ସାଗର ଚରଣ ଦାସ
ସାଗର ଚରଣ ଦାସ ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରୁଛନ୍ତି । ୨୦୨୪ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ୧୭ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ସାଗର ଚରଣ ଦାସ | |
---|---|
ବିଧାୟକ: ୧୭ଶ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୫ ଜୁନ ୨୦୨୪ – ଏବେଯାଏଁ | |
ପୂର୍ବ ଅଧିକାରୀ | ପ୍ରଦୀପ୍ତ କୁମାର ନାଏକ |
ନିର୍ବାଚନ ମଣ୍ଡଳୀ | ଭବାନୀପାଟଣା |
ବ୍ୟକ୍ତିଗତ ସବିଶେଷ | |
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ଭାରତୀୟ ଜାତୀୟ କଂଗ୍ରେସ |
ବାପା/ବୋଉ | ଭକ୍ତ ଚରଣ ଦାସ (ବାପା) ସୁନନ୍ଦା ଦାସ (ମାଆ) |
ବୃତ୍ତି | ରାଜନୀତିଜ୍ଞ |
ଜନ୍ମ, ପରିବାର ଓ ଶିକ୍ଷା
ସମ୍ପାଦନାସାଗର କଳାହାଣ୍ଡି ଜିଲ୍ଲାର ଭବାନୀପାଟଣାଠାରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପା ଭକ୍ତ ଚରଣ ଦାସ ଜଣେ ରାଜନେତା, ଯିଏକି ଓଡ଼ିଶା ବିଧାନ ସଭା ଓ ଲୋକ ସଭାକୁ ନିର୍ବାଚିତ ହୋଇଛନ୍ତି । ତାଙ୍କ ମାଆଙ୍କ ନାମ ସୁନନ୍ଦା ଦାସ ।
ରାଜନୈତିକ ଜୀବନ
ସମ୍ପାଦନାସାଗର ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମୀ ଭାବରେ ସକ୍ରିୟ ଅଛନ୍ତି । ୨୦୨୪ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ, ସେ କଂଗ୍ରେସର ପ୍ରାର୍ଥୀ ଭାବରେ ଭବାନୀପାଟଣା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ, ସେ ସମୁଦାୟ ୬୭,୦୮୫ ଖଣ୍ଡ ଭୋଟ୍ ପାଇଥିଲେ ଏବଂ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦୀ ଭାରତୀୟ ଜନତା ପାର୍ଟିର ପାର୍ଥୀ ପ୍ରଦୀପ୍ତ କୁମାର ନାଏକଙ୍କୁ ୧୩,୭୪୧ ଖଣ୍ଡ ଭୋଟ୍ରେ ପରାସ୍ତ କରି ୧୭ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]
ଆଧାର
ସମ୍ପାଦନା- ↑ "General Election to Bhawanipatna (Odisha)". Election Commission of India. Retrieved 11 June 2024.