଜନତା ଦଳ
ବାପା/ବୋଉରାଜକିଶୋର ନାୟକ (ବାପା)
ବୃତ୍ତିରାଜନୀତିଜ୍ଞ

ଜନ୍ମ, ପରିବାର ଓ ଶିକ୍ଷା

ସମ୍ପାଦନା

ଅତନୁ ସବ୍ୟସାଚୀ ନାୟକ ୧୯୬୭ ମସିହାର ମଇ ମାସ ୭ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ରାଜକିଶୋର ନାୟକ[] ଅତନୁଙ୍କର ଶିକ୍ଷାଗତ ଯୋଗ୍ୟତା ସ୍ନାତକୋତ୍ତର ।[]

ରାଜନୈତିକ ଜୀବନ

ସମ୍ପାଦନା

ଅତନୁ ସବ୍ୟସାଚୀ ନାୟକ ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଛନ୍ତି । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ୪ ଥର କାର୍ଯ୍ୟ କରିଛନ୍ତି ।[] ଅତନୁ ୨୦୦୯ ମସିହାରୁ ୨୦୧୨ ଓ ୨୦୧୪ ମସିହାରୁ ୨୦୧୬ ମସିହାଯାଏଁ ଓଡ଼ିଶା ବିଧାନ ସଭାରେ ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ ।[]

୨୦୨୪ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ, ସେ ବିଜେଡିର ପ୍ରାର୍ଥୀ ଭାବରେ ମହାକାଳପଡ଼ା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ, ସେ ସମୁଦାୟ ୭୬,୧୨୭ ଖଣ୍ଡ ଭୋଟ୍ ପାଇ ୨ୟ ସ୍ଥାନରେ ଥିଲେ ଏବଂ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦୀ ଭାରତୀୟ ଜନତା ପାର୍ଟିର ପାର୍ଥୀ ଦୁର୍ଗା ପ୍ରସନ ନାୟକଙ୍କ ଠାରୁ ୩୩,୫୨୬ ଖଣ୍ଡ ଭୋଟ୍‌ରେ ପରାସ୍ତ ହୋଇଥିଲେ ।[]

  1. ୧.୦ ୧.୧ ୧.୨ ୧.୩ ୧.୪ "Shri Atanu Sabyasachi Nayak". odishaassembly.nic.in. Odisha Assembly. Retrieved 27 March 2020.
  2. "General Election to Assembly Constituencies 2024: Bhadrak (Odisha)". Election Commission of India. Retrieved 11 June 2024.